< ଦାନିୟେଲ 12 >

1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
“At that time Michael, the great prince who stands watch over your people, will rise up. There will be a time of distress, the likes of which will not have occurred from the beginning of nations until that time. But at that time your people—everyone whose name is found written in the book—will be delivered.
2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
And many who sleep in the dust of the earth will awake, some to everlasting life, but others to shame and everlasting contempt.
3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
Then the wise will shine like the brightness of the heavens, and those who lead many to righteousness will shine like the stars forever and ever.
4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।”
But you, Daniel, shut up these words and seal the book until the time of the end. Many will roam to and fro, and knowledge will increase.”
5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।
Then I, Daniel, looked and saw two others standing there, one on this bank of the river and one on the opposite bank.
6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”
One of them said to the man dressed in linen, who was above the waters of the river, “How long until the fulfillment of these wonders?”
7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।”
And the man dressed in linen, who was above the waters of the river, raised his right hand and his left hand toward heaven, and I heard him swear by Him who lives forever, saying, “It will be for a time, and times, and half a time. When the power of the holy people has finally been shattered, all these things will be completed.”
8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”
I heard, but I did not understand. So I asked, “My lord, what will be the outcome of these things?”
9 ତହିଁରେ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।
“Go on your way, Daniel,” he replied, “for the words are closed up and sealed until the time of the end.
10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।
Many will be purified, made spotless, and refined, but the wicked will continue to act wickedly. None of the wicked will understand, but the wise will understand.
11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।
And from the time the daily sacrifice is abolished and the abomination of desolation set up, there will be 1,290 days.
12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନି ଶହ ପଞ୍ଚତିରିଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।
Blessed is he who waits and reaches the end of the 1,335 days.
13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”
But as for you, go on your way until the end. You will rest, and will arise to your inheritance at the end of the days.”

< ଦାନିୟେଲ 12 >