< କଲସୀୟ 1 >

1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ,
Παῦλος ἀπόστολος χριστοῦ Ἰησοῦ διὰ θελήματος θεοῦ, καὶ Τιμόθεος ὁ ἀδελφός,
2 କଲସୀୟ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ; ଆମ୍ଭମାନଙ୍କ ପିତା ଈଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
τοῖς ἐν Κολασσαῖς ἁγίοις καὶ πιστοῖς ἀδελφοῖς ἐν χριστῷ· χάρις ὑμῖν καὶ εἰρήνη ἀπὸ θεοῦ πατρὸς ἡμῶν.
3 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ।
Εὐχαριστοῦμεν τῷ θεῷ καὶ πατρὶ τοῦ κυρίου ἡμῶν Ἰησοῦ χριστοῦ, πάντοτε ὑπὲρ ὑμῶν προσευχόμενοι,
4 କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।
ἀκούσαντες τὴν πίστιν ὑμῶν ἐν χριστῷ Ἰησοῦ καὶ τὴν ἀγάπην ἣν ἔχετε εἰς πάντας τοὺς ἁγίους,
5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।
διὰ τὴν ἐλπίδα τὴν ἀποκειμένην ὑμῖν ἐν τοῖς οὐρανοῖς, ἣν προηκούσατε ἐν τῷ λόγῳ τῆς ἀληθείας τοῦ εὐαγγελίου
6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
τοῦ παρόντος εἰς ὑμᾶς, καθὼς καὶ ἐν παντὶ τῷ κόσμῳ ἐστὶν καρποφορούμενον καὶ αὐξανόμενον, καθὼς καὶ ἐν ὑμῖν, ἀφ᾽ ἧς ἡμέρας ἠκούσατε καὶ ἐπέγνωτε τὴν χάριν τοῦ θεοῦ ἐν ἀληθείᾳ·
7 ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
καθὼς ἐμάθετε ἀπὸ Ἐπαφρᾶ τοῦ ἀγαπητοῦ συνδούλου ἡμῶν, ὅς ἐστιν πιστὸς ὑπὲρ ἡμῶν διάκονος τοῦ χριστοῦ,
8 ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
ὁ καὶ δηλώσας ἡμῖν τὴν ὑμῶν ἀγάπην ἐν πνεύματι.
9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ
διὰ τοῦτο καὶ ἡμεῖς, ἀφ᾽ ἧς ἡμέρας ἠκούσαμεν, οὐ παυόμεθα ὑπὲρ ὑμῶν προσευχόμενοι καὶ αἰτούμενοι ἵνα πληρωθῆτε τὴν ἐπίγνωσιν τοῦ θελήματος αὐτοῦ ἐν πάσῃ σοφίᾳ καὶ συνέσει πνευματικῇ,
10 ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
περιπατῆσαι ἀξίως τοῦ κυρίου εἰς πᾶσαν ἀρεσκείαν, ἐν παντὶ ἔργῳ ἀγαθῷ καρποφοροῦντες καὶ αὐξανόμενοι τῇ ἐπιγνώσει τοῦ θεοῦ·
11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
ἐν πάσῃ δυνάμει δυναμούμενοι κατὰ τὸ κράτος τῆς δόξης αὐτοῦ εἰς πᾶσαν ὑπομονὴν καὶ μακροθυμίαν μετὰ χαρᾶς·
12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
Εὐχαριστοῦντες τῷ πατρὶ τῷ ἱκανώσαντι ἡμᾶς εἰς τὴν μερίδα τοῦ κλήρου τῶν ἁγίων ἐν τῷ φωτί,
13 ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
ὃς ἐρύσατο ἡμᾶς ἐκ τῆς ἐξουσίας τοῦ σκότους, καὶ μετέστησεν εἰς τὴν βασιλείαν τοῦ υἱοῦ τῆς ἀγάπης αὐτοῦ,
14 ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ।
ἐν ᾧ ἔχομεν τὴν ἀπολύτρωσιν, τὴν ἄφεσιν τῶν ἁμαρτιῶν·
15 ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
ὅς ἐστιν εἰκὼν τοῦ θεοῦ τοῦ ἀοράτου, πρωτότοκος πάσης κτίσεως·
16 କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
