< ଦାନିୟେଲ 4 >
1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।
Mfalme Nebukadneza, Kwa kabila za watu, mataifa na watu wa kila lugha, wanaoishi katika ulimwengu wote: Mafanikio yawe kwenu sana!
2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।
Ni furaha yangu kuwaambia kuhusu ishara za miujiza na maajabu ambayo Mungu Aliye Juu Sana amenifanyia.
3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।
Ishara zake ni kuu aje, na maajabu yake yana nguvu aje! Ufalme wake ni ufalme wa milele; enzi yake hudumu kutoka kizazi hadi kizazi.
4 ମୁଁ ନବୂଖଦ୍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି।
Mimi, Nebukadneza, nilikuwa nyumbani katika jumba langu la kifalme, nikiwa ninaishi kwa raha na hali ya kufanikiwa.
5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା।
Niliota ndoto iliyoniogopesha. Nilipokuwa nimelala kitandani mwangu, njozi na maono yaliyopita mawazoni mwangu vilinitisha.
6 ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
Hivyo nikaagiza kwamba watu wote wenye hekima wa Babeli waletwe mbele yangu kunifasiria ndoto yangu.
7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
Walipokuja waganga, wasihiri, wanajimu na waaguzi, niliwaambia ndoto yangu, lakini hawakuweza kunifasiria.
8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
Mwishoni, Danieli alikuja mbele yangu nikamweleza hiyo ndoto. (Danieli anaitwa Belteshaza, kwa jina la mungu wangu, nayo roho ya miungu mitakatifu inakaa ndani yake.)
9 ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।
Nilisema, “Belteshaza, mkuu wa waganga, ninajua kuwa roho ya miungu mitakatifu iko ndani yako, wala hakuna siri iliyo ngumu kwako. Hii ndiyo ndoto yangu, nifasirie.
10 ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।
Haya ndiyo maono niliyoona nilipokuwa nimelala kitandani mwangu: Nilitazama, na mbele yangu ulisimama mti katikati ya nchi. Ulikuwa mrefu sana.
11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।
Mti ule ulikua, ukawa mkubwa na wenye nguvu, nayo ncha yake ikagusa anga; ulionekana mpaka miisho ya dunia.
12 ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।
Majani yake yalikuwa ya kupendeza, matunda yake yalikuwa mengi, na juu yake kulikuwa na chakula kwa ajili ya wote. Chini ya kivuli chake wanyama wa kondeni walipata hifadhi, na ndege wa angani waliishi katika matawi yake. Kila kiumbe kililishwa kutokana na mti huo.
13 ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।
“Katika maono niliyoyaona nikiwa nimelala kitandani mwangu, nilitazama, na mbele yangu alikuwepo mlinzi, aliye mtakatifu, akishuka kutoka mbinguni.
14 ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।
Akaita kwa sauti kubwa: ‘Kateni mti huu, myafyeke matawi yake; yaondoeni majani yake na kuyatawanya matunda yake. Wanyama na wakimbie kutoka chini yake na ndege waondoke kutoka matawi yake.
15 ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
Lakini acheni kisiki chake na mizizi, kikiwa kimefungwa kwa chuma na shaba, kibaki ardhini, kwenye majani ya kondeni. “‘Mwacheni aloweshwe na umande wa mbinguni, naye aachwe aishi pamoja na wanyama miongoni mwa mimea ya dunia.
16 ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।
Akili yake na ibadilishwe kutoka ile ya mwanadamu na apewe akili ya mnyama, mpaka nyakati saba zipite juu yake.
17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’
“‘Uamuzi huu umetangazwa na walinzi, hukumu imetangazwa na watakatifu, ili walio hai wajue kuwa Aliye Juu Sana ndiye anayetawala juu ya falme zote za wanadamu, naye humpa yeyote amtakaye na kumtawaza juu yake hata yeye aliye mnyonge sana miongoni mwa wanadamu.’
18 ମୁଁ ରାଜା ନବୂଖଦ୍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”
“Hii ndiyo ndoto niliyoipata mimi, Mfalme Nebukadneza. Sasa Belteshaza, niambie maana yake, kwa maana hakuna hata mmoja wa wenye hekima katika ufalme wangu anayeweza kunifasiria. Bali wewe waweza, kwa sababu roho ya miungu mitakatifu imo ndani yako.”
19 ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।
Ndipo Danieli (aliyeitwa pia Belteshaza) alipofadhaika sana kwa muda, nayo mawazo yake yakamtia hofu. Basi mfalme akasema, “Belteshaza, usiruhusu ndoto wala maana yake kukutia hofu.” Belteshaza akamjibu, “Bwana wangu, laiti ndoto hii ingehusu adui zako, na maana yake iwahusu watesi wako!
20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;
Mti uliouona, uliokua ukawa mkubwa na wenye nguvu, nayo ncha yake ikagusa anga na kuonekana duniani kote,
21 ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;
ukiwa na majani ya kupendeza na matunda mengi, ukitoa chakula kwa wote, na ukiwapa hifadhi wanyama wa kondeni na kuwa mahali pa viota katika matawi yake kwa ajili ya ndege wa angani.
