< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 14 >

1 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।
Moyɛ Awurade mo Onyankopɔn mma. Ɛno enti mommotabota mo ho anaa monnnyi mo moma so mma awufoɔ,
2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
ɛfiri sɛ, moyɛ nnipa kronkron ma Awurade, mo Onyankopɔn. Nnipa a wɔwɔ asase so nyinaa, mo na Awurade ayi mo sɛ nʼagyapadeɛ a ɛsom bo.
3 ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ।
Monnni akyiwadeɛ biara.
4 ଏହି ସକଳ ପଶୁ ତୁମ୍ଭେମାନେ ଭୋଜନ କରିବ ଯଥା,
Yeinom ne mmoa a ɛsɛ sɛ mowe: nantwie, odwan, abirekyie
5 ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,
ɔforoteɛ, adowa, ɔwansane, eyuo, ɔtwe, ɛkoɔ ne abereɛ.
6 ପଶୁଗଣ ମଧ୍ୟରୁ ଯେତେ ପଶୁ ବିଭକ୍ତ-ଖୁରା, ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଓ ପାକୁଳି କରନ୍ତି, ସେସବୁ ତୁମ୍ଭେମାନେ ଭୋଜନ କରିବ।
Na monni atɔteboa biara a ne tɔte mu apae mmienu na ɔpu wesa.
7 ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ ଯଥା, ଓଟ, ଠେକୁଆ ଓ ଶାଫନ୍‍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟନ୍ତି;
Nanso, ntɔteboa a wɔpu wesa anaa wɔn tɔte mu apae mmienu koraa mu no, monnwe yoma, adanko ne atwaboa, ɛfiri sɛ, wɔpu wesa deɛ, nanso wɔn tɔte mu mpaeɛ; wɔn ho nte mma mo.
8 ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।
Ɔprako nso ho nte. Ɛwom sɛ ne tɔte mu apae deɛ, nanso ɔmpu nwesa. Ɛnsɛ sɛ mowe ne nam anaa mode mo nsa sɔ ne funu mu koraa.
9 ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;
Nsuomnam a wɔwɔ tɛtɛ ne abon nyinaa motumi we.
10 ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ।
Nanso, nsuomnam a wɔnni tɛtɛ ne abon deɛ, monnwe. Wɔn ho nte mma mo.
11 ତୁମ୍ଭେମାନେ ସବୁ ପ୍ରକାର ଶୁଚି ପକ୍ଷୀ ଭୋଜନ କରିପାର,
Anomaa biara a ne ho te no, monwe.
12 ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ;
Nnomaa a ɛnsɛ sɛ mowe nie: ɔkɔdeɛ, opete, asuo so ɔkɔdeɛ,
13 ବାଜପକ୍ଷୀ ଓ ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ
ɔkompete, nkorɔma ahodoɔ nyinaa
14 ଓ ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ;
kwaakwaadabi ahodoɔ nyinaa,
15 ପୁଣି ଉଷ୍ଟ୍ରପକ୍ଷୀ, ତାମସ ପକ୍ଷୀ (ପେଚା), ସମୁଦ୍ର ଚିଲ ଓ ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ;
sohori, anadwo akorɔma, ɛpo so asomfena ne akorɔma ahodoɔ nyinaa,
16 ଆଉ କୋଷପକ୍ଷୀ ଓ ବଗ ଓ ଦୀର୍ଘ-ଗଳ ହଂସ;
ɔpatuo, ɔpatukɛseɛ, bakanoma
17 ପାଣିଭେଳା ଓ ଶାଗୁଣା ଓ ପାଣିକୁଆ
nantwinoma, opete ne ɛpo so anene,
18 ଓ ବଗ ଓ ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ବାଦୁଢ଼ି;
ne asukɔnkɔn ahodoɔ nyinaa, asɔkwaa ne apan.
19 ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡ଼ିକୁ ଭୋଜନ କରିବ ନାହିଁ।
Ntuboa a wɔnante nyinaa ho nnte mma mo; monnwe.
