< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 2 >
1 ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।
Nous partîmes alors en rétrogradant vers le désert, du côté de la mer des Joncs, comme l’Éternel me l’avait ordonné, et nous fîmes un long circuit autour du mont Séir.
2 ତହୁଁ ସଦାପ୍ରଭୁ ମୋତେ କହିଲେ,
Puis l’Éternel me parla en ces termes:
3 “ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।
"Assez longtemps vous avez tourné autour de cette montagne; acheminez-vous vers le nord.
4 ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
Et toi, ordonne au peuple ce qui suit: Vous touchez aux confins de vos frères, les enfants d’Esaü, qui habitent en Séir. Ils vous craignent, mais tenez-vous bien sur vos gardes,
5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
ne les attaquez point! Car je ne vous accorde pas, de leur pays, même la largeur d’une semelle, attendu que j’ai donné la montagne de Séir comme héritage à Esaü.
6 ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।
Les aliments que vous mangerez, achetez-les-leur à prix d’argent: l’eau même que vous boirez, payez-la leur à prix d’argent.
7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”
Car l’Éternel, ton Dieu, t’a béni dans toutes les œuvres de tes mains; il a veillé sur ta marche à travers ce long désert. Voici quarante ans que l’Éternel, ton Dieu, est avec toi: tu n’as manqué de rien."
8 ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।
Nous nous détournâmes ainsi de nos frères, les enfants d’Esaü, qui habitent le Séir, du chemin de la plaine, d’Elath et d’Asiongaber. Changeant de direction, nous traversâmes le désert de Moab.
9 ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”
Et l’Éternel me dit: "Ne moleste pas Moab et n’engage pas de combat avec lui: je ne te laisserai rien conquérir de son territoire, car c’est aux enfants de Loth que j’ai donné Ar en héritage.
10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।
(Les Emîm y demeuraient primitivement, nation grande, nombreuse et de haute stature, comme les Anakéens,
11 ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।
eux aussi, ils sont réputés Rephaïtes comme les Anakéens, et les Moabites les nomment Emîm.
12 ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।
De même, dans le Séir habitaient autrefois les Horéens; mais les enfants d’Esaü les dépossédèrent, les exterminèrent et s’établirent à leur place, comme l’a fait Israël pour le pays de sa possession, que l’Éternel lui a donné).
13 “ଏବେ ତୁମ୍ଭେମାନେ ଉଠ ଓ ସେରଦ୍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍ ନଦୀ ପାର ହେଲୁ।
Donc, mettez-vous en devoir de passer le torrent de Zéred." Et nous passâmes le torrent de Zéred.
14 କାଦେଶ-ବର୍ଣ୍ଣେୟଠାରୁ ସେରଦ୍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।
La durée de notre voyage, depuis Kadêch-Barnéa jusqu’au passage du torrent de Zéred, avait été de trente-huit ans. A cette époque, toute la génération guerrière avait disparu du milieu du camp, comme l’Éternel le leur avait juré.
15 କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା।
La main du Seigneur les avait aussi frappés, pour les anéantir du milieu du camp, jusqu’à leur entière extinction.
16 ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ
Or, lorsque tous ces gens de guerre eurent disparu, par la mort, du milieu du peuple,
l’Éternel me parla ainsi:
18 “ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;
"Tu vas dépasser maintenant la frontière de Moab, Ar;
19 ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”
tu vas arriver en face des enfants d’Ammon. Ne les attaque pas, ne les provoque point: je ne te permets aucune conquête sur le sol des enfants d’Ammon, car c’est aux descendants de Loth que je l’ai donné en héritage.
20 (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
(Celui-là aussi est considéré comme pays de Rephaïtes: des Rephaïtes l’occupaient d’abord, les Ammonites les appellent Zamzoummîm,
21 ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
peuple grand, nombreux et de haute taille, comme les Anakéens; mais le Seigneur les extermina au profit des Ammonites, qui les vainquirent et les remplacèrent.
22 ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।
Ainsi a-t-il fait pour les enfants d’Esaü, qui habitent en Séir; car il a exterminé devant eux le Horéen, qu’ils ont dépossédé, et qu’ils remplacent encore aujourd’hui.
23 ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।
De même, les Avvéens, qui habitaient des bourgades jusqu’à Gaza, des Kaftorîm sortis de Kaftor les ont détruits et se sont établis à leur place).
24 “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
Allez, mettez-vous en marche, et passez le torrent de l’Arnon. Vois, je livre en ton pouvoir Sihôn, roi de Hesbon, l’Amorréen, avec son pays; commence par lui la conquête! Engage la lutte avec lui!
25 ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
D’Aujourd’hui, je veux imprimer ta crainte et ta terreur à tous les peuples sous le ciel, tellement qu’au bruit de ton nom, l’on frémira et l’on tremblera devant toi."
26 ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,
Et j’envoyai, du désert de Kedêmoth, une députation à Sihôn, roi de Hesbon, avec ces paroles pacifiques:
27 “ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।
"Je voudrais passer par ton pays. Je suivrai constamment la grande route, je n’en dévierai ni à droite ni à gauche.
28 ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
Les vivres que je consommerai, vends-les moi à prix d’argent; donne-moi à prix d’argent l’eau que je veux boire. Je voudrais simplement passer à pied.
29 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।”
Ainsi en ont usé avec moi les enfants d’Esaü, habitants de Séir, et les Moabites habitants d’Ar, pour que je puisse atteindre, par le Jourdain, le pays que l’Éternel, notre Dieu, nous destine."
30 ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
Mais Sihôn, roi de Hesbon, ne voulut pas nous livrer passage; car l’Éternel, ton Dieu, avait raidi son esprit et endurci son cœur, pour le faire tomber en ton pouvoir, comme aujourd’hui.
31 ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”
L’Éternel me dit: "Vois, je t’ai d’avance livré Sihôn et son pays; commence la conquête en t’emparant de son pays."
32 ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।
Sihôn s’avança à notre rencontre avec tout son peuple, pour le combat, à Yahça.
33 ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।
L’Éternel, notre Dieu, le livra à notre merci et nous le battîmes, lui, ses fils et tout son peuple.
34 ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।
Nous prîmes alors toutes ses villes, et nous frappâmes d’anathème toute ville où étaient des êtres humains, même les femmes et les enfants; nous ne laissâmes pas un survivant.
35 କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।
Nous ne prîmes pour nous que le bétail, ainsi que le butin des villes que nous avions conquises.
36 ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।
Depuis Aroer, qui est au bord du torrent d’Arnon, et la ville située dans cette vallée, jusqu’au Galaad pas une place n’a pu tenir devant, nous: l’Éternel, notre Dieu, nous a tout livré.
37 କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍, ଯବ୍ବୋକ୍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।
Mais tu as laissé intact le territoire des Ammonites: tout le bassin du torrent de Jacob, les villes de la Montagne, enfin tout ce que l’Éternel, notre Dieu, nous avait enjoint de respecter.