< ଦାନିୟେଲ 2 >

1 ଏଥିଉତ୍ତାରେ ନବୂଖଦ୍‍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍‍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍‍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
וּבִשְׁנַ֣ת שְׁתַּ֗יִם לְמַלְכוּת֙ נְבֻֽכַדְנֶצַּ֔ר חָלַ֥ם נְבֻֽכַדְנֶצַּ֖ר חֲלֹמֹ֑ות וַתִּתְפָּ֣עֶם רוּחֹ֔ו וּשְׁנָתֹ֖ו נִהְיְתָ֥ה עָלָֽיו׃
2 ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
וַיֹּ֣אמֶר הַ֠מֶּלֶךְ לִקְרֹ֨א לַֽחַרְטֻמִּ֜ים וְלָֽאַשָּׁפִ֗ים וְלַֽמְכַשְּׁפִים֙ וְלַכַּשְׂדִּ֔ים לְהַגִּ֥יד לַמֶּ֖לֶךְ חֲלֹמֹתָ֑יו וַיָּבֹ֕אוּ וַיַּֽעַמְד֖וּ לִפְנֵ֥י הַמֶּֽלֶךְ׃
3 ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”
וַיֹּ֧אמֶר לָהֶ֛ם הַמֶּ֖לֶךְ חֲלֹ֣ום חָלָ֑מְתִּי וַתִּפָּ֣עֶם רוּחִ֔י לָדַ֖עַת אֶֽת־הַחֲלֹֽום׃
4 ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”
וַֽיְדַבְּר֧וּ הַכַּשְׂדִּ֛ים לַמֶּ֖לֶךְ אֲרָמִ֑ית מַלְכָּא֙ לְעָלְמִ֣ין חֱיִ֔י אֱמַ֥ר חֶלְמָ֛א לְעַבְדַּיִךְ (לְעַבְדָ֖ךְ) וּפִשְׁרָ֥א נְחַוֵּֽא׃
5 ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।
עָנֵ֤ה מַלְכָּא֙ וְאָמַ֣ר לְכַשְׂדָּיֵא (לְכַשְׂדָּאֵ֔י) מִלְּתָ֖א מִנִּ֣י אַזְדָּ֑א הֵ֣ן לָ֤א תְהֹֽודְעוּנַּ֙נִי֙ חֶלְמָ֣א וּפִשְׁרֵ֔הּ הַדָּמִין֙ תִּתְעַבְד֔וּן וּבָתֵּיכֹ֖ון נְוָלִ֥י יִתְּשָׂמֽוּן׃
6 ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”
וְהֵ֨ן חֶלְמָ֤א וּפִשְׁרֵהּ֙ תְּֽהַחֲוֹ֔ן מַתְּנָ֤ן וּנְבִזְבָּה֙ וִיקָ֣ר שַׂגִּ֔יא תְּקַבְּל֖וּן מִן־קֳדָמָ֑י לָהֵ֕ן חֶלְמָ֥א וּפִשְׁרֵ֖הּ הַחֲוֹֽנִי׃
7 ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”
עֲנֹ֥ו תִנְיָנ֖וּת וְאָמְרִ֑ין מַלְכָּ֕א חֶלְמָ֛א יֵאמַ֥ר לְעַבְדֹ֖והִי וּפִשְׁרָ֥ה נְהַחֲוֵֽה׃
8 ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।
עָנֵ֤ה מַלְכָּא֙ וְאָמַ֔ר מִן־יַצִּיב֙ יָדַ֣ע אֲנָ֔ה דִּ֥י עִדָּנָ֖א אַנְתּ֣וּן זָבְנִ֑ין כָּל־קֳבֵל֙ דִּ֣י חֲזֵיתֹ֔ון דִּ֥י אַזְדָּ֖א מִנִּ֥י מִלְּתָֽא׃
9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
