< ଆମୋଷ 7 >

1 ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା।
Hivi ndivyo ambavyo Bwana Yahwe alivyonionyesha. Tazama, aliumba kundi kubwa la nzige wakati wa kuchipuka kwa mmea, na, tazama, ulikuwa ni mmea wa mwisho baada ya mavuno ya mfalme.
2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
Wakati walipomaliza kula mbogamboga za nchi, kisha nikasema, “Bwana Yahwe, tafadhali nisamehe; Je Yakobo ataishije? kwa kuwa yeye ni mdogo sana.”
3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Yahwe akapunguza hasira kuhusu hili. “Haitatokea,” akasema.
4 ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।
Hivi ndivyo ambavyo Bwana Yahwe alivyonionyesha: Tazama, Bwana Yahwe aliita juu ya moto kuhukumu. Nao ukakausha sana, kilindi chini ya dunia na kutaka kuitekeza nchi, pia.
5 ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
Lakini nikasema, “Bwana Yahwe, acha tafadhali; Yakobo ataishije? Kwa kuwa yeye ni mdigo sana.”
6 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି।
Yahwe akagairi kuhusiana na hili, “Hili halitajitokeza pia,” asema Bwana Yahwe.
7 ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।
Hivi ndivyo ambavyo Yahwe alivyo nionyesha: Tazama, Bwana amesimama karibu na ukuta, pamoja na uzi wa timiza kwenye mkono wake.
8 ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;
Yahwe akanambia, “Amosi, unaona nini?” nikasema, “Uzi wa timazi.” Kisha Bwana akasema, “Tazama, nitaweka uzi wa timazi miongoni mwa watu wangu Israeli. Sintowaharibu tena.
9 ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”
Mahala pa juu pa Isaka pataharibiwa, patakatifu pa Israeli pataangamia, na nitainuka juu ya nyumba ya Yeroboamu kwa upanga.”
10 ଯେତେବେଳେ ବେଥେଲ୍‍ର ଯାଜକ ଅମତ୍‍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।
Kisha Amazia, yule kuhani wa Betheli, akatuma ujumbe kwa Yeroboamu, mfalme wa Israeli: “amosi amefanya njama dhidi yako katikati ya nyumba ya Israeli. Nchi haiwezi kubeba maneno yote haya.
11 କାରଣ ଆମୋଷ ଏରୂପ କହୁଅଛନ୍ତି, ‘ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”
Kwa kuwa hivi ndivyo asemavyo Amosi, 'Yeroboamu atakufa kwa upanga, na hakika Israeli itakwenda utumwani kutoka nchi yake.”'
12 ଆହୁରି, ଅମତ୍‍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
Amazia akamwambia Amosi, “Mwonaji, nenda, kimbia irudie nchi ya Yuda, na hapo ule mkate na kutabiri.
13 ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”
Lakini usitabiri tena hapa katika Betheli, kwa kuwa ni patakatifu pa mfalme na nyumba ya kifalme.”
14 ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;
Kisha Amosi akamwambia Amazia, “Mimi sio nabii wala mwana wa nabii. Mimi ni mchungaji wa mifugo, na mtunza mikuyu.
15 ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।’
Lakini Yahwe akanichukua kutoka kuchunga mifugo na kunambia, 'Nenda, katabiri kwa watu wangu Israeli.'
16 ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‌ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’
Sasa sikia neno la Yahwe. Wewe usemaye, 'Usitabiri juu ya Israeli, na usiongee juu ya nyumba ya Isaka.
17 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”
Kwa hiyo hivi ndivyo Yahwe asemavyo, 'Mke wako atakuwa kahaba katika mji; wana wako waume na binti zako wataanguka kwa upanga; nchi yako itapimwa na kugawanywa; utakufa katika nchi najisi, na Israeli hakika itakwenda utumwani kutoka nchi yake.”'

< ଆମୋଷ 7 >