< ଆମୋଷ 8 >

1 ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।
כה הראני אדני יהוה והנה כלוב קיץ׃
2 ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”
ויאמר מה אתה ראה עמוס ואמר כלוב קיץ ויאמר יהוה אלי בא הקץ אל עמי ישראל לא אוסיף עוד עבור לו׃
3 ପୁଣି, “ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ। ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”
והילילו שירות היכל ביום ההוא נאם אדני יהוה רב הפגר בכל מקום השליך הס׃
4 ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
שמעו זאת השאפים אביון ולשבית ענוי ארץ׃
5 “ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?
לאמר מתי יעבר החדש ונשבירה שבר והשבת ונפתחה בר להקטין איפה ולהגדיל שקל ולעות מאזני מרמה׃
6 ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”
לקנות בכסף דלים ואביון בעבור נעלים ומפל בר נשביר׃
7 ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।
נשבע יהוה בגאון יעקב אם אשכח לנצח כל מעשיהם׃
8 ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।”
העל זאת לא תרגז הארץ ואבל כל יושב בה ועלתה כאר כלה ונגרשה ונשקה כיאור מצרים׃
9 ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
והיה ביום ההוא נאם אדני יהוה והבאתי השמש בצהרים והחשכתי לארץ ביום אור׃
10 ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”
והפכתי חגיכם לאבל וכל שיריכם לקינה והעליתי על כל מתנים שק ועל כל ראש קרחה ושמתיה כאבל יחיד ואחריתה כיום מר׃
11 ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
הנה ימים באים נאם אדני יהוה והשלחתי רעב בארץ לא רעב ללחם ולא צמא למים כי אם לשמע את דברי יהוה׃
12 ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।
ונעו מים עד ים ומצפון ועד מזרח ישוטטו לבקש את דבר יהוה ולא ימצאו׃
13 ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।
ביום ההוא תתעלפנה הבתולת היפות והבחורים בצמא׃
14 ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”
הנשבעים באשמת שמרון ואמרו חי אלהיך דן וחי דרך באר שבע ונפלו ולא יקומו עוד׃

< ଆମୋଷ 8 >