< ଦାନିୟେଲ 2 >
1 ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
Krallığının ikinci yılında Nebukadnessar bir düş gördü. Ruhu üzüntüyle sarsıldı, uykusu kaçtı.
2 ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
Düşünün ne olduğunu söylesinler diye sihirbazları, falcıları, büyücüleri, yıldızbilimcileri çağırttı. Hepsi gelip kralın önünde durdular.
3 ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”
Kral, “Beni üzüntüyle sarsan bir düş gördüm. Ne anlama geldiğini öğrenmek istiyorum” dedi.
4 ତହିଁରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”
Yıldızbilimciler Aramice, “Ey kral, sen çok yaşa!” dediler, “Düşünü bu kullarına anlat ki, ne anlama geldiğini söyleyelim.”
5 ରାଜା କଲ୍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।
Kral, “Gördüğüm düşü ve ne anlama geldiğini bana açıklamazsanız, kararım kesin, paramparça edileceksiniz” diye karşılık verdi, “Evleriniz de çöplüğe çevrilecek.
6 ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”
Ama düşü ve ne anlama geldiğini açıklayabilirseniz, sizi büyük armağanlarla ödüllendirip onurlandıracağım. Onun için bana düşü ve ne anlama geldiğini açıklayın.”
7 ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”
Onlar yine, “Ey kral, düşü bu kullarına anlat ki, ne anlama geldiğini söyleyelim” dediler.
8 ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।
Bunun üzerine kral, “Kararımın kesin olduğunu bildiğiniz için zaman kazanmak istediğinizi anlıyorum” dedi,
9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
“Ama düşün ne olduğunu bana açıklamazsanız, sizin için tek ceza vardır. Durumun değişeceğini umarak bana yalan yanlış şeyler söylemek için aranızda anlaşmışsınız. Şimdi bana düşün ne olduğunu söyleyin ki, ne anlama geldiğini açıklayabileceğinizi anlayayım.”
10 କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି।
Yıldızbilimciler, “Yeryüzünde senin bu isteğini yerine getirecek tek kişi yoktur” diye yanıtladılar, “Kaldı ki, büyük, güçlü hiçbir kral bir sihirbazdan, falcıdan ya da yıldızbilimciden böyle bir şey istememiştir.
11 ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”
Kralın isteğini yerine getirmek güçtür. İnsanlar arasında yaşamayan ilahlardan başka krala bunu açıklayabilecek kimse yoktur.”
12 ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
Buna çok öfkelenen kral, Babil'deki bütün bilgelerin öldürülmesini buyurdu.
13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
Böylece hepsinin öldürülmesi için buyruk çıktı. Daniel'le arkadaşlarının öldürülmesi için de adamlar gönderildi.
14 ସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
Daniel Babil'in bilgelerini öldürmeye giden kralın muhafız birliği komutanı Aryok'la bilgece, akıllıca konuştu.
15 ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
Aryok'a, “Kralın buyruğu neden bu denli sert?” diye sordu. Aryok durumu Daniel'e anlattı.
16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
Bunun üzerine Daniel krala gidip düşünün ne anlama geldiğini söyleyebilmesi için zaman istedi.
17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
Sonra evine dönüp olup bitenleri arkadaşları Hananya'ya, Mişael'e, Azarya'ya anlattı.
18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Göklerin Tanrısı'na yakarmalarını istedi; öyle ki, Tanrı onlara lütfedip bu gizi açıklasın ve kendisiyle arkadaşları Babil'in öbür bilgeleriyle birlikte öldürülmesinler.
19 ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
Gece giz bir görümde Daniel'e açıklandı. Bunun üzerine Daniel Göklerin Tanrısı'nı övdü.
20 ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
Şöyle dedi: “Tanrı'nın adına öncesizlikten sonsuzluğa dek övgüler olsun! Bilgelik ve güç O'na özgüdür.
21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
O'dur zamanları ve mevsimleri değiştiren. Kralları tahttan indirir, tahta çıkarır. Bilgelere bilgelik, Anlayışlılara bilgi verir.
22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
Derin ve gizli şeyleri ortaya çıkarır, Karanlıkta neler olduğunu bilir, Çevresi ışıkla kuşatılmıştır.
23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”
Ey atalarımın Tanrısı, Sana şükreder, seni överim. Sen ki, bana bilgelik ve güç verdin, Senden istediklerimizi bana bildirdin Ve kralın düşünü bize açıkladın.”
24 ଏହେତୁ ବାବିଲୀୟ ବିଦ୍ୱାନ୍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”
Daniel, kralın Babil'in bilgelerini öldürmeye atadığı Aryok'a giderek, “Babil'in bilgelerini yok etme” dedi, “Beni krala götür, düşünün ne anlama geldiğini açıklayacağım.”