20 ତୁମ୍ଭେମାନେ ସମସ୍ତ ଶୁଚି ପକ୍ଷୀକୁୁ ଭୋଜନ କରି ପାରିବ।
Nanso ntuboa a wɔn ho te nyinaa deɛ, monwe.
21 ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରିପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
Monnwe aboa bi a ɔno ankasa awuo. Momfa ma ɔhɔhoɔ a ɔne mo te, anaasɛ montɔn ma ɔnanani. Na mo ankasa deɛ, monnwe, ɛfiri sɛ, wɔayi mo asi nkyɛn sɛ ɔman kronkron ama Awurade, mo Onyankopɔn. Monnoa abirekyie ba wɔ ne maame nufosuo mu.
22 ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।
Mo mfuo mu nnɔbaeɛ no, monyi mu ntotosoɔ dudu a ɛyɛ nkyɛmu edu mu baako wɔ mo nnɔbaeɛ mu afe biara otwaberɛ mu.
23 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।
Momfa saa ntotosoɔ dudu yi mmra baabi a Awurade, mo Onyankopɔn, bɛkyerɛ mo na momfa nkamfo ne din na monni wɔ nʼanim. Mo aburoo, mo nsa, mo ngo ne mo anantwie ne mo nnwan abakan mmarima nso, monyɛ wɔn saa ara. Ntotosoɔ dudu no botaeɛ ne sɛ, ɛkyerɛ mo sɛ, ɛsɛ sɛ daa mosuro Awurade, mo Onyankopɔn.
24 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ବେଳେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ତୁମ୍ଭଠାରୁ ଅତିରିକ୍ତ ଦୂର ହୁଏ, ତେଣୁ ସେହି ପଥ ତୁମ୍ଭ ପ୍ରତି ଅତିରିକ୍ତ ଦୀର୍ଘ ହେବା ସକାଶୁ ତୁମ୍ଭେ ସେହି ଦ୍ରବ୍ୟ ବୋହି ନେବା ପାଇଁ ଅସମର୍ଥ ହୁଅ;
Sɛ beaeɛ a Awurade, mo Onyankopɔn, bɛkyerɛ mo sɛ monkamfo ne din no kwan ware firi mo fie a,
25 ତେବେ ତୁମ୍ଭେ ତାହା ଟଙ୍କା କରି ସେହି ଟଙ୍କା ବାନ୍ଧି ଆପଣା ହାତରେ ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ।
motumi tɔn mo afudeɛ ne mo nyɛmmoa ntotosoɔ dudu no kyɛfa gye sika de kɔ faako a Awurade, mo Onyankopɔn, akyerɛ mo hɔ.
26 ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;
Sɛ moduru hɔ a, momfa sika no ntɔ biribiara a mo kɔn dɔ, sɛ ebia, nantwie, odwan, bobesa, anaa nsã biara a ɛyɛ den ne adeɛ biara a mo kra pɛ na monni wɔ hɔ wɔ Awurade mo Onyankopɔn anim, na mo ne mo fiefoɔ ani nnye.
27 ଆଉ ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ।
Lewifoɔ a wɔfra mo mu no, mommma mo werɛ mfiri wɔn, ɛfiri sɛ, wɔnni kyɛfa biara a wɔdi so sɛdeɛ mowɔ no.
28 ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର-ଦ୍ୱାର ଭିତରେ ସଞ୍ଚୟ କରି ରଖିବ;
Mfeɛ mmiɛnsa biara awieeɛ no, momfa mo mfudeɛ ntotosoɔ dudu no mmra mmɛkora no wɔ kuro a ɛbɛn mu.
29 ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
Momfa mma Lewifoɔ a wɔnni kyɛfa wɔ mo mu no ne ananafoɔ a wɔwɔ mo nkuro so no, nwisiaa ne akunafoɔ a wɔwɔ mo nkuro so sɛdeɛ wɔbɛtumi adidi amee. Na Awurade, mo Onyankopɔn, bɛhyira mo nnwuma nyinaa so.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 14 >