דִּ֣י הֵן־חֶלְמָא֩ לָ֨א תְהֹֽודְעֻנַּ֜נִי חֲדָה־הִ֣יא דָֽתְכֹ֗ון וּמִלָּ֨ה כִדְבָ֤ה וּשְׁחִיתָה֙ הַזְמִנְתּוּן (הִזְדְּמִנְתּוּן֙) לְמֵאמַ֣ר קָֽדָמַ֔י עַ֛ד דִּ֥י עִדָּנָ֖א יִשְׁתַּנֵּ֑א לָהֵ֗ן חֶלְמָא֙ אֱמַ֣רוּ לִ֔י וֽ͏ְאִנְדַּ֕ע דִּ֥י פִשְׁרֵ֖הּ תְּהַחֲוֻנַּֽנִי׃
10 କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।
עֲנֹ֨ו כַשְׂדָּיֵא (כַשְׂדָּאֵ֤י) קֳדָם־מַלְכָּא֙ וְאָ֣מְרִ֔ין לָֽא־אִיתַ֤י אֲנָשׁ֙ עַל־יַבֶּשְׁתָּ֔א דִּ֚י מִלַּ֣ת מַלְכָּ֔א יוּכַ֖ל לְהַחֲוָיָ֑ה כָּל־קֳבֵ֗ל דִּ֚י כָּל־מֶ֙לֶךְ֙ רַ֣ב וְשַׁלִּ֔יט מִלָּ֤ה כִדְנָה֙ לָ֣א שְׁאֵ֔ל לְכָל־חַרְטֹּ֖ם וְאָשַׁ֥ף וְכַשְׂדָּֽי׃
11 ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”
וּמִלְּתָ֨א דִֽי־מַלְכָּ֤ה שָׁאֵל֙ יַקִּירָ֔ה וְאָחֳרָן֙ לָ֣א אִיתַ֔י דִּ֥י יְחַוִּנַּ֖הּ קֳדָ֣ם מַלְכָּ֑א לָהֵ֣ן אֱלָהִ֔ין דִּ֚י מְדָ֣רְהֹ֔ון עִם־בִּשְׂרָ֖א לָ֥א אִיתֹֽוהִי׃
12 ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
כָּל־קֳבֵ֣ל דְּנָ֔ה מַלְכָּ֕א בְּנַ֖ס וּקְצַ֣ף שַׂגִּ֑יא וַאֲמַר֙ לְהֹ֣ובָדָ֔ה לְכֹ֖ל חַכִּימֵ֥י בָבֶֽל׃
13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍‍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
וְדָתָ֣א נֶפְקַ֔ת וְחַכִּֽימַיָּ֖א מִֽתְקַטְּלִ֑ין וּבְעֹ֛ו דָּנִיֵּ֥אל וְחַבְרֹ֖והִי לְהִתְקְטָלָֽה׃ פ
14 ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
בֵּאדַ֣יִן דָּנִיֵּ֗אל הֲתִיב֙ עֵטָ֣א וּטְעֵ֔ם לְאַרְיֹ֕וךְ רַב־טַבָּחַיָּ֖א דִּ֣י מַלְכָּ֑א דִּ֚י נְפַ֣ק לְקַטָּלָ֔ה לְחַכִּימֵ֖י בָּבֶֽל׃
15 ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
עָנֵ֣ה וְאָמַ֗ר לְאַרְיֹוךְ֙ שַׁלִּיטָ֣א דִֽי־מַלְכָּ֔א עַל־מָ֥ה דָתָ֛א מְהַחְצְפָ֖ה מִן־קֳדָ֣ם מַלְכָּ֑א אֱדַ֣יִן מִלְּתָ֔א הֹודַ֥ע אַרְיֹ֖וךְ לְדָנִיֵּֽאל׃
16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
וְדָ֣נִיֵּ֔אל עַ֖ל וּבְעָ֣ה מִן־מַלְכָּ֑א דִּ֚י זְמָ֣ן יִנְתֵּן־לֵ֔הּ וּפִשְׁרָ֖א לְהַֽחֲוָיָ֥ה לְמַלְכָּֽא׃ פ
17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
אֱדַ֥יִן דָּֽנִיֵּ֖אל לְבַיְתֵ֣הּ אֲזַ֑ל וְ֠לַחֲנַנְיָה מִֽישָׁאֵ֧ל וַעֲזַרְיָ֛ה חַבְרֹ֖והִי מִלְּתָ֥א הֹודַֽע׃
