< ଆମୋଷ 6 >

1 ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!
Jao bezbrižnima na Sionu i spokojnima na samarijskoj gori, nazvanima “prvina naroda”, kojima se obraća dom Izraelov.
2 ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?
Krenite u Kalnu i vidite, idite odande u Veliki Hamat, siđite u Gat filistejski. Jeste li bolji od tih kraljevstava? Je li im područje veće od vašega?
3 ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
Mislite: daleko je kobni dan, a primičete vlast nasilja.
4 ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
Ležeći na bjelokosnim posteljama, na počivaljkama izvaljeni, jedu janjad iz stada i telad iz staje;
5 ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
deru se uza zvuk harfe, izumljuju glazbala k'o David,
6 ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।
piju vino iz vrčeva i mažu se najfinijim uljem, al' za slom Josipov ne mare.
7 ଏଥିପାଇଁ ସେମାନେ ଏବେ ପ୍ରଥମ ନିର୍ବାସିତ ଲୋକମାନଙ୍କ ସହିତ ନିର୍ବାସିତ ହେବେ ଓ ଶରୀର ଲମ୍ବକାରୀମାନଙ୍କର ହର୍ଷନାଦ ଲୁପ୍ତ ହେବ।”
Stog će prvi sad biti prognani; umuknut će veselje raskošnika.
8 ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”
Zakle se Gospod Jahve samim sobom - riječ je Jahve, Boga nad Vojskama: “Gnušam se oholosti Jakovljeve i mrzim dvorce njegove, predat ću grad i sve u njemu.”
9 ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।
Ako i deset ljudi ostane u jednoj kući, umrijet će.
10 ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”
Rođak će i spaljivač prionuti da iznesu kosti iz kuće; ako bi tko upitao onog u kutu kuće: “Je li još tko ostao s tobom?” on će odvratiti: “Ne! Pst! Jahvino se ime ne smije spomenuti.”
11 କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।
Jer, gle, Jahve zapovjedi, i velika se kuća ruši u komade, mala se kuća ori u komadiće.
12 ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;
Jure li konji po litici, ore li se more volovima, da vi pretvarate pravdu u otrov a plod pravednosti u pelin?
13 ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”
Vi se radujete Lo Dabaru kad velite: “Nismo li svojom snagom zauzeli Karnajim?”
14 ଏହେତୁ ଦେଖ, ହେ ଇସ୍ରାଏଲ ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକୁ ଉଠାଇବା; ତହିଁରେ ସେମାନେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସ୍ରୋତ ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଲେଶ ଦେବେ।”
“Ha, evo, dome Izraelov, dižem na te - riječ je Jahve, Boga nad Vojskama - narod što će vas tlačiti od Ulaza hamatskoga do Pustinjskog potoka.”

< ଆମୋଷ 6 >