< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 21 >

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,
ئەگەر کوژراوێک لەو خاکە دۆزرایەوە کە یەزدانی پەروەردگارتان پێتان دەدات هەتا دەستی بەسەردا بگرن، لە کێڵگەیەک کەوتبوو و نەزانرا کێ کوشتوویەتی،
2 ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।
ئەوا پیران و دادوەرانتان دەچن و دووری نێوان کوژراوەکە و ئەو شارۆچکانەی دەوروبەری دەپێون.
3 ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।
جا پیرانی نزیکترین شارۆچکە لە کوژراوەکە گوێرەکەیەکی مێینەی سێ ساڵە دەبەن کە هێشتا جووتی پێ نەکرابێت، نیری لەسەر دانەنرابێت.
4 ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।
پاشان پیرانی ئەو شارۆچکەیە گوێرەکەکە بۆ دۆڵێک دەبەنە خوارەوە کە جۆگەیەکی ئاوی لەبەرڕۆیشتووی تێدابێت و نەکێڵرابێت و نەچێنرابێت و لە دۆڵەکە ملی دەشکێنن.
5 ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।
دواتر کاهینەکان، نەوەی لێڤی دێنە پێشەوە، چونکە یەزدانی پەروەردگارتان ئەوانی هەڵبژاردووە هەتا خزمەتی بکەن و بە ناوی یەزدانەوە داوای بەرەکەت بکەن، جا هەموو ناکۆکی و پەلاماردانێک بەگوێرەی قسەی ئەوان یەکلا دەکرێتەوە.
6 ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।
ئینجا هەموو پیرانی ئەو شارۆچکەیەی کە لە کوژراوەکە نزیکە لە دۆڵەکە دەستیان دەشۆن، لەو شوێنەی کە گوێرەکە ملشکاوەکەی لێیە و
7 ଆଉ ସେମାନେ ଉତ୍ତର ଦେଇ କହିବେ, “ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ।
ڕایدەگەیەنن: «دەستەکانمان ئەم خوێنەیان نەڕشتووە و چاوەکانمان نەیانبینیوە.
8 ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ।” ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
ئەی یەزدان، کەفارەتی ئیسرائیلی گەلی خۆت بکە کە کڕیتەوە و خوێنێکی بێتاوان مەخەرە ملی ئیسرائیلی گەلەکەت.» جا کەفارەتی ئەو خوێنەیان بۆ دەبێت.
9 ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ।
تاوانی ڕشتنی خوێنە بێتاوانەکەش لەنێوتان دادەماڵن، چونکە ئەوەی لەبەرچاوی یەزدان ڕاست بوو، ئێوە کردتان.
10 ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;
ئەگەر لە دژی دوژمنەکانت بۆ جەنگ چوویت و یەزدانی پەروەردگارت ئەوانی دا بە دەستت و دیلت لێ گرتن،
11 ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,
لەنێو دیلەکان ئافرەتێکی ڕوخسار جوانت بینی و چووە دڵتەوە و کردتە ژنی خۆت،
12 ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;
کاتێک دەیهێنیتە ماڵەکەت، سەری دەتاشێت و نینۆکەکانی دەکات،
13 ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।
جلەکانی دیلیێتی لەبەر دادەکەنێت و بۆ ماوەی مانگێک لە ماڵەکەت دەبێت و شیوەن بۆ دایک و باوکی دەگێرێت، پاش ئەوە دەیگوازیتەوە و بەزاوا دەبیت و دەبێتە ژنت.
14 ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ।
ئەگەر پێی دڵخۆش نەبوویت، بەڕەڵای بکە، بە پارە مەیفرۆشە و هەڵسوکەوتی وەک کۆیلە لەگەڵدا مەکە، چونکە تۆ ئابڕووت بردووە.
15 ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;
ئەگەر پیاوێک دوو ژنی هەبێت، یەکێکیانی خۆشویست و ئەوی دیکەیانی خۆشنەویست، جا کە هەردووکیان کوڕیان بۆی بوو و نۆبەرەکە هی خۆشەویستەکە نەبوو،
16 ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ।
ئەوا ئەو ڕۆژەی ئەوەی هەیەتی بۆ کوڕەکانی بەش دەکات، بۆی نییە کوڕی خۆشەویستەکە بکات بە نۆبەرە لە جیاتی کوڕە نۆبەرەکە،
17 ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।
بەڵکو کوڕەکەی لەو ژنەی کە خۆشی ناوێت وەک نۆبەرە دەیناسێت، هەتا دوو بەشی پێبدات لە هەموو ئەوەی هەیەتی، چونکە ئەو کوڕە یەکەم نیشانەی توانای باوکیەتی، مافی نۆبەرایەتی هەیە.
18 ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;
ئەگەر پیاوێک کوڕێکی کەللەڕەق و یاخی هەبوو، گوێڕایەڵی قسەی دایک و باوکی نەبێت و گوێیان لێ نەگرێت کاتێک تەمبێی دەکەن،
19 ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗର-ଦ୍ୱାରକୁ ନେଇଯିବେ;
دایک و باوکی دەیگرن و دەیهێننە لای پیرانی شارۆچکەکەی، بۆ لای دەروازەی شارۆچکەکەی و
20 ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”
بە پیرانی شارەکەی دەڵێن، «ئەم کوڕەمان کەللەڕەق و یاخییە، گوێڕایەڵمان نییە و دەست بڵاو و سەرخۆشە.»
21 ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।
ئینجا هەموو پیاوانی شارۆچکەکەی بەردبارانی دەکەن هەتا دەمرێت، ئیتر بەمە خراپەکە لەنێو خۆتان دادەماڵن و هەموو ئیسرائیل دەبیستن و دەترسن.
22 ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।
ئەگەر کەسێک تاوانێکی لەسەر بوو کە سزاکەی مردنە، جا کە کوژرا و لەسەر دار هەڵتانواسی،
23 ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।
شەو تەرمەکەی لەسەر دارەکە مەهێڵنەوە، بەڵکو لە هەمان ڕۆژدا دەینێژن، چونکە هەڵواسراو لەسەر دار لەلایەن خوداوە نەفرەت لێکراوە، جا خاکەکەتان گڵاو مەکەن کە یەزدانی پەروەردگارتان بە میرات دەتانداتێ.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 21 >