< ଦାନିୟେଲ 5 >
1 ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।
बेलसजर राजाले आफ्ना एक हजार भारदारहरूका निम्ति एउटा ठुलो भोजको आयोजना गरे, र ती सबै एक हजार मानिसहरूका सामु तिनले दाखमद्य पिए ।
2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।
जब बेलसजरले दाखमद्ये चाखे, तिनले आफ्ना बुबा नबूकदनेसरले यरूशलेमको मन्दिरबाट निकालेर ल्याएका सुन वा चाँदीका भाँडाहरू ल्याउन आज्ञा दिए, जसबाट तिनी, तिनका भारदारहरू, तिनकी पत्नीहरू र उप-पत्नीहरूले पिउन सकून् ।
3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।
यरूशलेममा भएको परमेश्वरको मन्दिरबाट ल्याइएका सुनका भाँडाहरूलाई सेवकहरूले ल्याए । राजा, तिनका भारदारहरू, र तिनकी पत्नीहरू र उप-पत्नीहरूले ती भाँडाहरूबाट पिए ।
4 ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
तिनीहरूले दाखमद्य पिएपछि सुन र चाँदी, काँसा, फलाम, काठ, र ढुङ्गाले बनेका आफ्ना मूर्तिहरूको प्रशंसा गरे ।
5 ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
त्यही समय पानसको अगाडि एउटा मानिसको हातका औंलाहरू देखा परे र राजाको दरवारका लिपिएका भित्तामा लेख्न थाले । त्यो हातले लेख्दै गर्दा, राजाले त्यसको केही भाग देख्न सक्थे ।
6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
तब राजाको अनुहार बद्लियो र तिनका आफ्ना विचारहरूले तिनलाई भयभीत बनाए । तिनका गोडाहरूले तिनलाई धान्न सकेनन्, र तिनका घुँडाहरू कामेर ठोक्किन थाले ।
7 ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
मृतहरूसँग बोल्न सक्छौं भनेर दावी गर्नेहरू, बुद्धिमान् मानिसहरू, र ज्योतिषीहरूलाई भित्र ल्याउनको निम्ति राजाले आदेश दिए । बेबिलोनमा आफ्ना बुद्धिको निम्ति ख्याति पाएकाहरूलाई राजाले यसो भने, “जसले यो लेख र यसको अर्थ बताउन सक्छ उसलाई बैजनी लुगा पहिराइनेछ र उसको घाँटीमा सुनको सिक्री लगाइनेछ । त्यसलाई यस राज्यको तेस्रो उच्च शासकको अधिकार दिइनेछ ।”
8 ତହିଁରେ ରାଜାର ସମସ୍ତ ବିଦ୍ୱାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।
अनि आफ्नो बुद्धिको निम्ति ख्याति पाएका राजाका सबै मानिसहरू आए, तर तिनीहरूले त्यो लेख पढ्न अनि राजालाई त्यसको अर्थ बताउन सकेनन् ।
9 ତେଣୁ ରାଜା ବେଲ୍ଶତ୍ସର ଅତିଶୟ ଉଦ୍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।
अनि राजा बेलसजर धेरै डराए र तिनको अनुहारको स्वरूप परिवर्तन भयो । तिनका भारदारहरू अलमल्ल भए ।
10 ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।
राजा र तिनका भारदारहरूले भनेका कुरा सुनेर रानी भोजको घरमा आईन् । रानीले भनिन्, “राजा, अमर रहून्! हजुरका विचारहरूले हजुरलाई विचलित नपारोस् । हजुरको अनुहारको स्वरूपमा परिवर्तन नहोस् ।
11 ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
हजुरको राज्यमा एक जना मानिस छन् जसमा पवित्र देवताहरूको आत्मा छ । हजुरका बुबाका समयमा, उनमा देवताहरूका जस्तै प्रकाश र समझ र बुद्धि पाइएको थियो । महाराजा नबूकदनेसर, हजुरका बुबा, महाराजाले उनलाई जादूगरहरू, मृतसँग बोल्नेहरू, बुद्धिमान् मानिसहरू, र ज्योतिषीहरूका प्रमुख बनाउनुभयो ।
12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”
यी मानिस, दानिएलमा उत्कृष्ट आत्मा, ज्ञान, समझ, सपनाको अर्थ खोल्न सक्ने, अड्को फुकाउन सक्ने र समस्याहरू हल गर्न सक्ने विशेषताहरू थिए, जसलाई राजाले बेलतसजर नाउँ दिनुभयो । अब दानिएललाई बोलाउनुहोस् र लेखिएको कुराको अर्थ तिनले हजुरलाई बताउनेछन् ।”
13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?
