< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 13 >
1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
Ako se u tvojoj sredini pojavi kakav prorok ili čovjek sa snoviđenjima pa ti iznese kakvo znamenje ili čudo;
2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;”
i to se znamenje ili čudo o kojem ti je govorio ispuni i onda ti on rekne: 'Pođimo sad za drugim bogovima kojih dosad ne poznaješ i njima iskazujmo štovanje',
3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
nemoj slušati riječi toga proroka ni sne toga sanjača: tÓa to vas iskušava Jahve, Bog vaš; hoće da dozna ljubite li zbilja Jahvu, Boga svoga, svim srcem svojim i svom dušom svojom.
4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
Idite samo za Jahvom, Bogom svojim; njega se bojte; njegove zapovijedi vršite; njegov glas slušajte; njemu štovanje iskazujte; uz njega se priljubite.
5 ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
A onaj prorok ili sanjač neka se pogubi jer je poticao na otpad od Jahve, Boga vašega, koji vas je izveo iz zemlje egipatske i otkupio vas iz kuće ropstva. Onaj te htio zavesti s puta kojim ti je Jahve, Bog tvoj, naredio da ideš. Tako treba da iskorijeniš zlo iz svoje sredine.
6 ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,
Kad bi te brat tvoj, sin majke tvoje, ili sin tvoj vlastiti, kći tvoja, žena u tvom naručju ili prijatelj tvoj koji ti je kao i život, potajno zavodio govoreći: 'Hajde da iskazujemo štovanje drugim bogovima', kojih ne poznaješ ni ti niti su ih poznavali tvoji oci,
7 ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;”
bogovima onih naroda što oko vas budu, bilo tebi blizu bilo od tebe daleko, od jednoga kraja zemlje do drugoga -
8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।
nemoj pristati niti ga slušaj! Neka ga tvoje oko ne sažaljuje; ne štedi ga i ne sakrivaj ga
9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।
nego ga ubij! Neka se najprije tvoja ruka digne na nj da ga usmrtiš, a onda ruka svega naroda.
10 ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।
Zaspi ga kamenjem dok ne umre, jer je kušao da te odvrati od Jahve, Boga tvoga, koji te izvede iz zemlje egipatske, iz kuće ropstva.
11 ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।
Sav će se Izrael, kad to čuje, napuniti strahom te više neće počinjati takva zla u tvojoj sredini.
12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,
Ako u kojem tvome gradu što ti ga Jahve, Bog tvoj, dadne da se u njemu nastaniš, čuješ gdje govore:
13 ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;
'Pojavile se ništarije iz tvoje sredine i zavedoše žitelje svoga grada kazujući: Hajde da služimo drugim bogovima! - kojih vi inače ne poznajete -
14 ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
tada dobro istraži, raspitaj se i temeljito izvidi. Bude li istina i doista se ta grozota učinila u tvojoj sredini,
15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;
onda posijeci oštrim mačem stanovništvo toga grada, izvrši nad njim kleto uništenje i nad svime što bude u njemu.
16 ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।
Snesi onda sav plijen nasred trga te spali grad sa svim plijenom kao paljenicu Jahvi, Bogu svome. Neka zauvijek ostane ruševina i neka se više nikada ne sazida.
17 ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;
Od onoga što je bilo prokletstvom udareno neka ništa ne prione za tvoju ruku, da Jahve odustane od žestine svoga gnjeva; da ti iskaže milosrđe, smiluje ti se i razmnoži te, kako se zakleo tvojim ocima
18 ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।
ako ti budeš slušao glas Jahve, Boga svoga, držeći sve njegove zapovijedi koje ti danas naređujem i vršeći što je pravo u očima Jahve, Boga tvoga.