< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 23 >

1 ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
Cinsiyyət üzvü əzilmiş ya da kəsilmiş şəxs Rəbbin camaatı arasına daxil ola bilməz.
2 ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
Qeyri-qanuni doğulan şəxs Rəbbin camaatı arasına daxil ola bilməz. Onun övladları, hətta onuncu nəslə qədər olanı Rəbbin camaatı arasına daxil ola bilməz.
3 ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
Heç bir Ammonlu və yaxud Moavlı Rəbbin camaatı arasına daxil ola bilməz. Onların heç bir övladı, hətta onuncu nəslə qədər olanlar da Rəbbin camaatı arasına əsla daxil ola bilməz,
4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।
çünki onlar Misirdən çıxdığınız zaman yolda sizi çörək və su ilə qarşılamadılar. Sizə lənət oxumaq üçün Aram-Naharayimdəki Petor şəhərindən Beor oğlu Bilamı muzdla tutdular.
5 ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
Lakin Allahınız Rəbb Bilamı dinləmək istəmədi. Ona görə də Allahınız Rəbb bu lənəti xeyir-duaya çevirdi, çünki O sizi sevir.
6 ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।
Nə qədər ömrünüz varsa, onların xeyri və rifahı üçün çalışmayın.
7 ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।
Edomlulara isə ikrahla yanaşmayın, çünki onlar sizin qohumlarınızdır. Misirlilərə də ikrahla yanaşmayın, çünki torpaqlarında qərib olmusunuz.
8 ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।
Onlardan doğulanların üçüncü nəsli Rəbbin camaatı arasına daxil ola bilər.
9 ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।
Düşmənlərinizlə döyüşmək üçün ordugah quranda özünüzü hər cür murdarlıqdan qoruyun.
10 ତୁମ୍ଭମାନଙ୍କ ମଧ୍ୟରେ ଯଦି କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।
Əgər gecə yatarkən aranızda toxumu tökülən şəxs olarsa, o, ordugahdan kənara çıxsın və buraya daxil olmasın.
11 ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
Axşamadək yuyunsun və gün batandan sonra ordugaha qayıtsın.
12 ଆଉ ତୁମ୍ଭେ ମଧ୍ୟ ବାହାରକୁ ଯିବା ନିମନ୍ତେ ଛାଉଣି ବାହାରେ ଏକ ସ୍ଥାନ କରିବ;
Ordugahınızdan kənarda ayaqyolu üçün yer təyin edin.
13 ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ୱାରା ଖୋଳିବ ଓ ନିର୍ଗତ ମଳକୁ ପୋତି ପକାଇବ।
Sursatınız arasında yer qazmaq üçün bel də olsun ki, ayaqyoluna gedəndə ifrazatın üstünü basdıra biləsiniz.
14 କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।
Çünki sizi qurtarmaq və düşmənlərinizi sizə təslim etmək üçün ordugahınızın içində Allahınız Rəbb gedir. Ordugahınız müqəddəs olsun ki, Rəbb natəmiz bir şey görüb sizdən üz döndərməsin.
15 ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ।
Ağasının yanından sizin yanınıza qaçan qulu ağasına qaytarmayın.
16 ସେ ତୁମ୍ଭର କୌଣସି ଏକ ନଗର-ଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ।
Qoy öz seçdiyi yerdə, bəyəndiyi bir şəhərdə aranızda yaşasın. Ona əzab verməyin.
17 ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟାବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।
İsrailli qadın və kişilər arasından heç kim məbəd fahişəliyi etməsin.
18 ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।
Qadının və ya kişinin fahişəliklə qazandığı qazancı Allahınız Rəbbin məbədinə təqdim etməyin. Hər ikisi Allahınız Rəbbin gözündə iyrəncdir.
19 ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍‍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେକୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ।
Soydaşınıza pulu, ərzağı və yaxud da faiz gətirən başqa bir şeyi sələmlə borc verməyin.
20 ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
Yadellidənsə faiz ala bilərsiniz, amma soydaşlarınızdan almayın ki, Allahınız Rəbb mülk olaraq almaq üçün gedəcəyiniz torpaqda əl atdığınız hər işə xeyir-dua versin.
21 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
Allahınız Rəbbə bir əhd təqdimi edəcəyinizi söyləyəndə gecikdirməyin, çünki Allahınız Rəbb mütləq bunu sizdən istəyəcək. Onu yerinə yetirməməyiniz günahdır.
22 ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ।
Amma əhd etməkdən çəkinirsinizsə, bu, günah deyil.
23 ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ।
Ağzınızdan çıxanı yerinə yetirməyə diqqət edin, çünki Allahınız Rəbbə əhd edərək ürəkdən təqdim etməlisiniz.
24 ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।
Qonşunuzun bağına girəndə doyunca üzüm yeyə bilərsiniz, amma səbətinizə yığmayın.
25 ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ।
Qonşunuzun zəmisinə girəndə əlinizlə başaq yığa bilərsiniz, amma zəmiyə oraq vurmayın.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 23 >