< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 19 >

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,
Yehova Mulungu wanu akadzawononga anthu amene dziko lawo akukupatsani, ndipo inu mukawapirikitsa ndi kukhazikika mʼmizinda ndi mʼnyumba zawo,
2 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।
mukapatule mizinda itatu imene ili pakati pa dziko lomwe Yehova Mulungu akukupatsani kukhala lanu.
3 ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
Mudzakonze misewu ndi kuligawa patatu dzikolo limene Yehova Mulungu wanu akukupatsani ngati cholowa chanu, kuti aliyense wopha munthu akhoza kuthawirako.
4 ଯେଉଁ ନରହତ୍ୟାକାରୀ ସେହି ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକୁ ଅଜ୍ଞାତସାରରେ ବଧ କରେ;
Ili ndi lamulo lokhudza munthu amene wapha mnzake mosazindikira osati mwadala, nathawira kumeneko kupulumutsa moyo wake. Ndi munthu amene wapha mnzake mosazindikira, popanda maganizo oyipa.
5 ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ଡ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ।
Mwachitsanzo, munthu atapita ku nkhalango ndi mnzake kukadula mitengo, ndiye posamula nkhwangwa kuti adule mtengo, nkhwangwa ikhoza kuguluka nʼkukagwera mnzake uja nʼkumupha. Munthu ameneyo akhoza kuthawira ku umodzi mwa mizindayo napulumutsa moyo wake.
6 ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା।
Kupanda kutero ndiye kuti wolipsira akhoza kumuthamangitsa mwaukali ndi kumugwira ngati mtunda utalika, ndipo akhoza kumupha ngakhale kuti sanayenera kufa popeza sanaphe mnzake mwadala.
7 ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।
Ichi ndi chifukwa chake ndikukulamulani kuti mudzipatulire nokha mizinda itatu.
8 ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହାସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,
Ngati Yehova Mulungu wanu akulitsa malire anu monga analonjezera pa malumbiro ndi makolo anu, nakupatsani dziko lonse monga analonjezera,
9 ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
chifukwa chotsatira bwino malamulo onse amene ndikukuwuzani lero, kukonda Yehova Mulungu wanu ndi kuyenda mʼnjira zake nthawi zonse, ndiye kuti mukuyenera kupatula mizinda itatu yowonjezera.
10 ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।
Muchite zimenezi kuti musakhetse magazi wosalakwa mʼdziko lanu limene Yehova Mulungu wanu akukupatsani ngati cholowa, ndipo kuti musapezeke ndi mlandu wokhetsa magazi.
11 ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;
Koma ngati munthu adana ndi mnzake namubisalira panjira nʼkumuvulaza mpaka kumupha, nathawira ku umodzi mwa mizindayi,
12 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।
akuluakulu a mu mzinda wake akamugwire ndi kumubwezera ku mzinda wake namupereka kwa wolipsira kuti aphedwe.
13 ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।
Osamumvera chisoni. Muyenera kuchotsa tchimo lokhetsa magazi wosalakwa mu Israeli kuti zinthu zizikuyenderani bwino.
14 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।
Musamasunthe mwala wa malire anu ndi mnzanu amene anayikidwa ndi makolo anu pa cholowa chimene mulandire mʼdziko limene Yehova Mulungu wanu akukupatsani.
15 ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।
Mboni imodzi siyokwanira kupeza munthu kuti ndi wolakwa pa mlandu uliwonse umene wapalamula. Nkhani itsimikizike ndi umboni wa anthu awiri kapena atatu.
16 ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,
Ngati mboni yonama ifuna kunamizira munthu mlandu,
17 ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ।
anthu awiri okhudzidwa ndi mlanduwo ayenera kuyima pamaso pa Yehova pali ansembe ndi oweruza amene ali pa ntchito pa nthawiyo.
18 ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇଥାଏ;
Oweruza afufuze bwinobwino, ndipo ngati zatsimikizika kuti mboniyo ndi yabodza, yopereka umboni wonama pa mʼbale wake,
19 ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
ndiye kuti amuchitire iyeyo zimene anafuna kuchitira mʼbale wakezo. Muyenera kuchotsa choyipa pakati panu.
20 ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।
Anthu ena onse adzamva zimenezi nachita mantha, ndipo choyipa choterechi sichidzachitikanso pakati panu.
21 ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।
Osachita chisoni, moyo uzilipira moyo, diso kulipira diso, dzino kulipira dzino, dzanja kulipira dzanja ndi phazi kulipira phazi.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 19 >