< କଲସୀୟ 4 >

1 ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।
Οἱ κύριοι, τὸ δίκαιον καὶ τὴν ἰσότητα τοῖς δούλοις παρέχεσθε, εἰδότες ὅτι καὶ ὑμεῖς ἔχετε Κύριον ἐν οὐρανῷ.
2 ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
Τῇ προσευχῇ προσκαρτερεῖτε, γρηγοροῦντες ἐν αὐτῇ ἐν εὐχαριστίᾳ,
3 ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,
προσευχόμενοι ἅμα καὶ περὶ ἡμῶν, ἵνα ὁ Θεὸς ἀνοίξῃ ἡμῖν θύραν τοῦ λόγου, λαλῆσαι τὸ μυστήριον τοῦ Χριστοῦ, δι’ ὃ καὶ δέδεμαι,
4 ତାହା ଉଚିତ୍ ମତରେ କଥା କହି ପ୍ରକାଶ କରିପାରେ।
ἵνα φανερώσω αὐτὸ ὡς δεῖ με λαλῆσαι.
5 ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।
Ἐν σοφίᾳ περιπατεῖτε πρὸς τοὺς ἔξω, τὸν καιρὸν ἐξαγοραζόμενοι.
6 ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
ὁ λόγος ὑμῶν πάντοτε ἐν χάριτι, ἅλατι ἠρτυμένος, εἰδέναι πῶς δεῖ ὑμᾶς ἑνὶ ἑκάστῳ ἀποκρίνεσθαι.
7 ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;
Τὰ κατ’ ἐμὲ πάντα γνωρίσει ὑμῖν Τυχικὸς ὁ ἀγαπητὸς ἀδελφὸς καὶ πιστὸς διάκονος καὶ σύνδουλος ἐν Κυρίῳ,
8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।
ὃν ἔπεμψα πρὸς ὑμᾶς εἰς αὐτὸ τοῦτο, ἵνα γνῶτε τὰ περὶ ἡμῶν καὶ παρακαλέσῃ τὰς καρδίας ὑμῶν,
9 ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।
σὺν Ὀνησίμῳ τῷ πιστῷ καὶ ἀγαπητῷ ἀδελφῷ, ὅς ἐστιν ἐξ ὑμῶν· πάντα ὑμῖν γνωρίσουσιν τὰ ὧδε.
10 ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,
Ἀσπάζεται ὑμᾶς Ἀρίσταρχος ὁ συναιχμάλωτός μου, καὶ Μᾶρκος ὁ ἀνεψιὸς Βαρνάβα, (περὶ οὗ ἐλάβετε ἐντολάς, ἐὰν ἔλθῃ πρὸς ὑμᾶς, δέξασθε αὐτόν, )
11 ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିପ୍ରାପ୍ତ ବିଶ୍ୱାସୀମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି।
καὶ Ἰησοῦς ὁ λεγόμενος Ἰοῦστος, οἱ ὄντες ἐκ περιτομῆς οὗτοι μόνοι συνεργοὶ εἰς τὴν βασιλείαν τοῦ Θεοῦ, οἵτινες ἐγενήθησάν μοι παρηγορία.
12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
ἀσπάζεται ὑμᾶς Ἐπαφρᾶς ὁ ἐξ ὑμῶν, δοῦλος Χριστοῦ Ἰησοῦ, πάντοτε ἀγωνιζόμενος ὑπὲρ ὑμῶν ἐν ταῖς προσευχαῖς, ἵνα σταθῆτε τέλειοι καὶ πεπληροφορημένοι ἐν παντὶ θελήματι τοῦ Θεοῦ.
13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।
μαρτυρῶ γὰρ αὐτῷ ὅτι ἔχει πολὺν πόνον ὑπὲρ ὑμῶν καὶ τῶν ἐν Λαοδικίᾳ καὶ τῶν ἐν Ἱεραπόλει.
14 ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
ἀσπάζεται ὑμᾶς Λουκᾶς ὁ ἰατρὸς ὁ ἀγαπητὸς καὶ Δημᾶς.
15 ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍‍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ।
Ἀσπάσασθε τοὺς ἐν Λαοδικίᾳ ἀδελφοὺς καὶ Νύμφαν καὶ τὴν κατ’ οἶκον αὐτῆς ἐκκλησίαν.
16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର।
καὶ ὅταν ἀναγνωσθῇ παρ’ ὑμῖν ἡ ἐπιστολή, ποιήσατε ἵνα καὶ ἐν τῇ Λαοδικέων ἐκκλησίᾳ ἀναγνωσθῇ, καὶ τὴν ἐκ Λαοδικίας ἵνα καὶ ὑμεῖς ἀναγνῶτε.
17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।
καὶ εἴπατε Ἀρχίππῳ Βλέπε τὴν διακονίαν ἣν παρέλαβες ἐν Κυρίῳ, ἵνα αὐτὴν πληροῖς.
18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
Ὁ ἀσπασμὸς τῇ ἐμῇ χειρὶ Παύλου. μνημονεύετέ μου τῶν δεσμῶν. ἡ χάρις μεθ’ ὑμῶν.

< କଲସୀୟ 4 >