< ଦାନିୟେଲ 3 >
1 ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।
El rey Nabucodonosor mandó hacer una estatua de oro de sesenta codos de alto y seis de ancho. La hizo instalar en la llanura de Dura, en la provincia de Babilonia.
2 ତହିଁରେ ରାଜା ନବୂଖଦ୍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍ନିତ୍ସର ଲୋକ ପ୍ରେରଣ କଲା।
Luego convocó a los gobernadores provinciales, prefectos, gobernadores locales, consejeros, tesoreros, jueces, magistrados y todos los funcionarios de las provincias para que acudieran a la dedicación de la estatua que había colocado.
3 ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।
Todos ellos llegaron a la dedicación de la estatua que Nabucodonosor había erigido y se pararon frente a ella.
4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,
Entonces un heraldo anunció en voz alta: “¡Gente de todas las naciones y lenguas, prestad atención a la orden del rey!
5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।
En cuanto oigan el sonido del cuerno, de la flauta, de la cítara, del trigono, del arpa, de la flauta y de toda clase de instrumentos musicales, deben caer al suelo y adorar la estatua de oro que el rey Nabucodonosor ha levantado.
6 ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”
El que no se postule inmediatamente y adore será arrojado a un horno de fuego abrasador”.
7 ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।
Así que cuando todo el pueblo escuchó el sonido de los instrumentos musicales todos se postraron: la gente de todas las naciones y lenguas adoró la estatua de oro que el rey Nabucodonosor había levantado.
8 ଏଥିପାଇଁ ସେହି ସମୟରେ କେତେକ କଲ୍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।
En ese momento, algunos astrólogos se presentaron y lanzaron acusaciones contra los judíos.
9 ସେମାନେ ନବୂଖଦ୍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।
Dijeron al rey Nabucodonosor: “¡Que su Majestad el rey viva para siempre!
10 ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
Su Majestad ha decretado que todo aquel que escuche el sonido de los instrumentos musicales se postrará y adorará la estatua de oro,
11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;
y el que no lo haga será arrojado a un horno de fuego ardiente.
12 ଏଠାରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”
Pero hay algunos judíos que pusiste a cargo de la provincia de Babilonia -Sadrac, Mesac y Abednego- que no hacen caso del decreto de tu majestad. No sirven a tus dioses y no adoran la estatua de oro que pusiste”.
13 ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
Esto puso a Nabucodonosor absolutamente furioso. “¡Tráiganme a Sadrac, Mesac y Abednego!”, exigió. Así que los llevaron ante el rey.
14 ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?
“Sadrac, Mesac y Abednego, ¿acaso se niegan ustedes deliberadamente a servir a mis dioses y a adorar la estatua de oro que he levantado?”, preguntó el rey.
15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”
“¿Están dispuestos ahora a postrarse y adorar la estatua que hice cuando oigan el sonido de los instrumentos musicales? Si no lo haces, serás arrojado inmediatamente al horno de fuego ardiente, ¡y no hay dios que pueda salvarte de mi poder!”
16 ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
“Rey Nabucodonosor, no necesitamos defendernos ante usted por esto”, replicaron Sadrac, Mesac y Abednego.
17 ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
“Si nuestro Dios, a quien servimos, así lo desea, él es capaz de rescatarnos del horno de fuego ardiente. Él nos salvará de su poder, Su Majestad.
18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”
Pero aunque no lo haga, Su Majestad debe saber que nunca serviríamos a sus dioses ni adoraríamos la estatua de oro que usted ha erigido”.
19 ଏଥିରେ ନବୂଖଦ୍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
Esto hizo que Nabucodonosor se enojara tanto con Sadrac, Mesac y Abednego que su rostro se torció de rabia. “¡Hagan el horno siete veces más caliente de lo normal!”, ordenó.
20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।
Entonces ordenó a algunos de sus soldados más fuertes: “¡Aten a Sadrac, Mesac y Abednego y arrójenlos al horno de fuego abrasador!”
21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।
Así que los ataron, completamente vestidos con sus abrigos, pantalones, turbantes y otras ropas, y los arrojaron al horno de fuego abrasador.
22 ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।
Como la orden del rey fue tan dura al hacer el horno tan extremadamente caliente, las llamas mataron a los soldados que los arrojaron.
23 ପୁଣି ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।
Sadrac, Mesac y Abednego, aún atados, cayeron en el horno de fuego ardiente.
24 ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”
Entonces el rey Nabucodonosor se levantó de repente asombrado. “¿No hemos arrojado a tres hombres atados al horno?”, preguntó a sus consejeros. “Sí, así es, Su Majestad”, respondieron ellos.
25 ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”
“¡Mira!”, gritó. “¿Cómo es que puedo ver a cuatro hombres, no atados, caminando en el fuego y sin quemarse? Y el cuarto parece un dios!”
26 ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”
Nabucodonosor se dirigió a la puerta del horno de fuego ardiente. “¡Sadrac, Mesac y Abednego, siervos del Dios Altísimo, salid! Venid aquí!”, gritó. Y Sadrac, Mesac y Abednego salieron del fuego.
27 ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।
Los gobernadores provinciales, los prefectos, los gobernadores locales y los consejeros del rey se reunieron en torno a ellos y vieron que el fuego no les había hecho daño. Sus cabellos no estaban chamuscados, sus ropas no estaban chamuscadas, ¡ni siquiera había olor a humo!
28 ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
Entonces Nabucodonosor dijo: “¡Alabado sea el Dios de Sadrac, Mesac y Abednego! Él envió a su ángel y rescató a sus siervos que confiaban en él. Ellos desobedecieron mi mandato real, arriesgando sus vidas, y se negaron a adorar a otros dioses que no fueran su Dios.
29 ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”
En consecuencia, estoy emitiendo un decreto para que si alguien de cualquier nación o lengua habla irrespetuosamente del Dios de Sadrac, Mesac y Abednego, sea despedazado y sus casas sean destruidas. No hay otro Dios que pueda salvar así”.
30 ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା।
Entonces Nabucodonosor ascendió a Sadrac, Mesac y Abednego, dándoles aún mayores responsabilidades en la provincia de Babilonia.