< ଦାନିୟେଲ 1 >
1 ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।
За третього року царюва́ння Йояки́ма, Юдиного царя, прийшов Навуходоно́сор, цар вавилонський, до Єрусалиму, та й обліг його́.
2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
І дав Госпо́дь в його руку Йояки́ма, Юдиного царя, та частину по́суду Божого дому, і він відправив їх до кра́ю вавилонського, до дому свого бога, а по́суд відправив до скарбни́чного дому свого бога.
3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ
І сказав цар до Ашпеназа, начальника його е́внухів, щоб приве́сти з Ізраїлевих синів, і з царсько́го, і з шляхе́тського роду,
4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା।
юнакі́в, що нема в них жодної ва́ди, і вони вродли́вого ви́гляду та розумні в усякій мудрості, і здібні до знання́, і розуміють науку, і щоб у них була́ мото́рність служи́ти в царсько́му пала́ці, і щоб навчати їх книг та мови халдеїв.
5 ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।
І призна́чив їм цар щоденну пожи́ву, з царсько́ї ї́жі та з вина, що сам його пив, а на їхнє вихова́ння — три роки, а по закі́нченні їх стануть вони перед царськи́м обличчям.
6 ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
І були́ серед них з Юдиних синів Даниїл, Ана́нія, Мисаї́л та Аза́рія.
7 ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା।
А нача́льник е́внухів дав їм інші імена́, і дав Даниїлові ім'я́ Валтаса́р, а Ананії — Шадра́х, а Мисаїлові — Меша́х, а Азарії — Авед-Не́ґо.
8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
І поклав Даниїл собі на серце, що він не оскверни́ться ї́жею царя та питво́м, що той сам його пив, і просив від начальника е́внухів, щоб не оскверни́тися.
9 ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।
І дав Бог Даниїлові ласку та милість перед начальником е́внухів.
10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।”
І сказав начальник е́внухів до Даниїла: „Боюсь я свого пана царя, бо він ви́значив вашу ї́жу та ваше питво́. Бо коли б він побачив ваше обличчя худішим, ніж у тих юнакі́в, що вашого віку, то ви зробите мою голову винуватою перед царем“.
11 ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
І сказав Даниїл до старшо́го, якого начальник е́внухів призна́чив над Даниїлом, Ананією, Мисаїлом та Азарією:
12 “ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।
„Ви́пробуй но своїх рабів десять день, і нехай дають нам із ярини́, — і ми бу́демо їсти, та воду — і бу́демо пити.
13 ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”
І нехай з'я́вляться перед тобою наші обличчя та обличчя тих юнакі́в, що їдять царську́ їжу, — і згідно з тим, що побачиш, зроби зо своїми рабами“.
14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
І той послухався їх у цьому, і випробо́вував їх десять день.
15 ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
А по десяти днях їхній вигляд ви́явився кращим, і вони були здорові́ші на тілі, аніж усі ті юнаки́, що їли царську́ ї́жу.
16 ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
І цей старший відно́сив їхню їжу та вино їхнього пиття́, а давав їм ярину́.
17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
А ці че́тверо юнакі́в, — дав їм Бог пізна́ння та розумі́ння в кожній книжці та мудрості, а Даниїл розумівся на всякому виді́нні та снах.
18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା।
А на кінець тих днів, коли цар сказав приве́сти їх, то начальник е́внухів привів їх перед обличчя Навуходоно́сорове.
19 ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
І цар розмовляв з ними, і зо всіх них жоден не був зна́йдений таким, як Даниїл, Ана́нія, Мисаї́л та Аза́рія. І вони ставали перед царськи́м обличчям.
20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
А всяку справу мудрости та розуму, що шукав від них цар, то він знайшов їх уде́сятеро мудрішими від усіх чарівникі́в та заклиначі́в, що були́ в усьому його царстві.
21 ପୁଣି, ଦାନିୟେଲ କୋରସ୍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।
І був Даниїл там аж до першого року царя Кі́ра.