< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 18 >

1 ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।
Firistocin da suke Lawiyawa, tabbatacce dukan kabilar Lawi, ba za su sami rabo ko gādo tare da Isra’ila ba. Za su yi rayuwa a kan hadayun da aka kawo wa Ubangiji da wuta ne, gama wannan ne gādonsu.
2 ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।
Ba za su sami gādo a cikin’yan’uwansu ba; Ubangiji ne gādonsu, kamar yadda ya yi musu alkawari.
3 ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।
To, ga rabon da jama’a za su ba firistoci daga hadayun da suka miƙa ta bijimi ne, ko ta tunkiya ce; sai su ba firistoci kafaɗar, kumatun, da kuma kayan cikin.
4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।
Za ku ba su nunan fari na hatsinku, da sabon ruwan inabinku, da manku, da kuma gashi na fari daga askin da kuka yi na tumakinku.
5 କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।
Gama Ubangiji Allahnku ya zaɓe su da zuriyarsu daga cikin dukan kabilanku don su tsaya su yi hidima a cikin sunan Ubangiji har abada.
6 ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
Idan Balawe ya tashi daga wani garinku, wurin da yake da zama a Isra’ila, ya tafi a wurin da Ubangiji ya zaɓa, zai iya dawo a duk lokacin da ya ga dama.
7 ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।
Zai iya yin hidima a cikin sunan Ubangiji Allahnsa kamar dukan sauran’yan’uwansa Lawiyawa waɗanda suke hidima a can, a gaban Ubangiji.
8 ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।
Zai sami rabo daidai da sauran, ko da yake ya karɓi kuɗin mallaka na iyali da ya sayar.
9 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।
Sa’ad da kuka shiga ƙasar da Ubangiji Allahnku yake ba ku, kada ku kwaikwayi hanyoyin banƙyama na al’ummai da suke can.
10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
Kada a sami wani a cikinku da ya miƙa ɗansa, ko’yarsa a wuta, ko a sami mai duba, ko mai maita, ko mai fassara gaibi, ko mai sihiri,
11 କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
ko boka, ko mabiya, ko maye, ko mai sha’ani da matattu.
12 ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।
Duk wanda yake yin waɗannan abubuwa, shi abin ƙyama ne ga Ubangiji, saboda waɗannan abubuwa banƙyama ne kuwa Ubangiji Allahnku ya kori waɗancan al’ummai kafin ku.
13 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।
Dole ku zama marasa zargi a gaban Ubangiji Allahnku.
14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।
Al’ummai da za ku kora sukan saurari waɗannan masu maita, ko masu duba. Amma ku, Ubangiji Allahnku bai yarda muku ku yi haka ba.
15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।
Ubangiji Allahnku zai tayar muku da wani annabi kamar ni daga cikin’yan’uwanku. Dole ku saurare shi.
16 କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”
Gama abin da kuka nema daga Ubangiji Allahnku ke nan a Horeb, a ranar taro, sa’ad da kuka ce, “Kada ka bari mu ji muryar Ubangiji Allahnmu, ko mu ƙara ganin wuta mai girma, in ba haka ba, za mu mutu.”
17 ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
Sai Ubangiji ya ce mini, “Abin da suka faɗa yana da kyau.
18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।
Zan tayar musu da wani annabi kamar ka daga cikin’yan’uwansu; zan sa kalmomina a cikin bakinsa, zai kuma faɗa musu kome da na umarce shi.
19 ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।
Duk wanda bai saurari kalmomina da annabin nan yake magana da sunana ba, ni kaina zan nemi hakki a kan mutumin.
20 ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।
Amma duk annabin da ya ɗauka cewa yana magana da sunana a kan wani abin da ban umarce shi ya faɗa ba, ko kuwa wani annabin da ya yi magana da sunan waɗansu alloli, dole a kashe shi.”
21 ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’
Mai yiwuwa ku ce wa kanku, “Yaya za mu san cewa wannan saƙo ba Ubangiji ne ya faɗa ba?”
22 କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”
In abin da annabin ya furta da sunan Ubangiji bai faru ba, ko bai zama gaskiya ba, saƙo ne da Ubangiji bai faɗa ba ke nan. Wannan annabi ya yi rashin hankali ne kawai. Kada ku ji tsoronsa.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 18 >