< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 10 >

1 ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।
At that time the LORD said to me, “Chisel out two stone tablets like the originals, come up to Me on the mountain, and make an ark of wood.
2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।”
And I will write on the tablets the words that were on the first tablets, which you broke; and you are to place them in the ark.”
3 ତହୁଁ ମୁଁ ଶିଟୀମ୍‍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।
So I made an ark of acacia wood, chiseled out two stone tablets like the originals, and went up the mountain with the two tablets in my hands.
4 ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ।
And the LORD wrote on the tablets what had been written previously, the Ten Commandments that He had spoken to you on the mountain out of the fire on the day of the assembly. The LORD gave them to me,
5 ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।
and I went back down the mountain and placed the tablets in the ark I had made, as the LORD had commanded me; and there they have remained.
6 (ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।
The Israelites traveled from Beeroth Bene-jaakan to Moserah, where Aaron died and was buried, and Eleazar his son succeeded him as priest.
7 ସେଠାରୁ ସେମାନେ ଗୁଦ୍‍ଗୋଦାକୁ ଯାତ୍ରା କଲେ ଓ ଗୁଦ୍‍ଗୋଦାରୁ ଜଳସ୍ରୋତମୟ ଦେଶ ଯଟ୍‍ବାଥାକୁ ଯାତ୍ରା କଲେ।
From there they traveled to Gudgodah, and from Gudgodah to Jotbathah, a land with streams of water.
8 ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।
At that time the LORD set apart the tribe of Levi to carry the ark of the covenant of the LORD, to stand before the LORD to serve Him, and to pronounce blessings in His name, as they do to this day.
9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।
That is why Levi has no portion or inheritance among his brothers; the LORD is his inheritance, as the LORD your God promised him.
10 ପ୍ରଥମ ଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେହି ଥର ମଧ୍ୟ ସଦାପ୍ରଭୁ ମୋʼ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,
I stayed on the mountain forty days and forty nights, like the first time, and that time the LORD again listened to me and agreed not to destroy you.
11 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।”
Then the LORD said to me, “Get up. Continue your journey ahead of the people, that they may enter and possess the land that I swore to their fathers to give them.”
12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
And now, O Israel, what does the LORD your God ask of you but to fear the LORD your God by walking in all His ways, to love Him, to serve the LORD your God with all your heart and with all your soul,
13 ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
and to keep the commandments and statutes of the LORD that I am giving you this day for your own good?
14 ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।
Behold, to the LORD your God belong the heavens, even the highest heavens, and the earth and everything in it.
15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।
Yet the LORD has set His affection on your fathers and loved them. And He has chosen you, their descendants after them, above all the peoples, even to this day.
16 ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ।
Circumcise your hearts, therefore, and stiffen your necks no more.
17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
For the LORD your God is God of gods and Lord of lords, the great, mighty, and awesome God, showing no partiality and accepting no bribe.
18 ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।
He executes justice for the fatherless and widow, and He loves the foreigner, giving him food and clothing.
19 ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
So you also must love the foreigner, since you yourselves were foreigners in the land of Egypt.
20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
You are to fear the LORD your God and serve Him. Hold fast to Him and take your oaths in His name.
21 ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
He is your praise and He is your God, who has done for you these great and awesome wonders that your eyes have seen.
22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।
Your fathers went down to Egypt, seventy in all, and now the LORD your God has made you as numerous as the stars in the sky.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 10 >