< ଦାନିୟେଲ 10 >

1 ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍‍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।
Pers Kralı Koreş'in krallığının üçüncü yılında Belteşassar diye çağrılan Daniel'e bir giz açıklandı. Büyük bir savaşla ilgili olan bu giz gerçekti. Daniel görümde kendisine açıklanan gizi anladı.
2 ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।
O sırada ben Daniel üç haftadır yas tutuyordum.
3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।
Üç hafta dolana dek ağzıma ne güzel bir yiyecek ya da et koydum, ne şarap içtim, ne de yağ süründüm.
4 ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,
Birinci ayın yirmi dördüncü günü, Büyük Irmak'ın, yani Dicle'nin kıyısındayken,
5 ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
gözlerimi kaldırıp bakınca keten giysi giyinmiş, beline Ufaz altınından kemer kuşanmış bir adam gördüm.
6 ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍‍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।
Bedeni sarı yakut gibiydi. Yüzü şimşek gibi parlıyordu. Gözleri alevli meşalelere benziyordu. Kollarıyla bacakları cilalı tunç gibi parlıyor, sesi büyük bir kalabalığın çıkardığı gürültüyü andırıyordu.
7 ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।
Görümü yalnız ben Daniel gördüm. Yanımdakiler görmediler, ama dehşete düşerek gizlenmek için kaçtılar.
8 ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।
Böylece ben yalnız kaldım. Bu büyük görümü seyrederken gücüm tükendi, benzim büsbütün soldu, kendimi toparlayamadım.
9 ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି।
Sonra adamın sesini duyunca yüzüstü yere düşüp derin bir uykuya daldım.
10 ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।
Derken bir el dokundu, titredim; beni dizlerimle ellerimin üzerine kaldırdı.
11 ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।
Bana, “Ey Daniel, sen ki çok sevilen birisin!” dedi, “Ayağa kalk ve söyleyeceklerime iyi kulak ver. Çünkü sana gönderildim.” O bunları söyler söylemez titreyerek ayağa kalktım.
12 ଏଥିରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।
“Korkma, ey Daniel!” diye devam etti, “Anlayışa erişmeye ve kendini Tanrın'ın önünde alçaltmaya karar verdiğin gün duan işitildi. İşte bu yüzden geldim.
13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।
Pers krallığının önderi yirmi bir gün bana karşı durdu. Sonra baş önderlerden Mikail bana yardıma geldi, çünkü orada, Pers krallarının yanında alıkonulmuştum.
14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।”
Son günlerde halkının başına neler geleceğini sana açıklamak için geldim şimdi, çünkü bu görüm gelecekle ilgilidir.”
15 ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି।
O bunları söyleyince, suskun suskun yere baktım.
16 ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।
Derken insanoğluna benzeyen biri dudaklarıma dokundu. Ben de ağzımı açıp konuşmaya başladım. Karşımda durana, “Ey efendim, bu görüm yüzünden acı çekiyorum, kendimi toparlayamıyorum” dedim,
17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।”
“Ben kulun nasıl seninle konuşayım? Gücüm tükendi, soluğum kesildi.”
18 ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।
İnsana benzeyen varlık yine dokunup beni güçlendirdi.
19 ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ!” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”
“Ey çok sevilen adam, korkma!” dedi, “Esenlik olsun sana! Güçlü ol! Evet, güçlü ol!” O benimle konuşunca güçlendim. “Konuşmanı sürdür, efendim, çünkü bana güç verdin” dedim.
20 ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।
Bunun üzerine, “Sana neden geldiğimi biliyor musun?” dedi, “Çok yakında dönüp Pers önderiyle savaşacağım. Ben gidince Grek önderi gelecek.
21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।
Ama önce Gerçek Kitap'ta neler yazıldığını sana bildireceğim. Onlara karşı önderiniz Mikail dışında bana yardım eden kimse yok.

< ଦାନିୟେଲ 10 >