< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 2 >

1 ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।
Then we turned, and took our journey into the wilderness by the way to the Red Sea, as the LORD spoke to me; and we encircled Mount Seir many days.
2 ତହୁଁ ସଦାପ୍ରଭୁ ମୋତେ କହିଲେ,
The LORD spoke to me, saying,
3 “ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।
“You have encircled this mountain long enough. Turn northward.
4 ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
Command the people, saying, ‘You are to pass through the border of your brothers, the children of Esau, who dwell in Seir; and they will be afraid of you. Therefore be careful.
5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
Do not contend with them; for I will not give you any of their land, no, not so much as for the sole of the foot to tread on, because I have given Mount Seir to Esau for a possession.
6 ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।
You shall purchase food from them for money, that you may eat. You shall also buy water from them for money, that you may drink.’”
7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”
For the LORD your God has blessed you in all the work of your hands. He has known your walking through this great wilderness. These forty years, the LORD your God has been with you. You have lacked nothing.
8 ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍‍ ଓ ଇତ୍‍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।
So we passed by from our brothers, the children of Esau, who dwell in Seir, from the way of the Arabah from Elath and from Ezion Geber. We turned and passed by the way of the wilderness of Moab.
9 ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”
The LORD said to me, “Do not bother Moab, neither contend with them in battle; for I will not give you any of his land for a possession, because I have given Ar to the children of Lot for a possession.”
10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।
(The Emim lived there before, a great and numerous people, and tall as the Anakim.
11 ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।
These also are considered to be Rephaim, as the Anakim; but the Moabites call them Emim.
12 ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।
The Horites also lived in Seir in the past, but the children of Esau succeeded them. They destroyed them from before them, and lived in their place, as Israel did to the land of his possession, which the LORD gave to them.)
13 “ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।
“Now rise up and cross over the brook Zered.” We went over the brook Zered.
14 କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।
The days in which we came from Kadesh Barnea until we had come over the brook Zered were thirty-eight years, until all the generation of the men of war were consumed from the middle of the camp, as the LORD swore to them.
15 କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା।
Moreover the LORD’s hand was against them, to destroy them from the middle of the camp, until they were consumed.
16 ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ
So, when all the men of war were consumed and dead from among the people,
17 ସଦାପ୍ରଭୁ ମୋତେ କହିଲେ,
the LORD spoke to me, saying,
18 “ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;
“You are to pass over Ar, the border of Moab, today.
19 ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”
When you come near the border of the children of Ammon, do not bother them, nor contend with them; for I will not give you any of the land of the children of Ammon for a possession, because I have given it to the children of Lot for a possession.”
20 (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
(That also is considered a land of Rephaim. Rephaim lived there in the past, but the Ammonites call them Zamzummim,
21 ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
a great people, many, and tall, as the Anakim; but the LORD destroyed them from before Israel, and they succeeded them, and lived in their place,
22 ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍‍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।
as he did for the children of Esau who dwell in Seir, when he destroyed the Horites from before them; and they succeeded them, and lived in their place even to this day.
23 ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।
Then the Avvim, who lived in villages as far as Gaza: the Caphtorim, who came out of Caphtor, destroyed them and lived in their place.)
24 “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍‍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
“Rise up, take your journey, and pass over the valley of the Arnon. Behold, I have given into your hand Sihon the Amorite, king of Heshbon, and his land; begin to possess it, and contend with him in battle.
25 ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
Today I will begin to put the dread of you and the fear of you on the peoples who are under the whole sky, who shall hear the report of you, and shall tremble and be in anguish because of you.”
26 ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,
I sent messengers out of the wilderness of Kedemoth to Sihon king of Heshbon with words of peace, saying,
27 “ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।
“Let me pass through your land. I will go along by the highway. I will turn neither to the right hand nor to the left.
28 ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
You shall sell me food for money, that I may eat; and give me water for money, that I may drink. Just let me pass through on my feet,
29 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।”
as the children of Esau who dwell in Seir, and the Moabites who dwell in Ar, did to me, until I pass over the Jordan into the land which the LORD our God gives us.”
30 ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
But Sihon king of Heshbon would not let us pass by him, for the LORD your God hardened his spirit and made his heart obstinate, that he might deliver him into your hand, as it is today.
31 ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”
The LORD said to me, “Behold, I have begun to deliver up Sihon and his land before you. Begin to possess, that you may inherit his land.”
32 ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।
Then Sihon came out against us, he and all his people, to battle at Jahaz.
33 ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।
The LORD our God delivered him up before us; and we struck him, his sons, and all his people.
34 ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।
We took all his cities at that time, and utterly destroyed every inhabited city, with the women and the little ones. We left no one remaining.
35 କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।
Only the livestock we took for plunder for ourselves, with the plunder of the cities which we had taken.
36 ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।
From Aroer, which is on the edge of the valley of the Arnon, and the city that is in the valley, even to Gilead, there was not a city too high for us. The LORD our God delivered up all before us.
37 କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।
Only to the land of the children of Ammon you did not come near: all the banks of the river Jabbok, and the cities of the hill country, and wherever the LORD our God forbade us.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 2 >