< କଲସୀୟ 3 >

1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।
Seid ihr nun mit Christus auferstanden, so trachtet nach dem, was droben ist, wo Christus zur Rechten Gottes sitzt!
2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
Richtet euern Sinn auf das Himmlische, nicht auf das Irdische!
3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।
Denn ihr seid gestorben, und euer Leben ist mit Christus in Gott verborgen.
4 ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।
Wenn Christus, euer Leben, offenbar wird, dann werdet ihr auch zugleich mit ihm offenbar werden in Herrlichkeit.
5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
Tötet darum die Glieder, die auf Erden sind: Unzucht, Unreinigkeit, Leidenschaft, böse Lust und die Habsucht, die nichts als Götzendienst ist!
6 ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ,
Wegen dieser Sünden bricht Gottes Zorngericht herein über alle, die ihm ungehorsam sind.
7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।
Unter diesen Leuten habt auch ihr euch einst bewegt, als ihr in solchen Lastern lebtet.
8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।
Jetzt aber sollt auch ihr dies alles ablegen, auch Zorn, Erbitterung, Bosheit, Lästerung und häßliches Gerede.
9 ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ
Belügt einander nicht! Ihr habt ja den alten Menschen samt seinen Werken ausgezogen
10 ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
und angezogen den neuen Menschen, der nach dem Bild seines Schöpfers zu der Erkenntnis (Gottes) erneuert wird.
11 ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
In dieser neuen Schöpfung gibt es keinen Unterschied mehr zwischen Griechen und Juden, Beschnittenen und Unbeschnittenen, Barbaren und Skythen, Sklaven und Freien. Sondern Christus gilt alles, und er wohnt in allen.
12 ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
Als heilige und geliebte Auserwählte Gottes kleidet euch nun mit herzlichem Erbarmen, mit Güte, Demut, Milde, Langmut!
13 ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
Habt miteinander Nachsicht und verzeiht, wenn einer dem anderen etwas vorzuwerfen hat! Wie der Herr euch verziehen hat, so tut auch ihr!
14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
Über alle diese Tugenden aber zieht an das Kleid der Liebe: sie ist das Band der Vollkommenheit!
15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
Und Christi Friede walte in euern Herzen! Zu diesem Frieden seid ihr berufen; denn ihr seid ein Leib. Zeigt euch dankbar!
16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
Christi Wort wohne reichlich unter euch! In aller Weisheit belehrt und ermahnt einander! Mit Psalmen, Lobgesängen und geistlichen Liedern singt Gott voll Dankbarkeit in euern Herzen!
17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
Was ihr tut in Wort und Werk, tut es alles in dem Namen des Herrn Jesus und dankt durch ihn Gott dem Vater!
18 ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।
Ihr Frauen, seid euern Männern untertan, wie es sich ziemt im Herrn!
19 ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
Ihr Männer, liebt eure Frauen und behandelt sie nicht hart!
20 ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
Ihr Kinder, gehorcht euern Eltern in allen Stücken; denn das gefällt dem Herrn wohl!
21 ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।
Ihr Väter, reizt eure Kinder nicht (durch übertriebene Strenge), damit sie nicht verschüchtert werden!
22 ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।
Ihr Sklaven, gehorcht euern irdischen Herren in allen Stücken: nicht mit Augendienerei, um Menschen zu gefallen, sondern mit aufrichtigem Herzen als solche, die den Herrn fürchten!
23 ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;
Alles, was ihr tut, das tut mit willigem Herzen, als gälte es dem Herrn und nicht Menschen!
24 ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,
Ihr wißt doch, daß ihr zum Lohn dafür das (himmlische) Erbe von dem Herrn empfangen sollt. Ihr seid ja Sklaven des Herrn Christus.
25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।
Wer Unrecht tut, den trifft dafür die wohlverdiente Strafe. Da gilt kein Unterschied.

< କଲସୀୟ 3 >