< ଆମୋଷ 7 >

1 ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା।
כה הראני אדני יהוה והנה יוצר גבי בתחלת עלות הלקש והנה לקש אחר גזי המלך׃
2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
והיה אם כלה לאכול את עשב הארץ ואמר אדני יהוה סלח נא מי יקום יעקב כי קטן הוא׃
3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
נחם יהוה על זאת לא תהיה אמר יהוה׃
4 ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।
כה הראני אדני יהוה והנה קרא לרב באש אדני יהוה ותאכל את תהום רבה ואכלה את החלק׃
5 ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
ואמר אדני יהוה חדל נא מי יקום יעקב כי קטן הוא׃
6 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି।
נחם יהוה על זאת גם היא לא תהיה אמר אדני יהוה׃
7 ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।
כה הראני והנה אדני נצב על חומת אנך ובידו אנך׃
8 ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;
ויאמר יהוה אלי מה אתה ראה עמוס ואמר אנך ויאמר אדני הנני שם אנך בקרב עמי ישראל לא אוסיף עוד עבור לו׃
9 ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”
ונשמו במות ישחק ומקדשי ישראל יחרבו וקמתי על בית ירבעם בחרב׃
10 ଯେତେବେଳେ ବେଥେଲ୍‍ର ଯାଜକ ଅମତ୍‍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।
וישלח אמציה כהן בית אל אל ירבעם מלך ישראל לאמר קשר עליך עמוס בקרב בית ישראל לא תוכל הארץ להכיל את כל דבריו׃
11 କାରଣ ଆମୋଷ ଏରୂପ କହୁଅଛନ୍ତି, ‘ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”
כי כה אמר עמוס בחרב ימות ירבעם וישראל גלה יגלה מעל אדמתו׃
12 ଆହୁରି, ଅମତ୍‍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
ויאמר אמציה אל עמוס חזה לך ברח לך אל ארץ יהודה ואכל שם לחם ושם תנבא׃
13 ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”
ובית אל לא תוסיף עוד להנבא כי מקדש מלך הוא ובית ממלכה הוא׃
14 ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;
ויען עמוס ויאמר אל אמציה לא נביא אנכי ולא בן נביא אנכי כי בוקר אנכי ובולס שקמים׃
15 ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।’
ויקחני יהוה מאחרי הצאן ויאמר אלי יהוה לך הנבא אל עמי ישראל׃
16 ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‌ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’
ועתה שמע דבר יהוה אתה אמר לא תנבא על ישראל ולא תטיף על בית ישחק׃
17 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”
לכן כה אמר יהוה אשתך בעיר תזנה ובניך ובנתיך בחרב יפלו ואדמתך בחבל תחלק ואתה על אדמה טמאה תמות וישראל גלה יגלה מעל אדמתו׃

< ଆମୋଷ 7 >