< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 13 >

1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍‍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
And if there arise within you a prophet, or one who dreams a dream, and he gives you a sign or a wonder,
2 ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ଓ ସେମାନଙ୍କ ସେବା କରିବା;”
and the sign or the wonder come to pass which he spoke to you, saying, Let us go and serve other gods, which you know not;
3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
you shall not listen to the words of that prophet, or the dreamer of that dream, because the Lord your God tries you, to know whether you love your God with all your heart and with all your soul.
4 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
You shall follow the Lord your God, and fear him, and you shall hear his voice, and attach yourselves to him.
5 ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
And that prophet or that dreamer of a dream, shall die; for he has spoken to make you err from the Lord your God who brought you out of the land of Egypt, who redeemed you from bondage, to thrust you out of the way which the Lord your God commanded you to walk in: so shall you abolish the evil from amongst you.
6 ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍‍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,
And if your brother by your father or mother, or your son, or daughter, or your wife in your bosom, or friend who is equal to your own soul, entreat you secretly, saying, Let us go and serve other gods, which neither you nor your fathers have known,
7 ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;”
of the gods of the nations that are round about you, who are near you or at a distance from you, from one end of the earth to the other;
8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।
you shall not consent to him, neither shall you listen to him; and your eye shall not spare him, you shall feel no regret for him, neither shall you at all protect him:
9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।
you shall surely report concerning him, and your hands shall be upon him amongst the first to kill him, and the hands of all the people at the last.
10 ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।
And they shall stone him with stones, and he shall die, because he sought to draw you away from the Lord your God who brought you out of the land of Egypt, out of the house of bondage.
11 ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।
And all Israel shall hear, and fear, and shall not again do according to this evil thing amongst you.
12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,
And if in one of your cities which the Lord God gives you to dwell therein, you shall hear men saying,
13 ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;
Evil men have gone out from you, and have caused all the inhabitants of their land to fall away, saying, Let us go and worship other gods, whom you knew not,
14 ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
then you shall enquire and ask, and search diligently, and behold, [if] the thing is clearly true, and this abomination has taken place amongst you,
15 ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;
you shall utterly destroy all the dwellers in that land with the edge of the sword; you shall solemnly curse it, and all things in it.
16 ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।
And all its spoils you shall gather into its public ways, and you shall burn the city with fire, and all its spoils publicly before the Lord your God; and it shall be uninhabited for ever, it shall not be built again.
17 ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;
And there shall nothing of the cursed thing cleave to your hand, that the Lord may turn from his fierce anger, and show you mercy, and pity you, and multiply you, as he sware to your fathers;
18 ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।
if you will hear the voice of the Lord your God, to keep his commandments, all that I charge you this day, to do that which is good and pleasing before the Lord your God.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 13 >