< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 11 >
1 ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।
Kwa hiyo mtampenda Yahwe Mungu wenu na daima mtashika maelekezo yake, maagizo yake, sheria zake, na amri zake.
2 ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,
Kumbuka kwamba siongei kwa watoto wako, ambao hawajajua wala kuona hukumu ya Yahwe Mungu wako, ukuu wake, mkono wake wa uweza, mkono wake ulionyoshwa,
3 ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
Ishara na matendo ambayo alifanya katikati ya Misri kwa Farao, mfalme Misri, na nchi yake yote.
4 ପୁଣି ମିସରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
Wala hawakuona kile alichofanya kwa jeshi la Misri, kwa farasi wao, au magari yao; namna alivyoyafanya maji ya bahari ya Reeds kuwaelemea kwa sababu ya kuwafuatilia, na namna Yahwe alivyowaangamiza mpaka leo,
5 ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;
au nini alifanya kwenu kwenye jangwa mpaka mlikuja eneo hili.
6 ଆଉ ରୁବେନ୍ର ପୁତ୍ର ଇଲୀୟାବ୍ର ସନ୍ତାନ ଦାଥନ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;
Hawajaona nini Yahwe alichofanya kwa Dathani na Abiramu, wana wa Eliabu mwana wa Reubeni; namna dunia ilifungua kinywa chake na kuwameza, nyumba zao, mahema yao, na kila kitu hai kilichowafuata, katikati mwa Israeli yote.
7 ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।
Lakini macho yenu yameona kazi yote kuu ya Yahwe aliyoifanya.
8 ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;
Kwa hiyo shikeni amri zote ambazo ninawaamuru leo, kwamba mweze kuwa imara, na kuingia na kuimiliki nchi, ambayo unaenda zaidi kuimiliki;
9 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
na kwamba uweze kuongeza siku zako katika nchi ambayo Yahwe aliapa kwa baba zako kuwapa na uzao wao, nchi itiririkayo maziwa na asali.
10 ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।
Kwa kuwa nchi, ambayo unaingia kumiliki, siyo kama nchi ya Misri, ambako mlitoka, ambako mlipanda mbegu na kumwagilizia kwa miguu yenu, kama bustani ya mitishamba;
11 ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ, ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ;
Lakini nchi, ambayo unaenda kuimiliki, ni nchi ya milima na mabonde, na kunywa maji ya mvua mbinguni,
12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
nchi ambayo Yahwe Mungu wenu awajali; macho ya Yahwe Mungu wenu daima yako juu yake, kuanzia mwanzo wa mwaka mpaka mwisho wa mwaka.
13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
Itatokea, kama mtazisikiliza kwa bidii amri zangu ambazo ninawaamuru leo kumpenda Yahwe Mungu wenu, na kumtumikia kwa moyo wenu wote na roho zenu zote,
14 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
kwamba nitawapa mvua nchi yenu kwa majira yake, mvua za awali na mvua za badaye, ili kwamba mweze kukusanya nafaka zenu, mvinyo wenu mpya, na mafuta yenu.
15 ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।
Nitawapa nyasi kwenye mashamba yenu kwa ajili ya mifugo yenu, na mtakula na kushiba.
16 ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
Uwe makini mwenyewe, ili kwamba moyo wako usidanganyike, na kugeuka na kuabudu miungu mingine, na kuisujudia;
17 ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
ili kwamba hasira ya Yahwe isiwashiwe dhidi yenu, na ili kwamba asifunge mbingu, kwamba pasiwe na mvua, na nchi haitavuna matunda, na ili kwamba mpotee kwa haraka kutoka nchi nzuri ambayo Yahwe anawapa.
18 ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
Kwa hiyo yaweke haya maneno ndani ya moyo wako na roho; yafunge kama ishara kwenye mkono wako, na yawe utepe katikati ya macho yako.
19 ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
Utayafundisha kwa watoto na kuongea juu yake wakati uketipo ndani ya nyumba yako, wakati utembeapo barabarani, wakati ulalapo, na wakati uinukapo.
20 ଆଉ ତୁମ୍ଭେ ଆପଣା ଗୃହ ଦ୍ୱାରର ଚଉକାଠରେ ଓ ଆପଣା ବାହାର ଦ୍ୱାରରେ ତାହା ଲେଖି ରଖିବ।
Utayaandika kwenye miimo ya milango ya nyumba zenu na kwenye malango yenu,
21 ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।
kwamba siku zenu na siku za watoto wenu ziweze kuongezeka katika nchi ambayo Yahwe aliapa kwa mababu zenu kuwapa, maadamu mbingu ziko juu ya ardhi.
22 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;
Kama mtayashika kwa bidii maagizo haya yote ambayo ninawaamuru nyinyi, ili kwamba myafanye, mpende Yahwe Mungu wenu, tembea katika njia zake zote, na kushikamana naye,
23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।
basi Yahwe atawaondosha mataifa haya yote kutoka mbele yenu, na mtayafukuza mataifa makubwa na yenye nguvu kuliko nyie.
24 ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍, ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
Kila eneo ambalo unyao wa miguu utatembea litakuwa lenu; kutoka jangwani hadi Lebanoni, toka mto wa Euphratesi, hadi magharibi mwa bahari itakuwa mpaka wenu.
25 ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।
Hakuna mtu ataweza kusimama mbele yenu; Yahwe Mungu wenu ataweka hofu yenu na ugaidi wenu juu ya nchi yote mnayotembea juu yake kama alivyosema na ninyi.
26 ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।
Tazama, naweka mbele yenu baraka na laana;
27 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।
baraka, kama mtasikiliza amri za Yahwe ambazo ninakuamuru leo,
28 ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ।
na laana, kama hamtasikiliza amri za Yahwe Mungu wenu, lakini mkaicha njia ninayokuamuru leo, kuendea miungu mingine ambayo hamjaijua.
29 ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।
Itakuwa wakati Yahwe Mungu wenu anawaleta ninyi katika nchi ambayo mnaenda kumiliki, kwamba mtaweka baraka juu ya mlima Gerizimu na laana juu ya mlima Ebali.
30 ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍ଗଲ୍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?
Hawako ng'ambo ya pili zaidi ya Yordani, magharibi mwa barabara la magharibi, katika nchi ya Wakanani wanaoishi Arabah, juu dhidi ya Gilgali, kando ya mialo ya Moreh?
31 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
Kwa maana mtavuka ng'ambo ya pili ya Yordani kuingia kumiliki nchi ambayo Yahwe Mungu wenu anawapa, na mtamiliki na kuishi ndani yake.
32 ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।
Mtashika sheria zote na amri ninazoweka mbele yenu leo.