18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
וְרַחֲמִ֗ין לְמִבְעֵא֙ מִן־קֳדָם֙ אֱלָ֣הּ שְׁמַיָּ֔א עַל־רָזָ֖ה דְּנָ֑ה דִּ֣י לָ֤א יְהֹֽבְדוּן֙ דָּנִיֵּ֣אל וְחַבְרֹ֔והִי עִם־שְׁאָ֖ר חַכִּימֵ֥י בָבֶֽל׃
19 ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
אֱדַ֗יִן לְדָנִיֵּ֛אל בְּחֶזְוָ֥א דִֽי־לֵילְיָ֖א רָזָ֣ה גֲלִ֑י אֱדַ֙יִן֙ דָּֽנִיֵּ֔אל בָּרִ֖ךְ לֶאֱלָ֥הּ שְׁמַיָּֽא׃
20 ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
עָנֵ֤ה דָֽנִיֵּאל֙ וְאָמַ֔ר לֶהֱוֵ֨א שְׁמֵ֤הּ דִּֽי־אֱלָהָא֙ מְבָרַ֔ךְ מִן־עָלְמָ֖א וְעַ֣ד־עָלְמָ֑א דִּ֧י חָכְמְתָ֛א וּגְבוּרְתָ֖א דִּ֥י לֵֽהּ־הִֽיא׃
21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
וְ֠הוּא מְהַשְׁנֵ֤א עִדָּנַיָּא֙ וְזִמְנַיָּ֔א מְהַעְדֵּ֥ה מַלְכִ֖ין וּמְהָקֵ֣ים מַלְכִ֑ין יָהֵ֤ב חָכְמְתָא֙ לְחַכִּימִ֔ין וּמַנְדְּעָ֖א לְיָדְעֵ֥י בִינָֽה׃
22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
ה֛וּא גָּלֵ֥א עַמִּיקָתָ֖א וּמְסַתְּרָתָ֑א יָדַע֙ מָ֣ה בַחֲשֹׁוכָ֔א וּנְהִירָא (וּנְהֹורָ֖א) עִמֵּ֥הּ שְׁרֵֽא׃
23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”
לָ֣ךְ ׀ אֱלָ֣הּ אֲבָהָתִ֗י מְהֹודֵ֤א וּמְשַׁבַּח֙ אֲנָ֔ה דִּ֧י חָכְמְתָ֛א וּגְבוּרְתָ֖א יְהַ֣בְתְּ לִ֑י וּכְעַ֤ן הֹֽודַעְתַּ֙נִי֙ דִּֽי־בְעֵ֣ינָא מִנָּ֔ךְ דִּֽי־מִלַּ֥ת מַלְכָּ֖א הֹודַעְתֶּֽנָא׃
24 ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”
כָּל־קֳבֵ֣ל דְּנָ֗ה דָּֽנִיֵּאל֙ עַ֣ל עַל־אַרְיֹ֔וךְ דִּ֚י מַנִּ֣י מַלְכָּ֔א לְהֹובָדָ֖ה לְחַכִּימֵ֣י בָבֶ֑ל אֲזַ֣ל ׀ וְכֵ֣ן אֲמַר־לֵ֗הּ לְחַכִּימֵ֤י בָבֶל֙ אַל־תְּהֹובֵ֔ד הַעֵ֙לְנִי֙ קֳדָ֣ם מַלְכָּ֔א וּפִשְׁרָ֖א לְמַלְכָּ֥א אֲחַוֵּֽא׃ ס
25 ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”
אֱדַ֤יִן אַרְיֹוךְ֙ בְּהִתְבְּהָלָ֔ה הַנְעֵ֥ל לְדָנִיֵּ֖אל קֳדָ֣ם מַלְכָּ֑א וְכֵ֣ן אֲמַר־לֵ֗הּ דִּֽי־הַשְׁכַּ֤חַת גְּבַר֙ מִן־בְּנֵ֤י גָֽלוּתָא֙ דִּ֣י יְה֔וּד דִּ֥י פִשְׁרָ֖א לְמַלְכָּ֥א יְהֹודַֽע׃
26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”
