< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 1 >

1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,
These are the words which Moses spoke to all Israel beyond the Jordan in the wilderness, in the Arabah opposite Suf, between Paran, Tophel, Laban, Hazeroth, and Dizahab.
2 ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।
It is eleven days’ journey from Horeb by the way of Mount Seir to Kadesh Barnea.
3 ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,
In the fortieth year, in the eleventh month, on the first day of the month, Moses spoke to the children of Israel according to all that the LORD had given him in commandment to them,
4 “ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ
after he had struck Sihon the king of the Amorites who lived in Heshbon, and Og the king of Bashan who lived in Ashtaroth, at Edrei.
5 ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।
Beyond the Jordan, in the land of Moab, Moses began to declare this law, saying,
6 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;
“The LORD our God spoke to us in Horeb, saying, ‘You have lived long enough at this mountain.
7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍‍ ପର୍ଯ୍ୟନ୍ତ ଯାତ୍ରା କର।
Turn, and take your journey, and go to the hill country of the Amorites and to all the places near there: in the Arabah, in the hill country, in the lowland, in the South, by the seashore, in the land of the Canaanites, and in Lebanon as far as the great river, the river Euphrates.
8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”
Behold, I have set the land before you. Go in and possess the land which the LORD swore to your fathers—to Abraham, to Isaac, and to Jacob—to give to them and to their offspring after them.’”
9 ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;
I spoke to you at that time, saying, “I am not able to bear you myself alone.
10 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।
The LORD your God has multiplied you, and behold, you are today as the stars of the sky for multitude.
11 ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।
May the LORD, the God of your fathers, make you a thousand times as many as you are and bless you, as he has promised you!
12 ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି?
How can I myself alone bear your problems, your burdens, and your strife?
13 ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।”
Take wise men of understanding who are respected amongst your tribes, and I will make them heads over you.”
14 ଏଥିରେ ତୁମ୍ଭେମାନେ ମୋତେ ଉତ୍ତର ଦେଇ କହିଲ, “ତୁମ୍ଭେ ଯାହା କହିଲ, ତାହା ଆମ୍ଭମାନଙ୍କର କରିବା ଭଲ।”
You answered me, and said, “The thing which you have spoken is good to do.”
15 ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।
So I took the heads of your tribes, wise and respected men, and made them heads over you, captains of thousands, captains of hundreds, captains of fifties, captains of tens, and officers, according to your tribes.
16 ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।
I commanded your judges at that time, saying, “Hear cases between your brothers and judge righteously between a man and his brother, and the foreigner who is living with him.
17 ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
You shall not show partiality in judgement; you shall hear the small and the great alike. You shall not be afraid of the face of man, for the judgement is God’s. The case that is too hard for you, you shall bring to me, and I will hear it.”
18 ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ସମସ୍ତ କର୍ତ୍ତବ୍ୟ କର୍ମ ବିଷୟ ଆଜ୍ଞା ଦେଇଥିଲି।
I commanded you at that time all the things which you should do.
19 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।
We travelled from Horeb and went through all that great and terrible wilderness which you saw, by the way to the hill country of the Amorites, as the LORD our God commanded us; and we came to Kadesh Barnea.
20 ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।
I said to you, “You have come to the hill country of the Amorites, which the LORD our God gives to us.
21 ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”
Behold, the LORD your God has set the land before you. Go up, take possession, as the LORD the God of your fathers has spoken to you. Don’t be afraid, neither be dismayed.”
22 ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, “ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ବାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।”
You came near to me, everyone of you, and said, “Let’s send men before us, that they may search the land for us, and bring back to us word of the way by which we must go up, and the cities to which we shall come.”
23 ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।
The thing pleased me well. I took twelve of your men, one man for every tribe.
24 ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ-ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ।
They turned and went up into the hill country, and came to the valley of Eshcol, and spied it out.
25 ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।”
They took some of the fruit of the land in their hands and brought it down to us, and brought us word again, and said, “It is a good land which the LORD our God gives to us.”