25 ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”
Aryok onu hemen krala götürdü ve, “Sürgündeki Yahudalılar arasında kralın düşünü yorumlayabilecek birini buldum” dedi.
26 ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”
Kral, öbür adı Belteşassar olan Daniel'e, “Gördüğüm düşü ve ne anlama geldiğini bana söyleyebilir misin?” diye sordu.
27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;
Daniel şöyle yanıtladı: “Kralın açıklanmasını istediği gizi ne bir bilge, ne falcı, ne de sihirbaz açıklayabilir.
28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Ama gökte gizleri açıklayan bir Tanrı var. Gelecekte neler olacağını Kral Nebukadnessar'a O bildirmiştir. Yatağında yatarken gördüğün düş ve görümler şunlardır:
29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
“Sen, ey kral, yatarken gelecekle ilgili düşüncelere daldın, gizleri açan da neler olacağını sana bildirdi.
30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
Bana gelince, ey kral, öbür insanlardan daha bilge olduğum için değil, düşünün ne anlama geldiğini bilesin, aklından geçenleri anlayasın diye bu giz bana açıklandı.
31 ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
“Ey kral, düşünde önünde duran büyük bir heykel gördün. Çok büyük ve olağanüstü parlaktı, görünüşü ürkütücüydü.
32 ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
Başı saf altından, göğsüyle kolları gümüşten, karnıyla kalçaları tunçtan,
33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
bacakları demirden, ayaklarının bir kesimi demirden, bir kesimi kildendi.
34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Sen bakıyordun ki, bir taş insan eli değmeden kesilip heykelin demirden, kilden ayaklarına çarparak onları paramparça etti.
35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
Demir, kil, tunç, gümüş, altın aynı anda parçalandı; yazın harman yerindeki saman çöpleri gibi oldular. Derken bir rüzgar çıktı, hiç iz bırakmadan hepsini alıp götürdü. Heykele çarpan taşsa büyük bir dağ oldu, bütün dünyayı doldurdu.
36 ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
“Gördüğün düş buydu. Şimdi de ne anlama geldiğini sana açıklayalım.
37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Sen, ey kral, kralların kralısın. Göklerin Tanrısı sana egemenlik, güç, kudret, yücelik verdi.
38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
İnsanoğullarını, yabanıl hayvanları, gökte uçan kuşları senin eline teslim etti. Seni hepsine egemen kıldı. Altından baş sensin.
39 ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
Senden sonra senden daha aşağı durumda başka bir krallık çıkacak. Sonra bütün dünyada egemenlik sürecek tunçtan üçüncü bir krallık çıkacak.
40 ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
Dördüncü krallık demir gibi güçlü olacak. Çünkü demir her şeyi kırıp ezer. Demir gibi tümünü kırıp parçalayacak.
41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
Ayaklarla parmakların bir kesiminin çömlekçi kilinden, bir kesiminin demirden olduğunu gördün; yani bölünmüş bir krallık olacak bu. Öyleyken onda demirin gücü de bulunacak, çünkü demiri kille karışık gördün.
42 ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
Ayak parmaklarının bir kesimi demirden, bir kesimi kilden olduğu gibi, krallığın da bir bölümü güçlü, bir bölümü zayıf olacak.
43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
Demirin kille karışık olduğunu gördüğüne göre halklar evlilik bağıyla birbirleriyle karışacaklar, ama demirin kille karışmadığı gibi onlar da birbirine bağlı kalmayacaklar.
44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
“Bu krallar döneminde Göklerin Tanrısı hiç yıkılmayacak, başka halkın eline geçmeyecek bir krallık kuracak. Bu krallık önceki krallıkları ezip yok edecek, kendisiyse sonsuza dek sürecek.
45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
İnsan eli değmeden dağdan kesilip gelen taşın demiri, tuncu, kili, gümüşü, altını parçaladığını gördün. Ulu Tanrı bundan sonra neler olacağını krala açıklamıştır. Düş gerçek, yorumu da güvenilirdir.”
46 ସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
Bunun üzerine Kral Nebukadnessar Daniel'in önünde yüzüstü yere kapandı. Ona bir sunu ve buhur sunulmasını buyurdu.
47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”
Daniel'e, “Madem bu gizi açıklayabildin, Tanrın gerçekten tanrıların Tanrısı, kralların Efendisi” dedi, “Gizleri açan O'dur.”
48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
Sonra Daniel'i yüksek bir göreve getirdi; ona birçok değerli armağan verdi. Onu Babil İli'ne vali atadı, Babil'in bütün bilgelerinin başkanı yaptı.
49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।
Daniel'in isteği üzerine Şadrak'ı, Meşak'ı, Abed-Nego'yu da Babil İli'nde yüksek görevlere atadı. Daniel ise sarayda kaldı.