עָנֵ֤ה מַלְכָּא֙ וְאָמַ֣ר לְדָנִיֵּ֔אל דִּ֥י שְׁמֵ֖הּ בֵּלְטְשַׁאצַּ֑ר הַאִיתַיִךְ (הַֽאִיתָ֣ךְ) כָּהֵ֗ל לְהֹודָעֻתַ֛נִי חֶלְמָ֥א דִֽי־חֲזֵ֖ית וּפִשְׁרֵֽהּ׃
27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;
עָנֵ֧ה דָנִיֵּ֛אל קֳדָ֥ם מַלְכָּ֖א וְאָמַ֑ר רָזָה֙ דִּֽי־מַלְכָּ֣א שָׁאֵ֔ל לָ֧א חַכִּימִ֣ין אָֽשְׁפִ֗ין חַרְטֻמִּין֙ גָּזְרִ֔ין יָכְלִ֖ין לְהַֽחֲוָיָ֥ה לְמַלְכָּֽא׃
28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍‍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
בְּרַ֡ם אִיתַ֞י אֱלָ֤הּ בִּשְׁמַיָּא֙ גָּלֵ֣א רָזִ֔ין וְהֹודַ֗ע לְמַלְכָּא֙ נְבֽוּכַדְנֶצַּ֔ר מָ֛ה דִּ֥י לֶהֱוֵ֖א בְּאַחֲרִ֣ית יֹומַיָּ֑א חֶלְמָ֨ךְ וְחֶזְוֵ֥י רֵאשָׁ֛ךְ עַֽל־מִשְׁכְּבָ֖ךְ דְּנָ֥ה הֽוּא׃ פ
29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
אַנְתָּה (אַ֣נְתְּ) מַלְכָּ֗א רַעְיֹונָךְ֙ עַל־מִשְׁכְּבָ֣ךְ סְלִ֔קוּ מָ֛ה דִּ֥י לֶהֱוֵ֖א אַחֲרֵ֣י דְנָ֑ה וְגָלֵ֧א רָזַיָּ֛א הֹודְעָ֖ךְ מָה־דִ֥י לֶהֱוֵֽא׃
30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
וַאֲנָ֗ה לָ֤א בְחָכְמָה֙ דִּֽי־אִיתַ֥י בִּי֙ מִן־כָּל־חַיַּיָּ֔א רָזָ֥א דְנָ֖ה גֱּלִ֣י לִ֑י לָהֵ֗ן עַל־דִּבְרַת֙ דִּ֤י פִשְׁרָא֙ לְמַלְכָּ֣א יְהֹודְע֔וּן וְרַעְיֹונֵ֥י לִבְבָ֖ךְ תִּנְדַּֽע׃
31 ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
אַנְתָּה (אַ֣נְתְּ) מַלְכָּ֗א חָזֵ֤ה הֲוַ֙יְתָ֙ וַאֲל֨וּ צְלֵ֥ם חַד֙ שַׂגִּ֔יא צַלְמָ֨א דִּכֵּ֥ן רַ֛ב וְזִיוֵ֥הּ יַתִּ֖יר קָאֵ֣ם לְקָבְלָ֑ךְ וְרֵוֵ֖הּ דְּחִֽיל׃
32 ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
ה֣וּא צַלְמָ֗א רֵאשֵׁהּ֙ דִּֽי־דְהַ֣ב טָ֔ב חֲדֹ֥והִי וּדְרָעֹ֖והִי דִּ֣י כְסַ֑ף מְעֹ֥והִי וְיַרְכָתֵ֖הּ דִּ֥י נְחָֽשׁ׃
33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
שָׁקֹ֖והִי דִּ֣י פַרְזֶ֑ל רַגְלֹ֕והִי מִנְּהֹון (מִנְּהֵין֙) דִּ֣י פַרְזֶ֔ל וּמִנְּהֹון (וּמִנְּהֵ֖ין) דִּ֥י חֲסַֽף׃
34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
חָזֵ֣ה הֲוַ֗יְתָ עַ֠ד דִּ֣י הִתְגְּזֶ֤רֶת אֶ֙בֶן֙ דִּי־לָ֣א בִידַ֔יִן וּמְחָ֤ת לְצַלְמָא֙ עַל־רַגְלֹ֔והִי דִּ֥י פַרְזְלָ֖א וְחַסְפָּ֑א וְהַדֵּ֖קֶת הִמֹּֽון׃
