< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 27 >
1 ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।
E mandou Moisés, com os anciãos de Israel, ao povo, dizendo: Guardareis todos os mandamentos que eu prescrevo hoje.
2 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
E será que, no dia que passardes o Jordão à terra que o SENHOR teu Deus te dá, te hás de levantar pedras grandes, as quais rebocarás com cal:
3 ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।
E escreverás nelas todas as palavras desta lei, quando houveres passado para entrar na terra que o SENHOR teu Deus te dá, terra que flui leite e mel, como o SENHOR o Deus de teus pais te disse.
4 ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
Será pois, quando houveres passado o Jordão, que levantareis estas pedras que eu vos mando hoje, no monte de Ebal, e as rebocarás com cal:
5 ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।
E edificarás ali altar ao SENHOR teu Deus, altar de pedras: não levantarás sobre elas ferro.
6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;
De pedras inteiras edificarás o altar do SENHOR teu Deus; e oferecerás sobre ele holocausto ao SENHOR teu Deus;
7 ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
E sacrificarás ofertas pacíficas, e comerás ali; e te alegrarás diante do SENHOR teu Deus.
8 ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”
E escreverás nas pedras todas as palavras desta lei muito claramente.
9 ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।
E Moisés, com os sacerdotes levitas, falou a todo Israel, dizendo: Atende e escuta, Israel: hoje és feito povo do SENHOR teu Deus.
10 ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”
Ouvirás, pois, a voz do SENHOR teu Deus, e cumprirás seus mandamentos e seus estatutos, que eu te ordeno hoje.
11 ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,
E mandou Moisés ao povo naquele dia, dizendo:
12 ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।
Estes estarão sobre o monte de Gerizim para abençoar ao povo, quando houverdes passado o Jordão: Simeão, e Levi, e Judá, e Issacar, e José e Benjamim.
13 ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
E estes estarão para pronunciar a maldição no de Ebal: Rúben, Gade, e Aser, e Zebulom, Dã, e Naftali.
14 ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:
E falarão os levitas, e dirão a todo homem de Israel em alta voz:
15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍” (ଏହିପରି ହେଉ)।
Maldito o homem que fizer escultura ou imagem de fundição, abominação ao SENHOR, obra da mão de artífice, e a puser em oculto. E todo o povo responderá e dirá: Amém.
16 “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que desonrar a seu pai ou a sua mãe. E dirá todo o povo: Amém.
17 “ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que reduzir o termo de seu próximo. E dirá todo o povo: Amém.
18 “ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que fizer errar ao cego no caminho. E dirá todo o povo: Amém.
19 “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que distorcer o direito do estrangeiro, do órfão, e da viúva. E dirá todo o povo: Amém.
20 “ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que se deitar com a mulher de seu pai; porquanto revelou o colo de seu pai. E dirá todo o povo: Amém.
21 “ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que tiver parte com qualquer animal. E dirá todo o povo: Amém.
22 “ଯେକେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que se deitar com sua irmã, filha de seu pai, ou filha de sua mãe. E dirá todo o povo: Amém.
23 “ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que se deitar com sua sogra. E dirá todo o povo: Amém.
24 “ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que ferir a seu próximo ocultamente. E dirá todo o povo: Amém.
25 “ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que receber um presente para ferir de morte ao inocente. E dirá todo o povo: Amém.
26 “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Maldito o que não confirmar as palavras desta lei para as cumprir. E dirá todo o povo: Amém.