< ଦାନିୟେଲ 2 >

1 ଏଥିଉତ୍ତାରେ ନବୂଖଦ୍‍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍‍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍‍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
Katika mwaka wa pili wa utawala wake, Nebukadneza aliota ndoto. Mawazo yake yakasumbuka na hakuweza kulala.
2 ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
Hivyo mfalme akawaita waganga, wasihiri, wachawi na wanajimu ili wamwambie ndoto yake aliyokuwa ameota. Walipoingia ndani na kusimama mbele ya mfalme,
3 ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”
akawaambia, “Niliota ndoto inayonisumbua, nami nataka nijue maana yake.”
4 ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”
Ndipo wanajimu wakamjibu mfalme kwa lugha ya Kiaramu, “Ee mfalme, uishi milele! Waambie watumishi wako hiyo ndoto, nasi tutaifasiri.”
5 ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।
Mfalme akawajibu wanajimu, “Nimeamua hivi kwa uthabiti: Ikiwa hamtaniambia ndoto yangu ilikuwa ipi na kuifasiri, mtakatwa vipande vipande na nyumba zenu zitafanywa kuwa vifusi.
6 ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”
Lakini mkiniambia ndoto yangu na kuielezea, mtapokea kwangu zawadi, tuzo na heshima kubwa. Basi niambieni ndoto yangu na mnifasirie.”
7 ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”
Wakajibu kwa mara nyingine, “Mfalme na awaambie watumishi wake ndoto yake, nasi tutaifasiri.”
8 ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।
Ndipo mfalme akajibu, “Nina hakika kuwa mnajaribu kupata muda zaidi, kwa sababu mnatambua kuwa nimeamua hivi kwa uthabiti:
9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
Ikiwa hamtaniambia ndoto yangu, ipo adhabu moja tu kwenu. Mmefanya shauri kuniambia habari za kunipotosha na mambo maovu, mkitumaini kwamba hali itabadilika. Hivyo basi, niambieni hiyo ndoto, nami nitajua kuwa mwaweza kunifasiria.”
10 କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।
Wanajimu wakamjibu mfalme, “Hakuna mtu duniani ambaye anaweza kufanya analotaka mfalme! Vilevile hakuna mfalme hata awe mkuu na mwenye uweza namna gani, aliyeuliza kitu kama hicho kwa mganga au kwa msihiri, wala kwa mnajimu yeyote.
11 ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”
Anachouliza mfalme ni kigumu mno. Hakuna yeyote awezaye kumfunulia mfalme isipokuwa miungu, nao hawaishi miongoni mwa wanadamu.”
12 ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
Jambo hili lilimkasirisha na kumghadhibisha mfalme mno hata kuagiza kuuawa kwa wenye hekima wote wa Babeli.
13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍‍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
Hivyo amri ikatolewa ya kuwaua wenye hekima, nao watu wakatumwa kuwatafuta Danieli na rafiki zake ili wawaue.
14 ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
Wakati Arioko, mkuu wa askari wa walinzi wa mfalme, alikuwa amekwenda kuwaua watu wenye hekima wa Babeli, Danieli akazungumza naye kwa hekima na busara.
15 ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
Akamuuliza huyo afisa wa mfalme, “Kwa nini mfalme ametoa amri kali hivyo?” Ndipo Arioko akamweleza Danieli jambo hilo.
16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
Aliposikia jambo hili, Danieli akamwendea mfalme, akamwomba ampe muda ili aweze kumfasiria ile ndoto.
17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
Ndipo Danieli akarudi nyumbani kwake na kuwaeleza rafiki zake Hanania, Mishaeli na Azaria jambo hilo.
18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Aliwasihi waombe rehema kutoka kwa Mungu wa mbinguni kuhusu siri hii, ili yeye na rafiki zake wasije wakauawa pamoja na wenye hekima wengine wa Babeli.
19 ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
Wakati wa usiku lile fumbo lilifunuliwa kwa Danieli katika maono. Ndipo Danieli akamhimidi Mungu wa mbinguni,
20 ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
na akasema: “Lihimidiwe jina la Mungu milele na milele; hekima na uweza ni vyake.
21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
Yeye hubadili nyakati na majira; huwaweka wafalme na kuwaondoa. Huwapa hekima wenye hekima, na maarifa wenye ufahamu.
22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
Hufunua siri na mambo yaliyofichika; anajua yale yaliyo gizani, nayo nuru hukaa kwake.
23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”
Ninakushukuru na kukuhimidi, Ee Mungu wa baba zangu: Umenipa hekima na uwezo, umenijulisha kile tulichokuomba, umetujulisha ndoto ya mfalme.”
24 ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”
Ndipo Danieli akamwendea Arioko, ambaye mfalme alikuwa amemteua kuwaua wenye hekima wa Babeli, akamwambia, “Usiwaue wenye hekima wa Babeli. Nipeleke kwa mfalme, nami nitamfasiria ndoto yake.”
25 ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”
Arioko akampeleka Danieli kwa mfalme mara moja na kumwambia, “Nimempata mtu miongoni mwa watu wa uhamisho kutoka Yuda ambaye anaweza kumwambia mfalme maana ya ndoto yake.”
26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”
Mfalme akamuuliza Danieli (aliyeitwa pia Belteshaza), “Je, unaweza kuniambia nilichoona katika ndoto yangu na kuifasiri?”