35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
בֵּאדַ֣יִן דָּ֣קוּ כַחֲדָ֡ה פַּרְזְלָא֩ חַסְפָּ֨א נְחָשָׁ֜א כַּסְפָּ֣א וְדַהֲבָ֗א וַהֲוֹו֙ כְּע֣וּר מִן־אִדְּרֵי־קַ֔יִט וּנְשָׂ֤א הִמֹּון֙ רוּחָ֔א וְכָל־אֲתַ֖ר לָא־הִשְׁתֲּכַ֣ח לְהֹ֑ון וְאַבְנָ֣א ׀ דִּֽי־מְחָ֣ת לְצַלְמָ֗א הֲוָ֛ת לְט֥וּר רַ֖ב וּמְלָ֥ת כָּל־אַרְעָֽא׃
36 ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
דְּנָ֣ה חֶלְמָ֔א וּפִשְׁרֵ֖הּ נֵאמַ֥ר קֳדָם־מַלְכָּֽא׃
37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
אַנְתָּה (אַ֣נְתְּ) מַלְכָּ֔א מֶ֖לֶךְ מַלְכַיָּ֑א דִּ֚י אֱלָ֣הּ שְׁמַיָּ֔א מַלְכוּתָ֥א חִסְנָ֛א וְתָקְפָּ֥א וִֽיקָרָ֖א יְהַב־לָֽךְ׃
38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
וּבְכָל־דִּ֣י דָאֲרִין (דָֽיְרִ֣ין) בְּֽנֵי־אֲ֠נָשָׁא חֵיוַ֨ת בָּרָ֤א וְעֹוף־שְׁמַיָּא֙ יְהַ֣ב בִּידָ֔ךְ וְהַשְׁלְטָ֖ךְ בְּכָלְּהֹ֑ון אַנְתָּה (אַנְתְּ)־ה֔וּא רֵאשָׁ֖ה דִּ֥י דַהֲבָֽא׃
39 ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
וּבָתְרָ֗ךְ תְּק֛וּם מַלְכ֥וּ אָחֳרִ֖י אֲרַ֣עא מִנָּ֑ךְ וּמַלְכ֨וּ תְלִיתָיָא (תְלִיתָאָ֤ה) אָחֳרִי֙ דִּ֣י נְחָשָׁ֔א דִּ֥י תִשְׁלַ֖ט בְּכָל־אַרְעָֽא׃
40 ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
וּמַלְכוּ֙ רְבִיעָיָה (רְבִ֣יעָאָ֔ה) תֶּהֱוֵ֥א תַקִּיפָ֖ה כְּפַרְזְלָ֑א כָּל־קֳבֵ֗ל דִּ֤י פַרְזְלָא֙ מְהַדֵּ֤ק וְחָשֵׁל֙ כֹּ֔לָּא וּֽכְפַרְזְלָ֛א דִּֽי־מְרָעַ֥ע כָּל־אִלֵּ֖ין תַּדִּ֥ק וְתֵרֹֽעַ׃
41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
וְדִֽי־חֲזַ֜יְתָה רַגְלַיָּ֣א וְאֶצְבְּעָתָ֗א מִנְּהֹון (מִנְּהֵ֞ן) חֲסַ֤ף דִּֽי־פֶחָר֙ וּמִנְּהֹון (וּמִנְּהֵ֣ין) פַּרְזֶ֔ל מַלְכ֤וּ פְלִיגָה֙ תֶּהֱוֵ֔ה וּמִן־נִצְבְּתָ֥א דִ֥י פַרְזְלָ֖א לֶֽהֱוֵא־בַ֑הּ כָּל־קֳבֵל֙ דִּ֣י חֲזַ֔יְתָה פַּ֨רְזְלָ֔א מְעָרַ֖ב בַּחֲסַ֥ף טִינָֽא׃
42 ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
