< ଆମୋଷ 1 >
1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।
當猶大王烏西雅,以色列王約阿施的兒子耶羅波安在位的時候,大地震前二年,提哥亞牧人中的阿摩司得默示論以色列。
2 ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
他說:耶和華必從錫安吼叫, 從耶路撒冷發聲; 牧人的草場要悲哀; 迦密的山頂要枯乾。
3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
耶和華如此說: 大馬士革三番四次地犯罪, 我必不免去她的刑罰; 因為她以打糧食的鐵器打過基列。
4 ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।
我卻要降火在哈薛的家中, 燒滅便‧哈達的宮殿。
5 ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।”
我必折斷大馬士革的門閂, 剪除亞文平原的居民和伯‧伊甸掌權的。 亞蘭人必被擄到吉珥。 這是耶和華說的。
6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
耶和華如此說: 迦薩三番四次地犯罪, 我必不免去她的刑罰; 因為她擄掠眾民交給以東。
7 ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
我卻要降火在迦薩的城內, 燒滅其中的宮殿。
8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
我必剪除亞實突的居民和亞實基倫掌權的, 也必反手攻擊以革倫。 非利士人所餘剩的必都滅亡。 這是主耶和華說的。
9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
耶和華如此說: 泰爾三番四次地犯罪, 我必不免去她的刑罰; 因為她將眾民交給以東, 並不記念弟兄的盟約。
10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
我卻要降火在泰爾的城內, 燒滅其中的宮殿。
11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
耶和華如此說: 以東三番四次地犯罪, 我必不免去她的刑罰; 因為她拿刀追趕兄弟,毫無憐憫, 發怒撕裂,永懷忿怒。
12 ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
我卻要降火在提幔, 燒滅波斯拉的宮殿。
13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
耶和華如此說: 亞捫人三番四次地犯罪, 我必不免去他們的刑罰; 因為他們剖開基列的孕婦, 擴張自己的境界。
14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
我卻要在爭戰吶喊的日子, 旋風狂暴的時候, 點火在拉巴的城內, 燒滅其中的宮殿。
15 ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”
他們的王和首領必一同被擄去。 這是耶和華說的。