27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;
Danieli akajibu, “Hakuna mwenye hekima, msihiri, mganga au mwaguzi anayeweza kumweleza mfalme siri aliyouliza,
28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍‍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
lakini yuko Mungu mbinguni afunuaye siri. Amemwonyesha Mfalme Nebukadneza kitakachotokea siku zijazo. Ndoto yako na maono yaliyopita mawazoni mwako ulipokuwa umelala kitandani mwako ni haya:
29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
“Ee mfalme, ulipokuwa umelala kitandani, yalikujia mawazo kuhusu mambo yatakayotokea baadaye, naye mfunuaji wa siri akakuonyesha ni kitu gani kitakachotokea.
30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
Kwangu mimi, nimefunuliwa siri hii, si kwa sababu nina hekima kubwa kuliko watu wengine wanaoishi, bali ni ili wewe, ee mfalme, upate kujua tafsiri, na ili uweze kuelewa kile kilichopita mawazoni mwako.
31 ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
“Ee mfalme, ulitazama, na mbele yako ilisimama sanamu kubwa, kubwa mno kupita kiasi, sanamu iliyongʼaa na kutisha kwa kuonekana kwake.
32 ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
Kichwa cha ile sanamu kilikuwa kimetengenezwa kwa dhahabu safi, kifua chake na mikono yake vilikuwa vya fedha, tumbo lake na mapaja yake vilikuwa vya shaba,
33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
miguu yake ilikuwa ya chuma, na nyayo zake zilikuwa chuma nazo sehemu nyingine zilikuwa udongo wa mfinyanzi uliochomwa.
34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Ulipokuwa unaangalia, jiwe lilikatwa, lakini si kwa mikono ya mwanadamu. Lile jiwe liliipiga ile sanamu kwenye nyayo zake za chuma na udongo wa mfinyanzi, na kuivunja.
35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
Ndipo ile chuma, ule udongo wa mfinyanzi, ile shaba, ile fedha na ile dhahabu vikavunjika vipande vipande kwa wakati mmoja, na vikawa kama makapi katika sakafu ya kupuria nafaka wakati wa kiangazi. Upepo ukavipeperusha bila kuacha hata alama. Lakini lile jiwe lililoipiga ile sanamu likawa mlima mkubwa mno na kuijaza dunia yote.
36 ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
“Hii ndiyo iliyokuwa ndoto, nasi sasa tutamfasiria mfalme.
37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Ee mfalme, wewe ni mfalme wa wafalme. Mungu wa mbinguni amekupa wewe utawala, uweza, nguvu na utukufu.
38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
Mikononi mwako amewaweka wanadamu, wanyama wa kondeni, na ndege wa angani. Popote waishipo amekufanya wewe kuwa mtawala juu yao wote. Wewe ndiye kile kichwa cha dhahabu.
39 ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
“Baada yako, ufalme mwingine utainuka, ulio dhaifu kuliko wako. Baadaye utafuata ufalme wa tatu, ule wa shaba, nao utatawala juu ya dunia yote.
40 ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
Hatimaye, kutakuwako na ufalme wa nne, wenye nguvu kama chuma, kwa maana chuma huvunja na kupondaponda kila kitu; kama vile chuma ivunjavyo vitu vipande vipande, ndivyo ufalme huo utakavyopondaponda na kuvunjavunja nyingine zote.
41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
Kama vile ulivyoona kuwa kwa sehemu nyayo na vidole vilikuwa vya udongo wa mfinyanzi uliochomwa na kwa sehemu nyingine chuma, hivyo huu utakuwa ufalme uliogawanyika; hata hivyo utakuwa na sehemu zenye nguvu za chuma ndani yake, kama vile ulivyoona chuma imechanganywa na udongo wa mfinyanzi.
42 ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
Kama vile vidole vyake vya miguu vilikuwa kwa sehemu chuma na sehemu udongo wa mfinyanzi, hivyo ufalme huo kwa sehemu utakuwa na nguvu na kwa sehemu udhaifu.
43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
Kama vile ulivyoona chuma kikiwa kimechanganyikana na udongo wa mfinyanzi uliochomwa, ndivyo watu watakavyokuwa mchanganyiko, wala hawatabaki wameungana tena, kama vile chuma kisivyoweza kuchanganyikana na udongo wa mfinyanzi.
44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
“Katika siku za wafalme hao, Mungu wa mbinguni atauweka ufalme ambao kamwe hautaangamizwa, wala hautaachiwa taifa jingine. Utaziponda zile falme zote na kuzikomesha, bali wenyewe utadumu milele.
45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
Hii ndiyo maana ya maono ya jiwe lililochongwa kutoka mlimani, lakini si kwa mikono ya mwanadamu, lile jiwe ambalo lilivunja chuma, shaba, udongo wa mfinyanzi, fedha na dhahabu vipande vipande. “Mungu Mkuu amemwonyesha mfalme kile kitakachotokea wakati ujao. Ndoto hii ni ya kweli na tafsiri yake ni ya kuaminika.”
46 ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
Ndipo Mfalme Nebukadneza akaanguka kifudifudi mbele ya Danieli kumpa heshima, akaagiza wamtolee Danieli sadaka na uvumba.
47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”
Mfalme akamwambia Danieli, “Hakika Mungu wako ni Mungu wa miungu, na Bwana wa wafalme, na mfunuaji wa siri zote, kwa maana umeweza kufunua siri hii.”
48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
Ndipo mfalme akamweka Danieli nafasi ya juu, na kumpa zawadi nyingi tele. Akamfanya kuwa mtawala wa jimbo lote la Babeli, na kumweka kuwa mkuu wa wenye hekima wote.
49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।
Zaidi ya hayo, kwa ombi la Danieli, mfalme akawateua Shadraki, Meshaki na Abednego kuwa wasimamizi wa jimbo la Babeli, huku Danieli akibaki katika ukumbi wa mfalme.

< ଦାନିୟେଲ 2 >