< କଲସୀୟ 2 >
1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
我なんぢら及びラオデキヤに居る人々、その他すべて我が肉體の顏をまだ見ぬ人のために、如何に苦心するかを汝らの知らんことを欲す。
2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।
かく苦心するは、彼らが心 慰められ、愛をもて相 列り、全き穎悟の凡ての富を得て、神の奧義なるキリストを知らん爲なり。
3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
キリストには知慧と知識との凡ての寶 藏れあり。
4 କେହି ଯେପରି ତୁମ୍ଭମାନଙ୍କୁ ବାକ୍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।
我これを言ふは、巧なる言をもて人の汝らを欺くこと勿らん爲なり。
5 କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।
われ肉體にては汝らと離れ居れど、靈にては汝らと偕に居りて喜び、また汝らの秩序あるとキリストに對する信仰の堅きとを見るなり。
6 ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
汝らキリスト・イエスを主として受けたるにより、其のごとく彼に在りて歩め。
7 ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
また彼に根ざしてその上に建てられ、かつ教へられし如く信仰を堅くし、溢るるばかり感謝せよ。
8 ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
なんぢら心すべし、恐らくはキリストに從はずして人の言傳と世の小學とに從ひ、人を惑す虚しき哲學をもて汝らを奪ひ去る者あらん。
9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
それ神の滿ち足れる徳はことごとく形體をなしてキリストに宿れり。
10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।
汝らは彼に在りて滿ち足れるなり。彼は凡ての政治と權威との首なり。
11 ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;
汝らまた彼に在りて手をもてせざる割禮を受けたり、即ち肉の體を脱ぎ去るものにして、キリストの割禮なり。
12 ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।
汝らバプテスマを受けしとき、彼とともに葬られ、又かれを死人の中より甦へらせ給ひし神の活動を信ずるによりて、彼と共に甦へらせられたり。
13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,
汝ら前には諸般の咎と肉の割禮なきとに因りて死にたる者なりしが、神は汝らを彼と共に生かし、我らの凡ての咎を赦し、
14 ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;
かつ我らを責むる規の證書、すなはち我らに逆ふ證書を塗抹し、これを中間より取り去りて十字架につけ、
15 ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
政治と權威とを褫ぎて之を公然に示し、十字架によりて凱旋し給へり。
16 ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
然れば汝ら食物あるひは飮物につき、祭あるいは月朔あるいは安息 日の事につきて、誰にも審かるな。
17 ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।
此 等はみな來らんとする者の影にして、其の本體はキリストに屬けり。
18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
殊更に謙遜をよそほひ御使を拜する者に、汝らの褒美を奪はるな。かかる者は見し所のものに基き、肉の念に隨ひて徒らに誇り、
19 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
首に屬くことをせざるなり。全體は、この首によりて節々 維々に助けられ、相 聯り、神の育にて生長するなり。
20 ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,
汝 等もしキリストと共に死にて此の世の小學を離れしならば、何ぞなほ世に生ける者のごとく人の誡命と教とに循ひて
21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?”
『捫るな、味ふな、觸るな』と云ふ規の下に在るか。
22 ଏହିସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ।
(此 等はみな用ふれば盡くる物なり)
23 ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।
これらの誡命は、みづから定めたる禮拜と謙遜と身を惜まぬ事とによりて知慧あるごとく見ゆれど、實は肉 慾の放縱を防ぐ力なし。