< ଦାନିୟେଲ 6 >
1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ
Ɛsɔɔ Ɔhene Dario ani sɛ ɔbɛpa ahenemma ɔha ne aduonu de wɔn atuatua amantam a ɛwɔ ahemman no mu no ano.
2 ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ।
Ɔhene no san yii Daniel ne afoforo baanu bi sɛ mpanyimfo a wɔhwɛ ahenemma no so, sɛnea wɔbɛtoto nneɛma yiye, na ɔhene no ammɔ ka.
3 ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।
Na Daniel daa ne ho adi sɛ onim de wɔ mpanyimfo ne ahenemma no mu, ɛno nti, Ɔhene yɛɛ nhyehyɛe sɛ, ɔde no besi ɔman no nyinaa so panyin.
4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।
Ɛyɛɛ saa maa mpanyimfo no ne ahenemma no hwehwɛɛ sɛ wobenya Daniel ho asɛm wɔ nʼamammui no fam, nanso wɔannya nʼadwumayɛ no ho mfomso biara, efisɛ ɔyɛ ɔnokwafo.
5 ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”
Na mmarima no kae se, “Yɛrennya Daniel yi ho asɛmmɔne biara gye sɛ yehu biribi a ɛfa ne nyamesom ho de sum no afiri.”
6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।
Enti mpanyimfo no ne ahenemma no kɔɔ Ɔhene Dario no nkyɛn kɔka kyerɛɛ no se, “Nana wo nkwa so!
7 ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।
Yɛn mpanyimfo, ahenemma, afotufo ne mpanyimfo a aka no nyinaa apene so sɛ, ɛsɛ sɛ Nana hyɛ mmara sɛ, adaduasa a edi anim yi, obiara nni ho kwan sɛ ɔbɛbɔ mpae akyerɛ onyame bi anaa onipa bi a ɛnyɛ wo Nana no, wɔde no bɛto gyata amoa mu.
8 ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”
Ɛno nti, Nana, kyerɛw na fa wo nsa hyɛ saa mmara yi ase, sɛnea Mediafo ne Persiafo mmara a wontumi nsesa no no te.”
9 ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ-ବିଧିରେ ସ୍ୱାକ୍ଷର କଲା।
Ɛno nti, ɔhene Dario kyerɛw mmara no.
10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Na Daniel tee sɛ wɔde nsa ahyɛ mmara no ase no, ɔkɔɔ fie kɔhyɛn nʼabansoro dan a ne mfɛnsere anim kyerɛ Yerusalem no. Da biara obuu nkotodwe bɔɔ mpae mprɛnsa daa ne Nyankopɔn ase sɛnea ɔyɛ daa no.
11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।
Mpanyimfo no nyinaa bɔɔ mu kɔɔ Daniel fi kohuu no sɛ ɔrebɔ mpae resrɛ Onyankopɔn mmoa.
12 ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”
Enti wɔsan kɔɔ Ɔhene Dario no nkyɛn kɔkaee no ne mmara no se, “Nana, woamfa wo nsa anhyɛ mmara a ɛka se adaduasa a edi anim yi, obiara a ɔbɛbɔ obi mpae, onyame anaa onipa na ɛnyɛ Nana no, wɔde no bɛto gyata amoa mu no ana?” Ɔhene no buae se, “Yiw, saa mmara no wɔ hɔ; ɛyɛ Mediafo ne Persiafo mmara a, wɔrentumi nsesa no.”
13 ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”
Afei wɔka kyerɛɛ ɔhene no se, “Nana, Daniel no a ɔyɛ Yuda nnommum no mu baako no mmu wo, na onni wo mmara no nso so. Ɔda so bɔ ne Nyankopɔn mpae mprɛnsa da koro.”
14 ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।
Ɔhene no tee saa no, ɛhaw no yiye, na osusuw ho ara kosii anwummere pɛɛ, ɔkwan bi a ɔbɛfa so agye Daniel nkwa.
15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, “ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।”
Mmarima yi bɔɔ mu kɔɔ ɔhene no anim kɔka kyerɛɛ no se, “Nana, nidi mu, wunim sɛ, Mediafo ne Persiafo mmara mu no, wontumi nsesa mmara biara a ɔhene ahyɛ.”
16 ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”
Ɔhene Dario hyɛe se, wɔnkɔfa Daniel, na wɔntow no nkyene gyata amoa no mu. Ɔhene no ka kyerɛɛ no se, “Daniel, ma wo Nyankopɔn a wosom no daa no, nnye wo.”
17 ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।
Wɔde bo bɛtoo amoa no ano. Na Ɔhene no de nʼankasa nsɔwano ne atitiriw nsɔwano susoo ɔbo no sɛnea obiara rentumi nyɛ Daniel ho hwee.
18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।
Afei ɔhene no san kɔɔ nʼahemfi a anadwo no nyinaa, wannidi. Ɔpoo anigyede biara, na wantumi anna anadwo mu no nyinaa.
19 ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।
Ade kyee anɔpatutuutu no, ɔhene no yɛɛ ntɛm kɔɔ gyata amoa no ano.
20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”
Oduu hɔ no, ɔde awerɛhow frɛe se, “Daniel, Onyankopɔn teasefo somfo. Wo Nyankopɔn a wosom no daa no tumi gyee wo fii gyata no mu ana?”
21 ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।”
Daniel teɛɛ mu se, “Nana wo nkwa so!
22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
Me Nyankopɔn somaa ne bɔfo bɛkataa gyata no ano, sɛnea wɔrentumi nyɛ me bɔne, efisɛ wahu sɛ, midi bem wɔ nʼanim. Na wo, Nana nso, menyɛɛ wo bɔne biara ɛ.”
23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।
Ɔhene no ani gyee mmoroso, na ɔhyɛɛ sɛ wonyi Daniel mfi amoa no mu, enti wuyii no. Wɔanhu kam biara wɔ ne ho, efisɛ ɔde ne ho too ne Nyankopɔn so.
24 ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।
Afei ɔhene no hyɛɛ sɛ wɔnkɔkyere mmarima a wɔnam ntwatoso so ma wɔde Daniel kɔtoo gyata amoa mu no. Ɔma wɔtow wɔn ne wɔn yerenom ne wɔn mma guu gyata amoa no mu. Gyata no huruhuruw sisii wɔn so, tetew wɔn, bobɔɔ wɔn nnompe mu ansa koraa na wɔredu amoa no ase.
25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।
Afei Ɔhene Dario de nkra yi kɔmaa nnipa ahorow nyinaa, aman nyinaa ne kasa biara wɔ wiase mmaa nyinaa se: “Ensi mo yiye mmoroso!
26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
“Mehyɛ mmara sɛ, ɛsɛ sɛ obiara a ɔwɔ mʼaheman mu suro, fɛre na ɔde nidi ma Daniel Nyankopɔn.
27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”
“Ɔyɛ amanehunu mu gyefo na ogye nkwa nso;
28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ୱ ସମୟରେ ଓ ପାରସିକ କୋରସ୍ର ରାଜତ୍ୱ ସମୟରେ ଉନ୍ନତି ଲାଭ କଲେ।
Enti Daniel kɔɔ so dii yiye wɔ Ɔhene Dario ne Persiahene Kores mmere so.