< ଦାନିୟେଲ 3 >

1 ରାଜା ନବୂଖଦ୍‍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।
King Nebuchadnezzar had a gold statue made that was sixty cubits tall and six cubits wide. He had it set up on the plain of Dura in the province of Babylon.
2 ତହିଁରେ ରାଜା ନବୂଖଦ୍‍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍‍ନିତ୍ସର ଲୋକ ପ୍ରେରଣ କଲା।
Then he summoned the provincial governors, prefects, local governors, counselors, treasurers, judges, magistrates, and all the officials of the provinces to come to the dedication of the statue he had set up.
3 ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।
They all came to the dedication of the statue Nebuchadnezzar had set up and stood in front of it.
4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,
Then a herald announced in a loud voice, “People of all nations and languages, pay attention to the king's command!
5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।
As soon as you hear the sound of the horn, flute, zither, trigon, harp, pipes, and all kinds of musical instruments, you must fall to the ground and worship the gold statue that King Nebuchadnezzar has set up.
6 ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”
Anyone who doesn't immediately fall down and worship will be thrown into a furnace of blazing fire.”
7 ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।
So when all the people heard the sound of the musical instruments they all fell down—the people of all nations and languages worshiped the gold statue that King Nebuchadnezzar had set up.
8 ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।
Right then some of the astrologers came forward and made accusations against the Jews.
9 ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।
They said to King Nebuchadnezzar, “May Your Majesty the king live forever!
10 ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
Your Majesty has decreed that everyone who hears the sound of the musical instruments shall fall down and worship the gold statue,
11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;
and that anyone who does not shall be thrown into a furnace of blazing fire.
12 ଏଠାରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”
But there are some Jews that you placed in charge of the province of Babylon—Shadrach, Meshach, and Abednego—who pay no attention to Your Majesty's decree. They do not serve your gods and will not worship the gold statue you set up.”
13 ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
This made Nebuchadnezzar absolutely furious. “Bring me Shadrach, Meshach, and Abednego!” he demanded. So they were brought before the king.
14 ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?
“Shadrach, Meshach, and Abednego, are you deliberately refusing to serve my gods and worship the gold statue I set up?” asked the king.
15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”
“Are you ready now to fall down and worship the statue I had made when you hear the sound of the musical instruments? If you don't, you will be immediately thrown into the furnace of blazing fire, and there's no god who can save you from my power!”
16 ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍‍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
“King Nebuchadnezzar, we don't need to defend ourselves before you over this,” Shadrach, Meshach, and Abednego replied.
17 ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
“If our God whom we serve so wishes, he is able to rescue us from the furnace of blazing fire. He will save us from your power, Your Majesty.
18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”
But even if he does not, Your Majesty needs to know that we would never serve your gods or worship the gold statue you have set up.”
19 ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
This made Nebuchadnezzar so angry with Shadrach, Meshach, and Abednego that his face twisted in rage. “Make the furnace seven times hotter than normal!” he ordered.
20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।
Then he commanded some of his strongest soldiers, “Tie up Shadrach, Meshach, and Abednego and throw them into the furnace of blazing fire!”
21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।
So they were tied up, fully dressed in their coats, trousers, turbans, and other clothes, and thrown into the furnace of blazing fire.
22 ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।
Because the king's command was so harsh in making the furnace so extremely hot, the flames killed the soldiers who threw them in.
23 ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।
Shadrach, Meshach, and Abednego, still tied up, fell into the furnace of blazing fire.
24 ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”
Then King Nebuchadnezzar suddenly jumped up in amazement. “Didn't we throw three men tied up into the furnace?” he asked his advisors. “Yes, that's right, Your Majesty,” they replied.
25 ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”
“Look!” he cried out. “How is it that I can see four men, not tied up, walking around in the fire and not being burned? And the fourth one looks like a god!”
26 ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”
Nebuchadnezzar went towards the door of the furnace of blazing fire. “Shadrach, Meshach, and Abednego, servants of the Most High God, come out! Come here!” he shouted. So Shadrach, Meshach, and Abednego came out of the fire.
27 ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।
The provincial governors, prefects, local governors, and the king's advisors gathered around them and saw that the fire had not harmed them. Their hair wasn't singed, their clothes weren't scorched—there wasn't even the smell of smoke!
28 ନବୂଖଦ୍‍ନିତ୍ସର କହିଲା, “ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
Then Nebuchadnezzar said, “Praise the God of Shadrach, Meshach, and Abednego! He sent his angel and he rescued his servants who trusted in him! They disobeyed my royal command, putting their lives on the line, and refused to worship any other gods except their God.
29 ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”
Consequently I am issuing a decree that if anyone of any nation or language speaks disrespectfully about the God of Shadrach, Meshach, and Abednego they will be torn to pieces and their houses will be destroyed. There is no other God who is able to save like this!”
30 ଏଥିରେ ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା।
Then Nebuchadnezzar promoted Shadrach, Meshach, and Abednego, giving them even greater responsibilities in the province of Babylon.

< ଦାନିୟେଲ 3 >