< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 15 >

1 ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।
מקץ שבע שנים תעשה שמטה׃
2 ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।
וזה דבר השמטה שמוט כל בעל משה ידו אשר ישה ברעהו לא יגש את רעהו ואת אחיו כי קרא שמטה ליהוה׃
3 ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।
את הנכרי תגש ואשר יהיה לך את אחיך תשמט ידך׃
4 ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;
אפס כי לא יהיה בך אביון כי ברך יברכך יהוה בארץ אשר יהוה אלהיך נתן לך נחלה לרשתה׃
5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।
רק אם שמוע תשמע בקול יהוה אלהיך לשמר לעשות את כל המצוה הזאת אשר אנכי מצוך היום׃
6 ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।
כי יהוה אלהיך ברכך כאשר דבר לך והעבטת גוים רבים ואתה לא תעבט ומשלת בגוים רבים ובך לא ימשלו׃
7 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;
כי יהיה בך אביון מאחד אחיך באחד שעריך בארצך אשר יהוה אלהיך נתן לך לא תאמץ את לבבך ולא תקפץ את ידך מאחיך האביון׃
8 ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।
כי פתח תפתח את ידך לו והעבט תעביטנו די מחסרו אשר יחסר לו׃
9 “ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।
השמר לך פן יהיה דבר עם לבבך בליעל לאמר קרבה שנת השבע שנת השמטה ורעה עינך באחיך האביון ולא תתן לו וקרא עליך אל יהוה והיה בך חטא׃
10 ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।
נתון תתן לו ולא ירע לבבך בתתך לו כי בגלל הדבר הזה יברכך יהוה אלהיך בכל מעשך ובכל משלח ידך׃
11 କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।
כי לא יחדל אביון מקרב הארץ על כן אנכי מצוך לאמר פתח תפתח את ידך לאחיך לעניך ולאבינך בארצך׃
12 ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।
כי ימכר לך אחיך העברי או העבריה ועבדך שש שנים ובשנה השביעת תשלחנו חפשי מעמך׃
13 ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ।
וכי תשלחנו חפשי מעמך לא תשלחנו ריקם׃
14 ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ।”
העניק תעניק לו מצאנך ומגרנך ומיקבך אשר ברכך יהוה אלהיך תתן לו׃
15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
וזכרת כי עבד היית בארץ מצרים ויפדך יהוה אלהיך על כן אנכי מצוך את הדבר הזה היום׃
16 ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, “ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;”
והיה כי יאמר אליך לא אצא מעמך כי אהבך ואת ביתך כי טוב לו עמך׃
17 ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ।
ולקחת את המרצע ונתתה באזנו ובדלת והיה לך עבד עולם ואף לאמתך תעשה כן׃
18 ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।
לא יקשה בעינך בשלחך אתו חפשי מעמך כי משנה שכר שכיר עבדך שש שנים וברכך יהוה אלהיך בכל אשר תעשה׃
19 ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,
כל הבכור אשר יולד בבקרך ובצאנך הזכר תקדיש ליהוה אלהיך לא תעבד בבכר שורך ולא תגז בכור צאנך׃
20 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ଭୋଜନ କରିବ।
לפני יהוה אלהיך תאכלנו שנה בשנה במקום אשר יבחר יהוה אתה וביתך׃
21 ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।
וכי יהיה בו מום פסח או עור כל מום רע לא תזבחנו ליהוה אלהיך׃
22 ତୁମ୍ଭେ ଆପଣା ନଗର-ଦ୍ୱାର ମଧ୍ୟରେ ତାହା ଭୋଜନ କରିବ; ଶୁଚି କି ଅଶୁଚି ଲୋକ ସମାନ ରୂପେ କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରିବେ।
בשעריך תאכלנו הטמא והטהור יחדו כצבי וכאיל׃
23 କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।
רק את דמו לא תאכל על הארץ תשפכנו כמים׃

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 15 >