22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
Ee mfalme, wewe ndiwe ule mti! Umekuwa mkubwa na mwenye nguvu, nao ukuu wako umekua mpaka kufika juu angani, nayo mamlaka yako yameenea mpaka miisho ya dunia.
23 ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।
“Ee mfalme, wewe ulimwona mlinzi, aliye mtakatifu, akishuka kutoka mbinguni na kusema, ‘Ukateni mti na kuuangamiza, lakini kiacheni kisiki kikiwa kimefungwa kwa chuma na kwa shaba, kwenye majani ya kondeni, wakati mizizi yake inabaki ardhini. Mwacheni aloweshwe na umande wa mbinguni, mwacheni aishi kama wanyama pori mpaka nyakati saba zipite juu yake.’
24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।
“Ee mfalme, hii ndiyo tafsiri, na hii ni amri ya Aliye Juu Sana aliyoitoa dhidi ya bwana wangu mfalme:
25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
Wewe utafukuzwa mbali na wanadamu, nawe utaishi pamoja na wanyama pori; utakula manyasi kama ngʼombe, na kuloana kwa umande wa mbinguni. Nyakati saba zitapita juu yako, mpaka utakapokubali kuwa Yeye Aliye Juu Sana ndiye anayetawala juu ya falme za wanadamu, naye humtawaza yeyote amtakaye.
26 ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।
Amri ya kuacha kisiki pamoja na mizizi yake inamaanisha kwamba ufalme wako utarejezwa kwako utakapokubali kwamba Mbingu ndizo zitawalazo.
27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”
Kwa hiyo, ee mfalme, uwe radhi kupokea shauri langu: Acha dhambi zako kwa kutenda yaliyo haki, ukaache uovu wako, na uwe na huruma kwa walioonewa. Hivyo itawezekana baada ya hayo, mafanikio yako yakaendelea.”
28 ରାଜା ନବୂଖଦ୍ନିତ୍ସର ପ୍ରତି ଏହିସବୁ ଘଟିଲା।
Haya yote yalimpata Mfalme Nebukadneza.
29 ବାର ମାସର ଶେଷରେ ସେ ବାବିଲର ରାଜପ୍ରାସାଦରେ ବୁଲୁଥିଲା।
Miezi kumi na miwili baadaye, mfalme alipokuwa akitembea juu ya paa la jumba la kifalme la Babeli,
30 “ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”
alisema, “Je, huu si Babeli mji mkuu nilioujenga kama makao ya kifalme, kwa uwezo wangu mkubwa, na kwa ajili ya utukufu wa enzi yangu?”
31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, “ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।
Maneno hayo yalikuwa bado katika midomo yake wakati sauti ilipokuja kutoka mbinguni, ikisema, “Mfalme Nebukadneza, hiki ndicho kilichoamriwa kwa ajili yako: Mamlaka yako ya ufalme yameondolewa kutoka kwako.
32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”
Utafukuzwa mbali na wanadamu, ukaishi pamoja na wanyama pori, na utakula manyasi kama ngʼombe. Nyakati saba zitapita juu yako, mpaka utakapokubali kuwa Yeye Aliye Juu Sana ndiye anayetawala juu ya falme za wanadamu, naye humtawaza yeyote amtakaye.”
33 ସେହି ଦଣ୍ଡରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
Papo hapo yale yaliyokuwa yamesemwa kuhusu Nebukadneza yakatimia. Alifukuzwa mbali na wanadamu, akala majani kama ngʼombe. Mwili wake uliloweshwa kwa umande wa mbinguni mpaka nywele zake zikakua kama manyoya ya tai na kucha zake kama makucha ya ndege.
34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Mwisho wa huo wakati, mimi Nebukadneza, niliinua macho yangu kuelekea mbinguni, nazo fahamu zangu zikanirudia. Ndipo nikamsifu Yeye Aliye Juu Sana, nikamheshimu na kumhimidi yeye aishiye milele. Utawala wake ni utawala wa milele; ufalme wake hudumu kutoka kizazi na kizazi.
35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।
Mataifa yote ya dunia yanahesabiwa kuwa si kitu. Hufanya kama atakavyo kwa majeshi ya mbinguni, na kwa mataifa ya dunia. Hakuna anayeweza kuuzuia mkono wake au kumwambia, “Umefanya nini wewe?”
36 ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।
Wakati huo huo fahamu zangu ziliponirudia, nikarudishiwa heshima yangu na fahari yangu kwa ajili ya utukufu wa ufalme wangu. Washauri wangu na wakuu wangu walikuja kunitafuta, nami nikarudishwa kwenye kiti changu cha ufalme hata nikawa mkuu kuliko mwanzoni.
37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Basi mimi, Nebukadneza, humhimidi, na humtukuza na kumsifu Mfalme wa mbinguni, kwa sababu kila kitu afanyacho ni haki, na njia zake zote ni adili. Nao waendao kwa kiburi anaweza kuwashusha.