< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 12 >

1 ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।
是は汝の先祖等の神ヱホバの汝に與へて獲させたまふところの地において汝らが世に生存ふる日の間常に守り行ふべき法度と律法となり
2 ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।
汝らが逐はらふ國々の民がその神々に事へし處は山にある者も岡にある者も靑樹の下にある者もみな之を盡く毀ち
3 ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।
その壇を毀ちその柱を碎きそのアシラ像を火にて燒きまたその神々の雕像を斫倒して之が名をその處より絶去べし
4 ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।
但し汝らの神ヱホバには汝ら是のごとく爲べからず
5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;
汝らの神ヱホバがその名を置んとて汝らの支派の中より擇びたまふ處なるヱホバの住居を汝ら尋ね求めて其處にいたり
6 ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;
汝らの燔祭と犠牲汝らの什一と汝らの手の擧祭汝らの願還と自意の禮物および汝らの牛羊の首出等を汝ら其處に携へ詣り
7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
其處にて汝らの神ヱホバの前に食をなし又汝らと汝らの家族皆その手を勞して獲たる物をもて快樂を取べし是なんぢの神ヱホバの祝福によりて獲たるものなればなり
8 ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।
汝ら彼處にては我らが今日此に爲ごとく各々その目に善と見ところを爲べからす
9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।
汝らは尚いまだ汝らの神ヱホバの賜ふ安息と產業にいたらざるなり
10 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ;
然ど汝らヨルダンを渡り汝らの神ヱホバの汝らに與へて獲させたまふ地に住にいたらん時またヱホバ汝らの周圍の敵を除き汝らに安息を賜ひて汝等安泰に住ふにいたらん時は
11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।
汝らの神ヱホバその名を置んために一の處を擇びたまはん汝ら其處に我が命ずる物を都て携へゆくべし即ち汝らの燔祭と犠牲と汝らの什一と汝らの手の擧祭および汝らがヱホバに誓願をたてて献んと誓ひし一切の佳物とを携へいたるべし
12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
汝らは汝らの男子女子僕婢とともに汝らの神ヱホバの前に樂むべしまた汝らの門の内にをるレビ人とも然すべし其は是は汝らの中間に分なく產業なき者なればなり
13 ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର।
汝愼め凡て汝が自ら擇ぶ處にて燔祭を献ることをする勿れ
14 ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।
唯汝らの支派の一の中にヱホバの選びたまはんその處に於て汝燔祭を献げまた我が汝に命ずる一切の事を爲べし
15 ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।
彼處にては汝の神ヱホバの汝にたまふ祝福に循ひて汝その心に好む獣畜を汝の門の内に殺してその肉を食ふことを得即ち汚れたる人も潔き人もこれを食ふを得ること羚羊と牡鹿に於けるが如し
16 କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।
但しその血は食ふべからず水の如くにこれを地に灌ぐべし
17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।
汝の穀物と酒と油の什一および汝の牛羊の首出ならびに汝が立し誓願を還すための禮物と汝の自意の禮物および汝の手の擧祭の品は汝これを汝の門の内に食ふべからず
18 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
汝の神ヱホバの選びたまふ處において汝の神ヱホバの前に汝これを食ふべし即ち汝の男子女子僕婢および汝の門の内にをるレビ人とともに之を食ひ汝の手を勞して獲たる一切の物をもて汝の神ヱホバの前に快樂を取べし
19 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ।
汝愼め汝が世に生存ふる日の間レビ人を棄る勿れ
20 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, “ଆମ୍ଭେ ମାଂସ ଭୋଜନ କରିବା,” ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ।
汝の神ヱホバ汝に言しごとくに汝の境界を廣くしたまふに及び汝心に肉を食ふことを欲して言ん我肉を食はんと然る時は汝すべてその心に好む肉を食ふことを得べし
21 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗର-ଦ୍ୱାର ଭିତରେ ଭୋଜନ କରି ପାରିବ।
もし汝の神ヱホバのその名を置んとて擇びたまへる處汝と離るること遠からば我が汝に命ぜし如く汝そのヱホバに賜はれる牛羊を宰り汝の門の内にて凡てその心に好む者を食ふべし
22 ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।
牡鹿と羚羊を食ふがごとく汝これを食ふことを得汚れたる者も潔き者も均くこれを食ふことを得るなり
23 କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।
唯堅く愼みてその血を食はざれ血はこれが生命なればなり汝その生命を肉とともに食ふべからず
24 ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।
汝これを食ふ勿れ水のごとくにこれを地に灌ぐべし
25 ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।
汝血を食はざれ汝もし斯ヱホバの善と觀たをふ事を爲ば汝の身と汝の後の子孫とに福祉あらん
26 ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।
唯汝の献げたる聖物と誓願の物とはこれをヱホバの擇びたまふ處に携へゆくべし
27 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।
汝燔祭を献る時はその肉と血を汝の神ヱホバの壇に供ふべくまた犠牲を献る時はその血を汝の神ヱホバの壇の上に灌ぎその肉を食ふべし
28 ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।
わが汝に命ずる是等の言を汝聽て守れ汝かく汝の神ヱホバの善と觀正と觀たまふ事を爲ば汝と汝の後の子孫に永く福祉あらん
29 ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;
汝の神ヱホバ汝が往て逐はらはんとする國々の民を汝の前より絶去たまひて汝つひにその國々を獲てその地に住にいたらん時は
30 ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି “ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା,” ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
汝みづから愼め彼らが汝の前に亡びたる後汝かれらに倣ひて罟にかかる勿れまた彼らの神を尋求めこの國々の民は如何なる樣にてその神々に事へたるか我もその如くにせんと言ことなかれ
31 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।
汝の神ヱホバに向ひては汝然す可らず彼らはヱホバの忌かつ憎みたまふ諸の事をその神にむかひて爲しその男子女子をさへ火にて焚てその神々に献げたり
32 ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।
我が汝らに命ずるこの一切の言をなんぢら守りて行ふべし汝これを増なかれまた之を減すなかれ

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 12 >