< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 25 >

1 ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।
כי יהיה ריב בין אנשים ונגשו אל המשפט ושפטום והצדיקו את הצדיק והרשיעו את הרשע׃
2 ପୁଣି ଯଦି ଦୋଷୀ ଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଚାରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ।
והיה אם בן הכות הרשע והפילו השפט והכהו לפניו כדי רשעתו במספר׃
3 ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ।
ארבעים יכנו לא יסיף פן יסיף להכתו על אלה מכה רבה ונקלה אחיך לעיניך׃
4 ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।
לא תחסם שור בדישו׃
5 ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।
כי ישבו אחים יחדו ומת אחד מהם ובן אין לו לא תהיה אשת המת החוצה לאיש זר יבמה יבא עליה ולקחה לו לאשה ויבמה׃
6 ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ।
והיה הבכור אשר תלד יקום על שם אחיו המת ולא ימחה שמו מישראל׃
7 ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।”
ואם לא יחפץ האיש לקחת את יבמתו ועלתה יבמתו השערה אל הזקנים ואמרה מאן יבמי להקים לאחיו שם בישראל לא אבה יבמי׃
8 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, “ତାହାକୁ ଗ୍ରହଣ କରିବାକୁ ମୋʼ ର ଇଚ୍ଛା ନାହିଁ;”
וקראו לו זקני עירו ודברו אליו ועמד ואמר לא חפצתי לקחתה׃
9 ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ।
ונגשה יבמתו אליו לעיני הזקנים וחלצה נעלו מעל רגלו וירקה בפניו וענתה ואמרה ככה יעשה לאיש אשר לא יבנה את בית אחיו׃
10 ଆଉ ଇସ୍ରାଏଲ ମଧ୍ୟରେ “ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ।”
ונקרא שמו בישראל בית חלוץ הנעל׃
11 ପୁରୁଷମାନେ ପରସ୍ପର ବିରୋଧ କଲେ, ସେମାନଙ୍କ ମଧ୍ୟରୁ କାହାରି ଭାର୍ଯ୍ୟା ଯଦି ପ୍ରହାରକ ହସ୍ତରୁ ଆପଣା ସ୍ୱାମୀକୁ ରକ୍ଷା କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାରକର ଗୁପ୍ତାଙ୍ଗ ଧରେ,
כי ינצו אנשים יחדו איש ואחיו וקרבה אשת האחד להציל את אישה מיד מכהו ושלחה ידה והחזיקה במבשיו׃
12 ତେବେ ତୁମ୍ଭେ ତାହାର ହସ୍ତ କାଟି ପକାଇବ; ତୁମ୍ଭ ଚକ୍ଷୁ ତାହାକୁ ଦୟା କରିବ ନାହିଁ।
וקצתה את כפה לא תחוס עינך׃
13 ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।
לא יהיה לך בכיסך אבן ואבן גדולה וקטנה׃
14 ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ।
לא יהיה לך בביתך איפה ואיפה גדולה וקטנה׃
15 ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।
אבן שלמה וצדק יהיה לך איפה שלמה וצדק יהיה לך למען יאריכו ימיך על האדמה אשר יהוה אלהיך נתן לך׃
16 କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।
כי תועבת יהוה אלהיך כל עשה אלה כל עשה עול׃
17 ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତୁମ୍ଭକୁ ଯାହା କଲା;
זכור את אשר עשה לך עמלק בדרך בצאתכם ממצרים׃
18 ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍‍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।
אשר קרך בדרך ויזנב בך כל הנחשלים אחריך ואתה עיף ויגע ולא ירא אלהים׃
19 ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।
והיה בהניח יהוה אלהיך לך מכל איביך מסביב בארץ אשר יהוה אלהיך נתן לך נחלה לרשתה תמחה את זכר עמלק מתחת השמים לא תשכח׃

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 25 >