וְאֶצְבְּעָת֙ רַגְלַיָּ֔א מִנְּהֹון (מִנְּהֵ֥ין) פַּרְזֶ֖ל וּמִנְּהֹון (וּמִנְּהֵ֣ין) חֲסַ֑ף מִן־קְצָ֤ת מַלְכוּתָא֙ תֶּהֱוֵ֣ה תַקִּיפָ֔ה וּמִנַּ֖הּ תֶּהֱוֵ֥ה תְבִירָֽה׃
43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
דִי (וְדִ֣י) חֲזַ֗יְתָ פַּרְזְלָא֙ מְעָרַב֙ בַּחֲסַ֣ף טִינָ֔א מִתְעָרְבִ֤ין לֶהֱוֹן֙ בִּזְרַ֣ע אֲנָשָׁ֔א וְלָֽא־לֶהֱוֹ֥ן דָּבְקִ֖ין דְּנָ֣ה עִם־דְּנָ֑ה הֵֽא־כְדִ֣י פַרְזְלָ֔א לָ֥א מִתְעָרַ֖ב עִם־חַסְפָּֽא׃
44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
וּֽבְיֹומֵיהֹ֞ון דִּ֧י מַלְכַיָּ֣א אִנּ֗וּן יְקִים֩ אֱלָ֨הּ שְׁמַיָּ֤א מַלְכוּ֙ דִּ֤י לְעָלְמִין֙ לָ֣א תִתְחַבַּ֔ל וּמַ֨לְכוּתָ֔ה לְעַ֥ם אָחֳרָ֖ן לָ֣א תִשְׁתְּבִ֑ק תַּדִּ֤ק וְתָסֵיף֙ כָּל־אִלֵּ֣ין מַלְכְוָתָ֔א וְהִ֖יא תְּק֥וּם לְעָלְמַיָּֽא׃
45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
כָּל־קֳבֵ֣ל דִּֽי־חֲזַ֡יְתָ דִּ֣י מִטּוּרָא֩ אִתְגְּזֶ֨רֶת אֶ֜בֶן דִּי־לָ֣א בִידַ֗יִן וְ֠הַדֶּקֶת פַּרְזְלָ֨א נְחָשָׁ֤א חַסְפָּא֙ כַּסְפָּ֣א וְדַהֲבָ֔א אֱלָ֥הּ רַב֙ הֹודַ֣ע לְמַלְכָּ֔א מָ֛ה דִּ֥י לֶהֱוֵ֖א אַחֲרֵ֣י דְנָ֑ה וְיַצִּ֥יב חֶלְמָ֖א וּמְהֵימַ֥ן פִּשְׁרֵֽהּ׃ פ
46 ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
בֵּ֠אדַיִן מַלְכָּ֤א נְבֽוּכַדְנֶצַּר֙ נְפַ֣ל עַל־אַנְפֹּ֔והִי וּלְדָנִיֵּ֖אל סְגִ֑ד וּמִנְחָה֙ וְנִ֣יחֹחִ֔ין אֲמַ֖ר לְנַסָּ֥כָה לֵֽהּ׃
47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”
עָנֵה֩ מַלְכָּ֨א לְדָנִיֵּ֜אל וְאָמַ֗ר מִן־קְשֹׁט֙ דִּ֣י אֱלָהֲכֹ֗ון ה֣וּא אֱלָ֧הּ אֱלָהִ֛ין וּמָרֵ֥א מַלְכִ֖ין וְגָלֵ֣ה רָזִ֑ין דִּ֣י יְכֵ֔לְתָּ לְמִגְלֵ֖א רָזָ֥ה דְנָֽה׃
48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
אֱדַ֨יִן מַלְכָּ֜א לְדָנִיֵּ֣אל רַבִּ֗י וּמַתְּנָ֨ן רַבְרְבָ֤ן שַׂגִּיאָן֙ יְהַב־לֵ֔הּ וְהַ֨שְׁלְטֵ֔הּ עַ֖ל כָּל־מְדִינַ֣ת בָּבֶ֑ל וְרַב־סִגְנִ֔ין עַ֖ל כָּל־חַכִּימֵ֥י בָבֶֽל׃
49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।
וְדָנִיֵּאל֙ בְּעָ֣א מִן־מַלְכָּ֔א וּמַנִּ֗י עַ֤ל עֲבִֽידְתָּא֙ דִּ֚י מְדִינַ֣ת בָּבֶ֔ל לְשַׁדְרַ֥ךְ מֵישַׁ֖ךְ וַעֲבֵ֣ד נְגֹ֑ו וְדָנִיֵּ֖אל בִּתְרַ֥ע מַלְכָּֽא׃ פ

< ଦାନିୟେଲ 2 >