< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 22 >

1 ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ।
ئەگەر گا یان مەڕی هەر هاوڵاتییەکت بینی وێڵ بووە، خۆتی لێ گێل مەکە، بەڵکو پێویستە لەسەرت بۆ براکەتی بگەڕێنیتەوە،
2 ପୁଣି ଯଦି ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ବା ତୁମ୍ଭେ ଯଦି ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ୱେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରେ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।
جا ئەگەر براکەت لێتەوە نزیک نەبوو یان نەتدەناسی، ئەوا بیخەرە ماڵەکەتەوە و لەلات دەبێت هەتا براکەت داوای دەکاتەوە، ئەوسا بۆی دەگەڕێنیتەوە.
3 ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେକୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।
هەمان شت دەکەیت بۆ گوێدرێژەکەی و بۆ کەواکەی و بۆ هەر شتێکی ون بوو لە براکەت کە لێی ون دەبێت و تۆ دەیدۆزیتەوە، بۆت نییە خۆتی لێ گێل بکەیت.
4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।
کە گوێدرێژ یان گای براکەت دەبینیت لە ڕێگادا کەوتووە، خۆتی لێ گێل مەکە، بەڵکو پێویستە لەسەرت لەگەڵی هەڵیبستێنیتەوە.
5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।
شتومەکی پیاو نابێت بەبەر ژنەوە بێت و نابێت پیاو جلی ژن لەبەر بکات، چونکە هەرکەسێک ئەمە بکات، قێزەونە لەلای یەزدانی پەروەردگارت.
6 ଯେବେ ପଥପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ।
ئەگەر ڕێککەوت هێلانەی باڵندەیەک لە ڕێگا لەپێشت بوو، لەناو دارێک یان لەسەر زەوی و بێچوو یان هێلکەی تێدابوو و دایکەکەشی تێدابوو بە کڕی لەسەر بێچووەکان یان هێلکەکان هەڵنیشتبوو، ئەوا دایکەکە و بێچووەکان پێکەوە مەبە،
7 ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ିଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।
دایکەکە ئازاد بکە و بێچووەکان بۆ خۆت ببە، بۆ ئەوەی چاکەت بۆ ببێت و درێژە بە ڕۆژانت بدەیت.
8 ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।
ئەگەر خانووێکی نوێت بنیاد نا، ستارە بۆ سەربانەکەت بکە، نەوەک خوێنێک بهێنیتە سەر ماڵەکەت ئەگەر یەکێکی لێ کەوتە خوارەوە.
9 ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।
لە ڕەزەکەت دوو جۆر تۆو مەچێنە، ئەگەر ئەمە بکەیت، نەک تەنها ئەوەی دەیچێنیت، بەڵکو بەری ڕەزە مێوەکەشت بۆ پیرۆزگا تەرخان دەکرێت.
10 ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ।
کێڵان بە گا و گوێدرێژ پێکەوە مەکە.
11 ତୁମ୍ଭେ ଲୋମ ଓ ମସିନା କୌଣସି ମିଶ୍ରିତ ସୂତ୍ରନିର୍ମିତ ବସ୍ତ୍ର ପିନ୍ଧିବ ନାହିଁ।
جلوبەرگی تێکەڵاو لەبەر مەکە، خوری و کەتان پێکەوە لەبەر مەکە.
12 ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।
لە لچکەکانی کەواکەت کە خۆتی پێ دەپۆشیت، گوڵینگ بۆ خۆت بکە.
13 କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ତାହାର ସହବାସ କଲା ଉତ୍ତାରେ ଯଦି ତାହାକୁ ଘୃଣା କରେ
ئەگەر پیاوێک ژنێکی هێنا و کاتێک چوو بۆ لای ڕقی لێی بووەوە و
14 ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, “ଆମ୍ଭେ ଏହି ସ୍ତ୍ରୀକୁ ବିବାହ କଲୁ, ମାତ୍ର ସହବାସ ସମୟରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;”
قسەی بۆ هەڵبەست و ناوێکی خراپی بەدواوە نا و گوتی، «ئەم ژنەم هێنا و کە چوومە لای پەردەی کچێنی نەبوو.»
15 ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର-ଦ୍ୱାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ।
دایک و باوکی کچەکە بەڵگەی کچێنییەکەی دەبەن و لەلای دەروازەی شارۆچکەکە بۆ پیرانی شارۆچکەکە دەسەلمێنن.
16 ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, “ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;
باوکی کچەکە بە پیران دەڵێت، «کچەکەی خۆمم بەم پیاوە دا ببێتە ژنی و ڕقی لێی بووەوە.