तब दानिएललाई राजाको सामु ल्याइयो । राजाले तिनलाई भने, “तिमी यहूदाका निर्वासितमध्ये एक जना मानिस, त्यही दानिएल हौ, जसलाई मेरा बुबाले यहूदाबाट ल्याउनुभयो ।
14 ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।
देवताहरूका आत्मा र प्रकाश तथा समझ र उत्कृष्ट बुद्धि तिमीमा छन् भनेर मैले तिम्रो विषयमा सुनेको छु ।
15 ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।
बुद्धिको निम्ति ख्याति पाएका मानिसहरू र मृतहरूसँग बोल्न सक्छौं भनेर दावी गर्नेहरूलाई यो लेख पढ्न र त्यसको अर्थ खोल्नलाई भित्र मेरो सामु ल्याइएको छ, तर तिनीहरूले त्यसको अर्थ जानकारी गराउन सकेनन् ।
16 ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
तिमीले अर्थहरू खोल्न सक्छौ र समस्याहरू हल गर्न सक्छौ भनी मैले सुनेको छु । अब तिमीले यो लेख पढ्न सक्यौ र मलाई यसको अर्थ बतायौ भने, तिमीलाई बैजनी कपडा पहिराइनेछ र तिम्रो घाँटीमा सुनको सिक्री लगाइनेछ, र यस राज्यमा तिमीलाई तेस्रो उच्च शासकको अधिकार हुनेछ ।”
17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।
तब दनिएलले राजाको सामु जवाफ दिए, “हजुरका उपहारहरू हजुरकै निम्ति होऊन्, र हजुरका इनामहरू अर्को व्यक्तिलाई दिनुहोस् । तापनि, म यो लेख, महाराजा, हजुरको निम्ति पढिदिनेछु, र हजुरलाई यसको अर्थ बताउनेछु ।
18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
हे महाराजाका, सर्वोच्च परमेश्वरले हजुरका पिता नबूकदनेसरलाई राज्य, महान्ता, आदर, र ऐश्वर्य दिनुभयो ।
19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
परमेश्वरले उहाँलाई दिनुभएको महान्ताको कारणले, सबै मानिसहरू, जातिहरू र भाषा बोल्नेहरू थरथर भए र उहाँको भय माने । उहाँले जसको प्राण लिने इच्छा गर्नुभयो, त्यसको प्राण उहाँले लिनुभयो, र उहाँले जसलाई जीवित राख्ने इच्छा गर्नुभयो, त्यसलाई उहाँले जीवित राख्नुभयो । जसलाई उहाँले चाहनुभयो त्यसलाई उचाल्नुभयो, र जसलाई उहाँले इच्छा गर्नुभयो त्यसलाई उहाँले होच्याउनुभयो ।
20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
तर जब उहाँको हृदयमा अहंकारी र उहाँको आत्मा कठोर भयो, जसको कारण उहाँले हठपूर्ण किसिमले काम गर्नुभयो, तब उहाँको आफ्नो राजकीय सिंहासनबाट उहाँलाई तल खसालियो, र तिनीहरूले उहाँको सबै ऐश्वर्य हटाए ।
21 ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
उहाँ मानिसजातिबाट लखेटिनुभयो । उहाँमा पशुको मन थियो, र उहाँ जङ्गली गधाहरूसँग रहनुभयो । उहाँले गोरुले झैं घाँस खानुभयो । सर्वोच्च परमेश्वरले मानिसहरूका राज्यमाथि शासन गर्नुहुन्छ र उहाँले आफ्नो इच्छाअनुसार मानिसहरूमाथि शासक नियुक्त गर्नुहुन्छ भनेर उहाँले स्वीकार नगरेसम्म आकाशका शीतहरूले उहाँको शरीर भिज्यो ।
22 ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
हजुर, बेलसजर, उहाँका छोराले यी सबै थाहा भएर पनि आफ्नो हृदयलाई नम्र बनाउनुभएको छैन ।
23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
हजुरले आफैंलाई स्वर्गका परमप्रभुको विरुद्ध खडा गर्नुभएको छ । उहाँको भवनबाट तिनीहरूले ती भाँडाहरू ल्याए, जसबाट हजुर, हजुरका भारदारहरू, हजुरका पत्नीहरू, र उप-पत्नीहरूले दाखमद्य पिउनुभयो र हजुरले चादी र सुन, काँसा, फलाम, काठ र ढुङ्गाका मूर्तिहरूलाई पुज्नुभयो, ती मूर्तिहरू जसले देख्दैनन्, सुन्दैनन्, र केही पनि जान्दैनन् । हजुरको सास आफ्नो हातमा लिनुहुने र हजुरका सबै मार्ग जान्नुहुने परमेश्वरलाई हजुरले आदर गर्नुभएको छैन ।
24 ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।
अनि परमेश्वरले आफ्नो उपस्थितिबाट एउटा हात पठाउनुभयो र यो लेख लेखियो ।
25 ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।
त्यो लेखिएको कुरा यस्तो छः ‘मेने, मेने, टेकेल, पर्सिन ।’
26 ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
यसको अर्थ यो होः ‘मेने,’ ‘परमेश्वरले हजुरको राज्यको गन्ती गर्नुभएको छ र त्यसको अन्त्य गर्नुभएको छ ।’
27 ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।
‘टेकेल,’ ‘तराजुमा हजुरको नाप लिइयो र हजुरमा कमी भेट्टाइयो ।’
28 ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”
‘पेरेस,’ ‘हजुरको राज्य विभाजित भएको छ र त्यो मादी र फारसीहरूलाई दिइएको छ ।’”
29 ସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।
अनि बेलसजरले आज्ञा दिए, र दानिएललाई बैजनी कपडा पहिराइयो । उनको घाँटीमा सुनको सिक्री लगाइयो, र त्यस राज्यमा उनमा तेस्रो उच्च शासकको अधिकार हुनेछ भनेर राजाले घोषणा गरे ।
30 ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା।
त्यही रात बेबिलोनका राजा बेलसजर मारिए,
31 ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।
अनि मादी दाराले करीब बैसठ्ठी वर्षको उमेरमा त्यो राज्य प्राप्त गरे ।