< ଦାନିୟେଲ 7 >

1 ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
В первый год Валтасара, царя Вавилонского, Даниил видел сон и пророческие видения головы своей на ложе своем. Тогда он записал этот сон, изложив сущность дела.
2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।
Начав речь, Даниил сказал: видел я в ночном видении моем, и вот, четыре ветра небесных боролись на великом море,
3 ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।
и четыре больших зверя вышли из моря, не похожие один на другого.
4 ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
Первый - как лев, но у него крылья орлиные; я смотрел, доколе не вырваны были у него крылья, и он поднят был от земли, и стал на ноги, как человек, и сердце человеческое дано ему.
5 ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
И вот еще зверь, второй, похожий на медведя, стоял с одной стороны, и три клыка во рту у него, между зубами его; ему сказано так: “встань, ешь мяса много!”
6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।
Затем видел я, вот еще зверь, как барс; на спине у него четыре птичьих крыла, и четыре головы были у зверя сего, и власть дана была ему.
7 ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।
После сего видел я в ночных видениях, и вот зверь четвертый, страшный и ужасный и весьма сильный; у него большие железные зубы; он пожирает и сокрушает, остатки же попирает ногами; он отличен был от всех прежних зверей, и десять рогов было у него.
8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
Я смотрел на эти рога, и вот, вышел между ними еще небольшой рог, и три из прежних рогов с корнем исторгнуты были перед ним, и вот, в этом роге были глаза, как глаза человеческие, и уста, говорящие высокомерно.
9 ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
Видел я, наконец, что поставлены были престолы, и воссел Ветхий днями; одеяние на Нем было бело, как снег, и волосы главы Его - как чистая волна; престол Его - как пламя огня, колеса Его - пылающий огонь.
10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
Огненная река выходила и проходила пред Ним; тысячи тысяч служили Ему и тьмы тем предстояли пред Ним; судьи сели, и раскрылись книги.
11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
Видел я тогда, что за изречение высокомерных слов, какие говорил рог, зверь был убит в глазах моих, и тело его сокрушено и предано на сожжение огню.
12 ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
И у прочих зверей отнята власть их, и продолжение жизни дано им только на время и на срок.
13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Видел я в ночных видениях, вот, с облаками небесными шел как бы Сын человеческий, дошел до Ветхого днями и подведен был к Нему.
14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
И Ему дана власть, слава и царство, чтобы все народы, племена и языки служили Ему; владычество Его - владычество вечное, которое не прейдет, и царство Его не разрушится.
15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।
Вострепетал дух мой во мне, Данииле, в теле моем, и видения головы моей смутили меня.
16 ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
Я подошел к одному из предстоящих и спросил у него об истинном значении всего этого, и он стал говорить со мною, и объяснил мне смысл сказанного:
17 ‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।
“эти большие звери, которых четыре, означают, что четыре царя восстанут от земли.
18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍‍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
Потом примут царство святые Всевышнего и будут владеть царством вовек и вовеки веков”.
19 ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
Тогда пожелал я точного объяснения о четвертом звере, который был отличен от всех и очень страшен, с зубами железными и когтями медными, пожирал и сокрушал, а остатки попирал ногами,
20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍‍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
и о десяти рогах, которые были на голове у него, и о другом, вновь вышедшем, перед которым выпали три, о том самом роге, у которого были глаза и уста, говорящие высокомерно, и который по виду стал больше прочих.
21 ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
Я видел, как этот рог вел брань со святыми и превозмогал их,
22 ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
доколе не пришел Ветхий днями, и суд дан был святым Всевышнего, и наступило время, чтобы царством овладели святые.
23 ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।
Об этом он сказал: зверь четвертый - четвертое царство будет на земле, отличное от всех царств, которое будет пожирать всю землю, попирать и сокрушать ее.
24 ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।
А десять рогов значат, что из этого царства восстанут десять царей, и после них восстанет иной, отличный от прежних, и уничижит трех царей,
25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
и против Всевышнего будет произносить слова и угнетать святых Всевышнего; даже возмечтает отменить у них праздничные времена и закон, и они преданы будут в руку его до времени и времен и полувремени.
26 ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
Затем воссядут судьи и отнимут у него власть губить и истреблять до конца.
27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’
Царство же и власть и величие царственное во всей поднебесной дано будет народу святых Всевышнего, Которого царство - царство вечное, и все властители будут служить и повиноваться Ему.
28 ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”
Здесь конец слова. Меня, Даниила, сильно смущали размышления мои, и лице мое изменилось на мне; но слово я сохранил в сердце моем.

< ଦାନିୟେଲ 7 >