< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 11 >
1 ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।
Heruru Jehova Nyasaye ma Nyasachu kendo urit dwarone, buchene, kod chikene ndalo duto.
2 ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,
Paruru kawuononi puonj mane uyudo kuom Jehova Nyasaye ma Nyasachu nimar kata obedo ni nyithindu pok ongʼeyo kata neno puonjno, to un to ungʼeye. Bende paruru duongʼ mar Jehova Nyasaye gi tekone kod bat morie;
3 ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
kaachiel gi ranyisi mane otimo kod honni mane onyiso e dier jo-Misri, ne Farao ruodh Misri kod pinye duto.
4 ପୁଣି ମିସରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
Bende nuneno gima notimone jolwenj Misri, faresegi kod gechegi kane gilawou mi Nam Makwar oimogi kendo mi Jehova Nyasaye otiekogi pep.
5 ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;
Nyithindu ne ok oneno gima Jehova Nyasaye notimonu e thim nyaka ne uchopo kama untiereni.
6 ଆଉ ରୁବେନ୍ର ପୁତ୍ର ଇଲୀୟାବ୍ର ସନ୍ତାନ ଦାଥନ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;
Kendo gima ne otimone Dathan kod Abiram yawuot Eliab mawuok e dhood Reuben kane piny oyawo dhoge e dieru tir e kind jo-Israel duto ma omwonyogi duto kod joutgi, hembegi kod gik moko duto ma mekgi.
7 ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।
To un ema ne uneno giwengeu gik madongo duto mane Jehova Nyasaye otimo.
8 ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;
Rituru chike duto ma amiyou kawuononi mondo ubed gi teko kendo ukaw piny man loka mar Jordan mudhi kawono;
9 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
kendo mondo udagi amingʼa e piny mane Jehova Nyasaye osingo ne kwereu ni nomigi kod nyikwagi ma en piny maber mopongʼ gi chak kod mor kich.
10 ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।
Piny ma udonjoe mondo ukaw ok chal gi piny Misri muwuokie, ma en kama nuchwoyoe kothe ka uolonegi pi mana kaka iolone puoth alot.
11 ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ, ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ;
To piny ma ungʼado Jordan mondo udhi ukaw en piny gode kod holo ma mwonyo pi moa e polo.
12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
En piny ma Jehova Nyasaye ma Nyasachu biro ritoue; kendo orange pile ka pile higa ngima.
13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
Koro ka urito chike mamiyou adimba kawuono, ka uhero Jehova Nyasaye ma Nyasachu kendo tiyone gi chunyu duto kod ngimau duto,
14 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
to abiro oro koth e pinyu e ndalo mowinjore e ndalo oro kod ndalo chwiri, mondo uyud cham, gi mzabibu kod mo.
15 ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।
Abiro chiwo lum ne jamni mau kendo unuchiem ma uyiengʼ.
16 ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
Beduru motangʼ mondo pachu kik maki gi gik ma kamago ma ulam nyiseche mamoko ka ukulorenegi.
17 ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
Mirimb Nyasaye nyalo lwar kuomu, ma olor ranga polo, mi koth bed maonge kendo puothe ok nochieg cham, ma uduto utho e piny maber ma Jehova Nyasaye miyou.
18 ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
Kanuru wechenagi e chunyu kod pachu, twegiuru e bedeu ka ranyisi kendo e pat wengeu.
19 ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
Puonjuru nyithindu wechegi, ka uwuoyo kuomgi ka ubet e dala, ka uwuotho e yo, ka unindo kata ka uchiewo.
20 ଆଉ ତୁମ୍ଭେ ଆପଣା ଗୃହ ଦ୍ୱାରର ଚଉକାଠରେ ଓ ଆପଣା ବାହାର ଦ୍ୱାରରେ ତାହା ଲେଖି ରଖିବ।
Ndikgiuru ewi dhoutu kendo e rangeyeu,
21 ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।
mondo ndalo magu kod mag nyithindu omedre e piny mane Jehova Nyasaye osingore ni nomi nyithindu, mondo obed maru nyaka chiengʼ.
22 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;
Ka urito adimba chike duto ma amiyou mondo uluw mi uhero Jehova Nyasaye ma Nyasachu ka uwuotho e yorene kendo ka urito wechene,
23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।
to Jehova Nyasaye biro riembo ogendinigi duto e nyimu, kendo ubiro kawo pinje madongo kendo maroteke moloyou.
24 ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍, ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
Kamoro amora ma unyono, nobed maru, tongʼ maru noyarre koa e thim mar Lebanon kokalo Aora mar Yufrate nyaka nam man yo podho chiengʼ.
25 ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।
Onge ngʼama nosiru. Jehova Nyasaye ma Nyasachu mana kaka osechikou, biro kelo luoro kod kibaji e piny duto kamoro amora ma udhiyoe.
26 ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।
Winjuru, kawuononi aketo gweth kod kwongʼ e nyimu.
27 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।
Ka urito chike Jehova Nyasaye ma Nyasachu ma amiyou kawuononi, to unuyud gweth.
28 ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ।
Ka ok uluwo chike Jehova Nyasaye ma Nyasachu mi ulokoru uweyo yore ma amiyou kawuono, kendo ka uluwo nyiseche mamoko ma ok usengʼeyo, to unuyud kwongʼ.
29 ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।
Ka Jehova Nyasaye ma Nyasachu osekelou e piny mudhiye mondo ukaw obed maru, to nyaka uhul weche gweth e got Gerizim, to weche mag kwongʼ to uhul e got Ebal.
30 ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍ଗଲ୍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?
Kaka ungʼeyo, godegi ni yo podho chiengʼ mar holo mar Jordan kama jo-Kanaan odakie. Gin gode mantiere Araba but Gilgal kama yiende madongo mag More nitie.
31 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
Uchiegni ngʼado Jordan mondo ukaw piny ma Jehova Nyasaye ma Nyasachu miyou. Ka usekawe ma udakie,
32 ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।
to neuru ni uluwo chike duto kod buche ma amiyou kawuononi.