< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 24 >

1 କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।
Si acceperit homo uxorem, et habuerit eam, et non invenerit gratiam ante oculos eius propter aliquam fœditatem: scribet libellum repudii, et dabit in manu illius, et dimittet eam de domo sua.
2 ପୁଣି ସେ ସ୍ତ୍ରୀ ତାହାର ଗୃହରୁ ବାହାରିଗଲା ଉତ୍ତାରେ, ସେ ଯାଇ ଅନ୍ୟ ପୁରୁଷର ଭାର୍ଯ୍ୟା ହୋଇ ପାରିବ।
Cumque egressa alterum maritum duxerit,
3 ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;
et ille quoque oderit eam, dederitque ei libellum repudii, et dimiserit de domo sua, vel certe mortuus fuerit:
4 ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ।
non poterit prior maritus recipere eam in uxorem: quia polluta est, et abominabilis facta est coram Domino: ne peccare facias Terram tuam, quam Dominus Deus tuus tradiderit tibi possidendam.
5 କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।
Cum acceperit homo nuper uxorem, non procedet ad bellum, nec ei quippiam necessitatis iniungetur publicæ, sed vacabit absque culpa domi suæ, ut uno anno lætetur cum uxore sua.
6 କେହି ଚକି ବା ଚକିର ଉପର-ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।
Non accipies loco pignoris inferiorem, et superiorem molam: quia animam suam opposuit tibi.
7 କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Si deprehensus fuerit homo solicitans fratrem suum de filiis Israel, et vendito eo acceperit pretium, interficietur, et auferes malum de medio tui.
8 କୁଷ୍ଠରୋଗର ଘାʼ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।
Observa diligenter ne incurras plagam lepræ, sed facies quæcumque docuerint te sacerdotes Levitici generis iuxta id, quod præcepi eis, et imple sollicite.
9 ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର।
Mementote quæ fecerit Dominus Deus vester Mariæ in via cum egrederemini de Ægypto.
10 ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।
Cum repetes a proximo tuo rem aliquam, quam debet tibi, non ingredieris domum eius ut pignus auferas:
11 ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।
sed stabis foris, et ille tibi proferet quod habuerit.
12 ପୁଣି ସେ ଯେବେ ଦୁଃଖୀଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକି ଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ।
Sin autem pauper est, non pernoctabit apud te pignus,
13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକି ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।
sed statim reddes ei ante solis occasum: ut dormiens in vestimento suo, benedicat tibi, et habeas iustitiam coram Domino Deo tuo.
14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।
Non negabis mercedem indigentis, et pauperis fratris tui, sive advenæ, qui tecum moratur in terra, et intra portas tuas est:
15 ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।
sed eadem die reddes ei pretium laboris sui ante solis occasum, quia pauper est, et ex eo sustentat animam suam: ne clamet contra te ad Dominum, et reputetur tibi in peccatum.
16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।
Non occidentur patres pro filiis, nec filii pro patribus, sed unusquisque pro peccato suo morietur.
17 ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
Non pervertes iudicium advenæ et pupilli, nec auferes pignoris loco viduæ vestimentum.
18 ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।
Memento quod servieris in Ægypto, et eruerit te Dominus Deus tuus inde. Idcirco præcipio tibi ut facias hanc rem.
19 ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
Quando messueris segetem in agro tuo, et oblitus manipulum reliqueris, non reverteris ut tollas illum: sed advenam, et pupillum, et viduam auferre patieris, ut benedicat tibi Dominus Deus tuus in omni opere manuum tuarum.
20 ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
Si fruges collegeris olivarum, quidquid remanserit in arboribus, non reverteris ut colligas: sed relinques advenæ, pupillo, ac viduæ.
21 ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
Si vindemiaveris vineam tuam, non colliges remanentes racemos, sed cedent in usus advenæ, pupilli, ac viduæ.
22 ଆଉ ତୁମ୍ଭେ ମିସର ଦେଶରେ ବନ୍ଧାଦାସ ଥିଲ, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।
Memento quod et tu servieris in Ægypto, et idcirco præcipio tibi ut facias hanc rem.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 24 >