< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 27 >

1 ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।
וַיְצַו מֹשֶׁה וְזִקְנֵי יִשְׂרָאֵל אֶת־הָעָם לֵאמֹר שָׁמֹר אֶת־כׇּל־הַמִּצְוָה אֲשֶׁר אָנֹכִי מְצַוֶּה אֶתְכֶם הַיּֽוֹם׃
2 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
וְהָיָה בַּיּוֹם אֲשֶׁר תַּעַבְרוּ אֶת־הַיַּרְדֵּן אֶל־הָאָרֶץ אֲשֶׁר־יְהֹוָה אֱלֹהֶיךָ נֹתֵן לָךְ וַהֲקֵמֹתָ לְךָ אֲבָנִים גְּדֹלוֹת וְשַׂדְתָּ אֹתָם בַּשִּֽׂיד׃
3 ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।
וְכָתַבְתָּ עֲלֵיהֶן אֶֽת־כׇּל־דִּבְרֵי הַתּוֹרָה הַזֹּאת בְּעׇבְרֶךָ לְמַעַן אֲשֶׁר תָּבֹא אֶל־הָאָרֶץ אֲֽשֶׁר־יְהֹוָה אֱלֹהֶיךָ ׀ נֹתֵן לְךָ אֶרֶץ זָבַת חָלָב וּדְבַשׁ כַּאֲשֶׁר דִּבֶּר יְהֹוָה אֱלֹהֵֽי־אֲבֹתֶיךָ לָֽךְ׃
4 ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
וְהָיָה בְּעׇבְרְכֶם אֶת־הַיַּרְדֵּן תָּקִימוּ אֶת־הָאֲבָנִים הָאֵלֶּה אֲשֶׁר אָנֹכִי מְצַוֶּה אֶתְכֶם הַיּוֹם בְּהַר עֵיבָל וְשַׂדְתָּ אוֹתָם בַּשִּֽׂיד׃
5 ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍‍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।
וּבָנִיתָ שָּׁם מִזְבֵּחַ לַיהֹוָה אֱלֹהֶיךָ מִזְבַּח אֲבָנִים לֹא־תָנִיף עֲלֵיהֶם בַּרְזֶֽל׃
6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;
אֲבָנִים שְׁלֵמוֹת תִּבְנֶה אֶת־מִזְבַּח יְהֹוָה אֱלֹהֶיךָ וְהַעֲלִיתָ עָלָיו עוֹלֹת לַיהֹוָה אֱלֹהֶֽיךָ׃
7 ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
וְזָבַחְתָּ שְׁלָמִים וְאָכַלְתָּ שָּׁם וְשָׂמַחְתָּ לִפְנֵי יְהֹוָה אֱלֹהֶֽיךָ׃
8 ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”
וְכָתַבְתָּ עַל־הָאֲבָנִים אֶֽת־כׇּל־דִּבְרֵי הַתּוֹרָה הַזֹּאת בַּאֵר הֵיטֵֽב׃
9 ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।
וַיְדַבֵּר מֹשֶׁה וְהַכֹּהֲנִים הַלְוִיִּם אֶל כׇּל־יִשְׂרָאֵל לֵאמֹר הַסְכֵּת ׀ וּשְׁמַע יִשְׂרָאֵל הַיּוֹם הַזֶּה נִהְיֵיתָֽ לְעָם לַיהֹוָה אֱלֹהֶֽיךָ׃
10 ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”
וְשָׁמַעְתָּ בְּקוֹל יְהֹוָה אֱלֹהֶיךָ וְעָשִׂיתָ אֶת־מִצְוֺתָו וְאֶת־חֻקָּיו אֲשֶׁר אָנֹכִי מְצַוְּךָ הַיּֽוֹם׃
11 ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,
וַיְצַו מֹשֶׁה אֶת־הָעָם בַּיּוֹם הַהוּא לֵאמֹֽר׃
12 ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।
אֵלֶּה יַֽעַמְדוּ לְבָרֵךְ אֶת־הָעָם עַל־הַר גְּרִזִים בְּעׇבְרְכֶם אֶת־הַיַּרְדֵּן שִׁמְעוֹן וְלֵוִי וִֽיהוּדָה וְיִשָּׂשכָר וְיוֹסֵף וּבִנְיָמִֽן׃
13 ପୁଣି ରୁବେନ୍‍ ଓ ଗାଦ୍‍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
וְאֵלֶּה יַֽעַמְדוּ עַל־הַקְּלָלָה בְּהַר עֵיבָל רְאוּבֵן גָּד וְאָשֵׁר וּזְבוּלֻן דָּן וְנַפְתָּלִֽי׃
14 ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:
וְעָנוּ הַלְוִיִּם וְאָמְרוּ אֶל־כׇּל־אִישׁ יִשְׂרָאֵל קוֹל רָֽם׃
15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍‍” (ଏହିପରି ହେଉ)।
אָרוּר הָאִישׁ אֲשֶׁר יַעֲשֶׂה פֶסֶל וּמַסֵּכָה תּוֹעֲבַת יְהֹוָה מַעֲשֵׂה יְדֵי חָרָשׁ וְשָׂם בַּסָּתֶר וְעָנוּ כׇל־הָעָם וְאָמְרוּ אָמֵֽן׃
16 “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר מַקְלֶה אָבִיו וְאִמּוֹ וְאָמַר כׇּל־הָעָם אָמֵֽן׃
17 “ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר מַסִּיג גְּבוּל רֵעֵהוּ וְאָמַר כׇּל־הָעָם אָמֵֽן׃
18 “ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר מַשְׁגֶּה עִוֵּר בַּדָּרֶךְ וְאָמַר כׇּל־הָעָם אָמֵֽן׃
19 “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר מַטֶּה מִשְׁפַּט גֵּר־יָתוֹם וְאַלְמָנָה וְאָמַר כׇּל־הָעָם אָמֵֽן׃
20 “ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר שֹׁכֵב עִם־אֵשֶׁת אָבִיו כִּי גִלָּה כְּנַף אָבִיו וְאָמַר כׇּל־הָעָם אָמֵֽן׃
21 “ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר שֹׁכֵב עִם־כׇּל־בְּהֵמָה וְאָמַר כׇּל־הָעָם אָמֵֽן׃
22 “ଯେକେହି ଆପଣା ଭଗିନୀ, ଅର୍ଥାତ୍‍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר שֹׁכֵב עִם־אֲחֹתוֹ בַּת־אָבִיו אוֹ בַת־אִמּוֹ וְאָמַר כׇּל־הָעָם אָמֵֽן׃
23 “ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר שֹׁכֵב עִם־חֹֽתַנְתּוֹ וְאָמַר כׇּל־הָעָם אָמֵֽן׃
24 “ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר מַכֵּה רֵעֵהוּ בַּסָּתֶר וְאָמַר כׇּל־הָעָם אָמֵֽן׃
25 “ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר לֹקֵחַ שֹׁחַד לְהַכּוֹת נֶפֶשׁ דָּם נָקִי וְאָמַר כׇּל־הָעָם אָמֵֽן׃
26 “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
אָרוּר אֲשֶׁר לֹא־יָקִים אֶת־דִּבְרֵי הַתּוֹרָֽה־הַזֹּאת לַעֲשׂוֹת אוֹתָם וְאָמַר כׇּל־הָעָם אָמֵֽן׃

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 27 >