26 ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।
Yet you wouldn’t go up, but rebelled against the commandment of the LORD your God.
27 ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି।
You murmured in your tents, and said, “Because the LORD hated us, he has brought us out of the land of Egypt, to deliver us into the hand of the Amorites to destroy us.
28 ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”
Where are we going up? Our brothers have made our heart melt, saying, ‘The people are greater and taller than we. The cities are great and fortified up to the sky. Moreover we have seen the sons of the Anakim there!’”
29 ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।
Then I said to you, “Don’t be terrified. Don’t be afraid of them.
30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।
The LORD your God, who goes before you, he will fight for you, according to all that he did for you in Egypt before your eyes,
31 ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”
and in the wilderness where you have seen how that the LORD your God carried you, as a man carries his son, in all the way that you went, until you came to this place.”
32 ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ!
Yet in this thing you didn’t believe the LORD your God,
33 ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।
who went before you on the way, to seek out a place for you to pitch your tents in: in fire by night, to show you by what way you should go, and in the cloud by day.
34 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି ରାଗିଲେ ଓ ଶପଥ କରି କହିଲେ,
The LORD heard the voice of your words and was angry, and swore, saying,
35 “ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,
“Surely not one of these men of this evil generation shall see the good land which I swore to give to your fathers,
36 କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।”
except Caleb the son of Jephunneh. He shall see it. I will give the land that he has trodden on to him and to his children, because he has wholly followed the LORD.”
37 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ପ୍ରତି କ୍ରୋଧ କରି କହିଲେ, “ତୁମ୍ଭେ ମଧ୍ୟ ସେହି ସ୍ଥାନରେ ପ୍ରବେଶ କରିବ ନାହିଁ,
Also the LORD was angry with me for your sakes, saying, “You also shall not go in there.
38 ତୁମ୍ଭର ପରିଚାରକ ନୂନର ପୁତ୍ର ଯିହୋଶୂୟ ସେହି ସ୍ଥାନରେ ପ୍ରବେଶ କରିବ ତୁମ୍ଭେ ତାହାକୁ ସାହସ ଦିଅ ଯେହେତୁ ସେ ଇସ୍ରାଏଲକୁ ତାହା ଅଧିକାର କରାଇବ।
Joshua the son of Nun, who stands before you, shall go in there. Encourage him, for he shall cause Israel to inherit it.
39 ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।
Moreover your little ones, whom you said would be captured or killed, your children, who today have no knowledge of good or evil, shall go in there. I will give it to them, and they shall possess it.
40 ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସାଗର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର।”
But as for you, turn, and take your journey into the wilderness by the way to the Red Sea.”
41 ଏଥିରେ ତୁମ୍ଭେମାନେ ଉତ୍ତର କରି ମୋତେ କହିଲ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ ତଦନୁସାରେ ଉଠିଯାଇ ଯୁଦ୍ଧ କରିବୁ।” ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଯୁଦ୍ଧାସ୍ତ୍ର ବାନ୍ଧି ପର୍ବତ ଆରୋହଣ କରିବାକୁ ବ୍ୟଗ୍ର ହେଲ।
Then you answered and said to me, “We have sinned against the LORD. We will go up and fight, according to all that the LORD our God commanded us.” Every man of you put on his weapons of war, and presumed to go up into the hill country.
42 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ‘ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ;’ କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”
The LORD said to me, “Tell them, ‘Don’t go up and don’t fight; for I am not amongst you, lest you be struck before your enemies.’”
43 ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।
So I spoke to you, and you didn’t listen; but you rebelled against the commandment of the LORD, and were presumptuous, and went up into the hill country.
44 କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।
The Amorites, who lived in that hill country, came out against you and chased you as bees do, and beat you down in Seir, even to Hormah.
45 ତେବେ ତୁମ୍ଭେମାନେ ଫେରିଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ।
You returned and wept before the LORD, but the LORD didn’t listen to your voice, nor turn his ear to you.
46 ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।
So you stayed in Kadesh many days, according to the days that you remained.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 1 >