< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 20 >
1 ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Sɛ mokɔ ɔko de tia mo atamfo na muhu apɔnkɔ ne nteaseɛnam ne asraafo a wɔdɔɔso sen mo a, munnsuro wɔn, efisɛ Awurade, mo Nyankopɔn no, a oyii mo fii Misraim no bɛka mo ho.
2 ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,
Sɛ morebɛkɔ ɔko a, ɔsɔfo no bɛba abɛkasa akyerɛ asraafo no.
3 ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।
Ɔbɛka se, “Muntie me, mo Israel mmarima! Nnɛ, morekɔ ɔsa atia mo atamfo. Mommma mo koma ntutu! Mommma mo aba mu mmu na momma mo ho mpopo.
4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”
Na Awurade, mo Nyankopɔn no, na ɔne mo rekɔ. Ɔbɛko atia mo atamfo no ama moadi nkonim.”
5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।
Asraafo mpanyimfo no bebisa asraafo no se, “Mo mu bi asi ɔdan foforo a ɔntenaa mu da? Onii no nsan nkɔ fie! Ebia na wɔakum no wɔ ɔko no mu na ama obi akɔtena mu.
6 ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।
Obi wɔ ha a wadɔw bobeturo na onnidii mu da? Onii no nsan nkɔ fie! Ebia na wɔakum no wɔ ɔko no mu na ama obi akodidi mu.
7 ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”
Obi wɔ ha a ɔne ɔbea bi akasa nanso ɔwaree no ana? Onii no nsan nkɔ fie! Ebia na wɔakum no wɔ ɔko no mu na ama obi akɔware no.”
8 ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।”
Afei, mpanyimfo no bɛkɔ so abisa se, “So mo mu bi suro anaa ne koma atu ana? Ɛno de, ɔnkɔ fie sɛnea ɛbɛyɛ a, ne nuabarimanom nso koma rentu.”
9 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।
Sɛ mpanyimfo no wie asraafo no kasakyerɛ a, afei wɔbɛpaw asahene adeda wɔn ano.
10 ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।
Sɛ mudu kurow bi mu a mo ne wɔn nni kan nka asomdwoesɛm.
11 ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।
Sɛ wɔpene mo nhyehyɛe so na wobue wɔn apon ma mo a, mobɛhyɛ nnipa a wɔwɔ mu no nyinaa ama wɔayɛ adwumaden ama mo.
12 ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।
Na sɛ wɔampene asomdwoe nhyehyɛe no so na sɛ wose wɔne mo bɛko a, ɛno de, montow nhyɛ kurow no so.
13 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ୍ଗଧାରରେ ବଧ କରିବ।
Sɛ Awurade, mo Nyankopɔn no, dan kurow no hyɛ mo nsa a, munkum kurow no mu mmarima nyinaa.
14 ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ।
Ɛyɛ a momfa kurow no mu mmea, mmofra, nyɛmmoa ne asade a aka nyinaa sɛ agyapade. Mubetumi de mo atamfo no asade a Awurade, mo Nyankopɔn no, de bɛma mo no ayɛ mo ade.
15 ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ।
Eyi ne ɔkwan a ɛsɛ sɛ mode nkuropɔn a ɛwɔ akyiri na wɔnyɛ aman a ɛbemmɛn no fa so.
16 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।
Na amanaman nkuropɔn a Awurade, mo Nyankopɔn no, de rema mo sɛ agyapade no de, monsɛe biribiara a nkwa wɔ mu wɔ hɔ.
17 ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।
Monsɛe Hetifo, Amorifo, Kanaanfo, Perisifo, Hewifo ne Yebusifo no pasaa sɛnea Awurade, mo Nyankopɔn no, ahyɛ mo no.
18 ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବତାମାନଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।
Sɛ ɛba saa a, ɛremma nnipa a wɔte asase no so no nkyerɛ mo akyiwade a wɔyɛ wɔ wɔn abosonsom ho amma mo anyɛ bɔne antia Awurade, mo Nyankopɔn no.
19 ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ।
Sɛ motua kuropɔn bi ano kyɛ, a moreko afa kurow no a, mommfa abonnua ntwitwa mu nnua nsɛe no. Efisɛ mubetumi adi nʼaba. Munntwitwa nnua no ngu. Nnua no nyɛ atamfo a ɛsɛ sɛ motow hyɛ so!
20 କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।
Nanso mutumi twa nnua a munim sɛ ɛnyɛ aduan; na momfa nyɛ ade a ɛho behia mo sɛ mode bɛboa atua kurow a mo ne wɔn reko no ano akosi sɛ mubedi so.