ὅτι ἐν αὐτῷ ἐκτίσθη τὰ πάντα ἐν τοῖς οὐρανοῖς καὶ [τὰ] ἐπὶ τῆς γῆς, τὰ ὁρατὰ καὶ τὰ ἀόρατα, εἴτε θρόνοι εἴτε κυριότητες εἴτε ἀρχαὶ εἴτε ἐξουσίαι· τὰ πάντα δι᾽ αὐτοῦ καὶ εἰς αὐτὸν ἔκτισται,
17 ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।
καὶ αὐτός ἐστιν πρὸ πάντων, καὶ τὰ πάντα ἐν αὐτῷ συνέστηκεν,
18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
καὶ αὐτός ἐστιν ἡ κεφαλὴ τοῦ σώματος τῆς ἐκκλησίας· ὅς ἐστιν ἀρχή, πρωτότοκος ἐκ τῶν νεκρῶν, ἵνα γένηται ἐν πᾶσιν αὐτὸς πρωτεύων·
19 କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,
ὅτι ἐν αὐτῷ εὐδόκησεν πᾶν τὸ πλήρωμα κατοικῆσαι,
20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।
καὶ δι᾽ αὐτοῦ ἀποκαταλλάξαι τὰ πάντα εἰς αὐτόν, εἰρηνοποιήσας διὰ τοῦ αἵματος τοῦ σταυροῦ αὐτοῦ, εἴτε τὰ ἐπὶ τῆς γῆς εἴτε τὰ ἐν τοῖς οὐρανοῖς·
21 ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ବରଙ୍କଠାରୁ ପୃଥକ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
καὶ ὑμᾶς ποτε ὄντας ἀπηλλοτριωμένους καὶ ἐχθροὺς τῇ διανοίᾳ ἐν τοῖς ἔργοις τοῖς πονηροῖς,
22 କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;
νυνὶ δὲ ἀποκατήλλαξεν ἐν τῷ σώματι τῆς σαρκὸς αὐτοῦ διὰ τοῦ θανάτου, παραστῆσαι ὑμᾶς ἁγίους καὶ ἀμώμους καὶ ἀνεγκλήτους κατενώπιον αὐτοῦ·
23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
εἴ γε ἐπιμένετε τῇ πίστει τεθεμελιωμένοι καὶ ἑδραῖοι, καὶ μὴ μετακινούμενοι ἀπὸ τῆς ἐλπίδος τοῦ εὐαγγελίου οὗ ἠκούσατε, τοῦ κηρυχθέντος ἐν πάσῃ κτίσει τῇ ὑπὸ τὸν οὐρανόν, οὗ ἐγενόμην ἐγὼ Παῦλος διάκονος.
24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
Νῦν χαίρω ἐν τοῖς παθήμασιν ὑπὲρ ὑμῶν, καὶ ἀνταναπληρῶ τὰ ὑστερήματα τῶν θλίψεων τοῦ χριστοῦ ἐν τῇ σαρκί μου ὑπὲρ τοῦ σώματος αὐτοῦ, ὅ ἐστιν ἡ ἐκκλησία·
25 ଈଶ୍ବର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।
ἧς ἐγενόμην ἐγὼ διάκονος κατὰ τὴν οἰκονομίαν τοῦ θεοῦ τὴν δοθεῖσάν μοι εἰς ὑμᾶς πληρῶσαι τὸν λόγον τοῦ θεοῦ,
26 ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି। (aiōn g165)
τὸ μυστήριον τὸ ἀποκεκρυμμένον ἀπὸ τῶν αἰώνων καὶ ἀπὸ τῶν γενεῶν, νῦν δὲ ἐφανερώθη τοῖς ἁγίοις αὐτοῦ· (aiōn g165)
27 ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
οἷς ἠθέλησεν ὁ θεὸς γνωρίσαι, τί τὸ πλοῦτος τῆς δόξης τοῦ μυστηρίου τούτου ἐν τοῖς ἔθνεσιν, ὅ ἐστιν χριστὸς ἐν ὑμῖν, ἡ ἐλπὶς τῆς δόξης·
28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;
ὃν ἡμεῖς καταγγέλλομεν, νουθετοῦντες πάντα ἄνθρωπον καὶ διδάσκοντες πάντα ἄνθρωπον ἐν πάσῃ σοφίᾳ, ἵνα παραστήσωμεν πάντα ἄνθρωπον τέλειον ἐν χριστῷ,
29 ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।
εἰς ὃ καὶ κοπιῶ, ἀγωνιζόμενος κατὰ τὴν ἐνέργειαν αὐτοῦ τὴν ἐνεργουμένην ἐν ἐμοὶ ἐν δυνάμει.

< କଲସୀୟ 1 >