< ଦାନିୟେଲ 7 >

1 ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
A shekara ta fari ta mulkin Belshazar sarkin Babilon, Daniyel ya yi mafarki, wahayoyi kuma suka ratsa tunaninsa a sa’ad da yake a kwance a gadonsa. Sai ya rubuta abin da mafarkin ya ƙunsa.
2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।
Daniyel ya ce, “A cikin wahayina da dare na duba, a gabana kuwa ga kusurwoyi huɗu na sama suna gurɓata babban teku.
3 ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।
Sai ga dabbobi huɗu, kowannensu ya yi dabam da sauran, suna fitowa daga teku.
4 ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
“Na farkon ya yi kamar zaki kuma yana da fikafikai kamar gaggafa. Ina kallo, sai aka fizge fikafikanta, aka ɗaga ta sama, aka sa ta tsaya a kan ƙafafu biyu kamar mutum, aka ba ta tunani irin na mutum.
5 ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
“A gabana kuma ga dabba ta biyu, wadda ta yi kamar beyar. Aka ɗaga ta a gefenta guda, tana kuwa da haƙarƙarai uku a bakinta a tsakanin haƙoranta. Aka faɗa mata, ‘Tashi ki cika cikinki da ɗanyen nama!’
6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।
“Bayan haka, na duba, a gabana kuwa ga wata dabba wadda ta yi kamar Damisa, a bayanta kuma tana da fikafikai huɗu irin na tsuntsu. Wannan dabbar tana da kawuna huɗu, aka kuma ba ta iko tă yi mulki.
7 ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।
“Bayan haka, a cikin wahayina da dare na duba, a gabana kuwa ga dabba ta huɗu, wadda take da bantsoro da banrazana da kuma iko ƙwarai. Tana da manyan haƙoran ƙarfe; ta ragargaje ta cinye abin da ta kama, ta kuma tattaka duk abin da ya rage a ƙarƙashin ƙafafunta. Ta bambanta da dukan sauran dabbobin da suka riga ta, tana kuma da ƙahoni goma.
8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
“Yayinda nake cikin tunani game da ƙahonin nan, a gabana kuwa ga wani ƙaho, ɗan ƙanƙani, wanda ya fito daga cikinsu; kuma an tumɓuke uku daga cikin ƙahonin farko kafin wannan. Wannan ƙaho yana da idanu kamar na mutum da kuma bakin da yake maganganun fariya.
9 ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
“Ina cikin dubawa, “sai aka ajiye kursiyoyi, sai ga wani wanda yake tun fil azal ya zauna a mazauninsa. Rigarsa ta yi fari fat kamar ƙanƙara; gashin kansa sun yi fari kamar ulu. Kursiyinsa kuma harshen wuta, dukan ƙafafun kursiyin masu kama da keken yaƙin, wuta ne.
10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
Kogin wuta yana gudu, yana fitowa daga gabansa. Dubun dubbai sun yi masa hidima; dubu goma sau dubu goma sun tsaya a gabansa. Aka zauna don shari’a, aka kuma buɗe littattafai.
11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
“Sa’an nan na ci gaba da kallo saboda kalmomin fariyar da wannan ƙaho yake furtawa. Na yi ta kallo har sai da aka yanke dabbar, aka kuma hallaka jikinta a cikin wuta.
12 ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
(An tuɓe sauran dabbobin daga mulkinsu, amma aka bar su su rayu na wani lokaci.)
13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
“A wahayina na dare, na ga a gabana wani kamar ɗan mutum yana saukowa tare da gizagizan sama. Ya kusaci Wannan wanda yake Tun fil azal aka kuma kai shi gabansa.
14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Aka ba shi mulki, daraja da kuma mafificin iko; dukan mutane, da al’ummai, da mutane daga kowane harshe suka yi masa sujada. Mulkinsa kuwa dawwammamen mulki ne da ba zai ƙare ba, sarautarsa kuma ba ta taɓa lalacewa.
15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।
“Ni, Daniyel, ruhuna ya damu ƙwarai, kuma wahayin da ya ratsa tunanina ya dame ni.
16 ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
Sai na matsa kusa da ɗaya daga cikin waɗanda suke tsaye a can, na tambaye shi gaskiya ma’anar waɗannan al’amura. “Don haka sai ya faɗa mini, ya kuma ba ni fassarar waɗannan al’amura.
17 ‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।
‘Waɗannan manyan dabbobi huɗu, Masarautai ne huɗu waɗanda za su taso a duniya.
18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍‍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
Amma tsarkaka na Mafi Ɗaukaka za su karɓi wannan sarauta, za su kuwa mallake ta har abada, I, har abada abadin.’
19 ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
“Sa’an nan kuma sai na so in san ma’anar wannan dabba ta huɗu, wadda ta yi dabam da sauran dabbobin da suke da matuƙar bantsoro, da take da haƙoran ƙarfe da kuma farcen tagulla, dabbar ta ragargaje ta cinye abin da ta kama, ta kuma tattaka duk abin da ya rage a ƙarƙashin ƙafafunta.
20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍‍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
Na kuma so in gane game da ƙahonin nan guda goma da suke a kanta da kuma game da ƙahon nan da ya fito, wanda aka tumɓuke ƙahoni uku a gabansa, ƙahon nan da yake da idanu da bakin da yake furta manyan maganganun fariya, wanda ya yi kamar ya fi sauran girma.
21 ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
Ina cikin dubawa, sai ga wannan ƙaho yana yaƙi da tsarkaka yana kuma cin nasara a kansu,
22 ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
sai da Wannan wanda yake tun fil azal ya zo ya furta hukunci, aka kuma ba tsarkaka na Mafi Ɗaukaka gaskiya, lokaci kuwa ya cika sai suka karɓi mulki.
23 ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।
“Sai ya ba ni wannan bayani, ‘Dabbar nan ta huɗu, ita ce mulki na huɗu da zai bayyana a duniya. Zai bambanta da dukan sauran mulkoki, zai kuma cinye dukan duniya, yă tattake ta, yă kuma ragargaje ta.
24 ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।
Ƙahonin nan goma, sarakuna ne goma waɗanda za su taso daga wannan mulki. Bayansu kuma, wani sarki zai taso, wanda ya sha dabam da waɗanda suka riga shi. Zai rinjayi sarakunan nan uku.
25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
Zai yi maganar saɓo a kan Mafi Ɗaukaka, zai kuma tsananta wa tsarkaka yă kuma yi ƙoƙarin sāke lokuta da shari’u. Za a miƙa tsarkaka a hannunsa na wani lokaci, lokuta da kuma rabin lokaci.
26 ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
“‘Amma majalisa za tă yi zama, za a karɓe ikonsa, a kuma hallaka shi gaba ɗaya har abada.
27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’
Sa’an nan za a ba da mulki, iko da girma na mulkokin da suke a ƙarƙashin dukan sammai ga tsarkaka, mutane na Mafi Ɗaukaka. Mulkinsa kuwa mulki ne marar matuƙa, kuma dukan masu mulki za su yabe shi, su kuma yi masa biyayya.’
28 ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”
“Wannan shi ne ƙarshen batun. Ni, Daniyel na damu ƙwarai da irin tunanina, kuma fuskata ta rikice, amma na riƙe batun a zuciyata.”

< ଦାନିୟେଲ 7 >