17 ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ‘ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ;’ ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି;” ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ।
وا قسەشی بۆ هەڵبەستووە و دەڵێت:”کچەکەت پەردەی کچێنی نەبوو،“ئەمەش بەڵگەی کچێنی کچەکەمە،» جلەکەش لەبەردەم پیرانی شارۆچکەکە دەخەنە ڕوو،
18 ଏଉତ୍ତାରୁ ନଗରର ପ୍ରାଚୀନମାନେ ସେହି ପୁରୁଷକୁ ଧରି ଶାସ୍ତି ଦେବେ।
ئیتر پیرانی ئەو شارە پیاوەکە دەبەن و تەمبێی دەکەن.
19 ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ଡ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।
سزای دەدەن بە سەد شاقلی زیو بۆ باوکی کچەکە، چونکە ناوێکی خراپی خستە دوای پاکیزەیەک لە ئیسرائیل، جا دەبێتە ژنی و بە درێژایی ژیانی ناتوانێت تەڵاقی بدات.
20 ମାତ୍ର କଥା ଯେବେ ସତ୍ୟ ହୁଏ ଯେ, କନ୍ୟାର କୌମାର୍ଯ୍ୟ ଚିହ୍ନ ଦେଖା ନ ଯାଏ;
بەڵام ئەگەر تۆمەتبارکردنەکە ڕاست بوو و کچەکە بەڵگەی پاکیزەیی نەبوو،
21 ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
ئەوا کچەکە دەبەنە بەردەرگای ماڵی باوکی و پیاوانی شارەکەی بەردبارانی دەکەن هەتا دەمرێت، چونکە کارێکی ناشیرینی لە ئیسرائیلدا کردووە بە بەدڕەوشتییەکەی کە لە ماڵی باوکی کردوویەتی، جا خراپەکە لەنێو خۆتان دادەماڵن.
22 ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।
ئەگەر بینرا پیاوێک لەگەڵ ژنێکی بەمێرد جووت بووە، ئەوا هەردووکیان دەکوژرێن، ئەو پیاوەی لەگەڵ ژنەکە جووت بووە و ژنەکەش، جا خراپەکاری لە ئیسرائیلدا دادەماڵن.
23 ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍‍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;
ئەگەر کچێک مارەبڕاو بێت بۆ پیاوێک و پیاوێکی دیکە لەناو شار بینی و لەگەڵی جووت بوو،
24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
ئەوا هەردووکیان ببەنە دەرەوە بۆ لای دەروازەی ئەو شارۆچکەیە و بەردبارانیان بکەن هەتا دەمرن، لەبەر ئەوەی کچەکە لەناو شار هاواری نەکرد بۆ فریاکەوتن و هەروەها پیاوەکەش ئابڕووی دەستگیرانی پیاوێکی دیکەی برد، جا خراپەکە لەنێو خۆتان دادەماڵن.
25 ମାତ୍ର ଯଦି କୌଣସି ପୁରୁଷ ବାଗ୍‍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ;
بەڵام ئەگەر پیاوێک کچێکی مارەبڕاوی لە کێڵگەدا بینی و لاقەی کرد، ئەوا تەنها پیاوەکە کە لاقەی کردووە دەمرێت،
26 ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡ ଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ।
بەڵام کچەکە هیچی لێ ناکرێت، کچەکە گوناهێکی لەسەر نییە شایانی سزای مردن بێت، بەڵکو چۆن پیاوێک پەلاماری دراوسێکەی بدات و بیکوژێت، ئەو ڕووداوەش ئاوایە،
27 ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍‍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥିଲା।
کچەکەی لە کێڵگەدا بینیوە و کچە مارەبڕاوەکە هاواری کردووە و کەس نەبووە ڕزگاری بکات.
28 ଯେବେ କୌଣସି ପୁରୁଷ ଅବାଗ୍‍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରାପଡ଼ନ୍ତି,
ئەگەر پیاوێک کچێکی نیشان نەکراوی بینی و لاقەی کرد و هەردووکیان ئاشکرا بوون،
29 ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।
ئەوا پیاوەکەی ئابڕووی بردووە، پەنجا شاقل زیو دەداتە باوکی کچە و ئەویش دەبێتە ژنی، لەبەر ئەوەی دەستدرێژی کردووەتە سەری، بە درێژایی ژیانیشی ناتوانێت تەڵاقی بدات.
30 କୌଣସି ପୁରୁଷ ଆପଣା ପିତୃଭାର୍ଯ୍ୟାକୁ ଗ୍ରହଣ କରିବ ନାହିଁ ଓ ଆପଣା ପିତାର ଅଞ୍ଚଳ ଅନାବୃତ କରିବ ନାହିଁ।
نابێت پیاوێک ژنی باوکی خۆی بهێنێت و ناموسی باوکی ببات.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 22 >