< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 18 >

1 ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।
לא יהיה לכהנים הלוים כל שבט לוי חלק ונחלה עם ישראל אשי יהוה ונחלתו יאכלון׃
2 ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।
ונחלה לא יהיה לו בקרב אחיו יהוה הוא נחלתו כאשר דבר לו׃
3 ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।
וזה יהיה משפט הכהנים מאת העם מאת זבחי הזבח אם שור אם שה ונתן לכהן הזרע והלחיים והקבה׃
4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।
ראשית דגנך תירשך ויצהרך וראשית גז צאנך תתן לו׃
5 କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।
כי בו בחר יהוה אלהיך מכל שבטיך לעמד לשרת בשם יהוה הוא ובניו כל הימים׃
6 ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
וכי יבא הלוי מאחד שעריך מכל ישראל אשר הוא גר שם ובא בכל אות נפשו אל המקום אשר יבחר יהוה׃
7 ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।
ושרת בשם יהוה אלהיו ככל אחיו הלוים העמדים שם לפני יהוה׃
8 ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।
חלק כחלק יאכלו לבד ממכריו על האבות׃
9 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।
כי אתה בא אל הארץ אשר יהוה אלהיך נתן לך לא תלמד לעשות כתועבת הגוים ההם׃
10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
לא ימצא בך מעביר בנו ובתו באש קסם קסמים מעונן ומנחש ומכשף׃
11 କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
וחבר חבר ושאל אוב וידעני ודרש אל המתים׃
12 ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।
כי תועבת יהוה כל עשה אלה ובגלל התועבת האלה יהוה אלהיך מוריש אותם מפניך׃
13 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।
תמים תהיה עם יהוה אלהיך׃
14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।
כי הגוים האלה אשר אתה יורש אותם אל מעננים ואל קסמים ישמעו ואתה לא כן נתן לך יהוה אלהיך׃
15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।
נביא מקרבך מאחיך כמני יקים לך יהוה אלהיך אליו תשמעון׃
16 କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”
ככל אשר שאלת מעם יהוה אלהיך בחרב ביום הקהל לאמר לא אסף לשמע את קול יהוה אלהי ואת האש הגדלה הזאת לא אראה עוד ולא אמות׃
17 ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
ויאמר יהוה אלי היטיבו אשר דברו׃
18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।
נביא אקים להם מקרב אחיהם כמוך ונתתי דברי בפיו ודבר אליהם את כל אשר אצונו׃
19 ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।
והיה האיש אשר לא ישמע אל דברי אשר ידבר בשמי אנכי אדרש מעמו׃
20 ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।
אך הנביא אשר יזיד לדבר דבר בשמי את אשר לא צויתיו לדבר ואשר ידבר בשם אלהים אחרים ומת הנביא ההוא׃
21 ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’
וכי תאמר בלבבך איכה נדע את הדבר אשר לא דברו יהוה׃
22 କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”
אשר ידבר הנביא בשם יהוה ולא יהיה הדבר ולא יבוא הוא הדבר אשר לא דברו יהוה בזדון דברו הנביא לא תגור ממנו׃

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 18 >