< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 17 >
1 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।
有任何殘缺或瑕疵的牛羊,不可祭獻給上主你的天主,因為這為上主你的天主是可憎惡的事。
2 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗର-ଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ
在你中間,即在上主你的天主賜給你的一座城內,若發見一個男人或女人,做了上主你的天主眼中視為惡的事,違犯了他的盟約,
3 ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;
去事奉敬拜其他的神,或太陽,或月亮,或任何天象,反對我所吩咐的事;
4 ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
如果有人告訴了你,你一聽說,就應詳細調查。如果實有其事,真在以色列中做了這種可惡的事,
5 ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗର-ଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ।
就將那做這種惡事的男人或女人,帶到城門外,用石頭砸死他們。
6 ପ୍ରାଣଦଣ୍ଡ ଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।
根據兩個或三個見證的口供,即可將這該死的人處以死刑;根據一個見證的口供,卻不可處以死刑。
7 ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
見證人應先下手,然後眾人纔下手將他處死:如此由你中間剷除了這邪惡。
8 ତୁମ୍ଭ ନଗର-ଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;
若在你城鎮內發生了訴訟案件:或是殺人,或是爭訟,或是毆傷,而又是你難以處決的案件,你應起來上到上主你的天主所選的地方,
9 ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;
去見肋未司祭和那在職的判官,詢問他們,他們要指教你怎樣判斷這案件。
10 ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ।
你應依照他們在上主所選的地方,有關那案件指教你的話去執行;凡他們教訓你的,應完全遵行。
11 ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଚାରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ, ତୁମ୍ଭେ ତଦନୁସାରେ କରିବ; ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ।
應全依照他們給你的指導,告訴你的判斷去執行;對他們告訴你的定案,不可偏左偏右。
12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।
若有人擅自行事,不聽從那侍立於上主你的天主前供職的司祭,或不聽從判官,應把這人處死。如此你由以色列中剷除了這邪惡;
13 ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।
民眾聽見了,必都害怕,再不敢擅自行事。
14 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; “ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା,” ଯେବେ ଏହି କଥା କହିବ;
當你進入上主你的天主賜給你的土地,佔據了那地,安住在那裏以後,你如說:「我願照我四周的各民族,設立一位君王統治我,」
15 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା କରି ପାରିବ ନାହିଁ।
你應將上主你的天主所揀選的人,立為你的君王。應由你兄弟中立一人,作你的君王,不可讓不屬你兄弟的外方人統治你。
16 ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।
但是,不可許他養許多馬,免得他叫人民回到埃及去買馬,因為上主曾對你們說過:「你們不可再回到那條路上去;」
17 କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ।
也不可許他有許多妻妾,免得他的心迷於邪途;也不可許他過於積蓄金銀。
18 ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ।
幾時他登上了王位,依照肋未司祭處所存的法律書,給他抄寫一本,
19 ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;
叫他帶在身邊一生天天閱讀,好使他學習敬畏上主他的天主,謹守遵行這法律上的一切話和這些規則。
20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।
如此他可避免對自己的同胞心高氣傲,偏離這些誡命,好使他和他的子孫在以色列中間久居王位。