< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 29 >

1 ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।
ಯೆಹೋವನು ಹೋರೇಬಿನಲ್ಲಿ ಇಸ್ರಾಯೇಲರೊಡನೆ ಮಾಡಿದ ನಿಬಂಧನೆ ಅಲ್ಲದೆ, ಆತನು ಮೋವಾಬ್ಯರ ದೇಶದಲ್ಲಿ ಅವರೊಡನೆ ಮಾಡಬೇಕೆಂದು ಮೋಶೆಗೆ ಆಜ್ಞಾಪಿಸಿದ ಒಡಂಬಡಿಕೆಯ ವಚನಗಳು.
2 ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,
ಮೋಶೆ ಇಸ್ರಾಯೇಲರನ್ನು ಕರೆದು, “ಯೆಹೋವನು ಐಗುಪ್ತದೇಶದಲ್ಲಿ ನಿಮ್ಮ ಕಣ್ಣುಮುಂದೆ ಫರೋಹನಿಗೂ, ಅವನ ಪರಿವಾರದವರಿಗೂ ಮತ್ತು
3 ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି,
ಸಮಸ್ತ ಪ್ರಜೆಗಳಿಗೂ ಮಾಡಿದವುಗಳನ್ನು ನೋಡಿದ್ದೀರಿ. ಮಹಾಪರಿಶೋಧನೆ, ಉತ್ಪಾತ ಮತ್ತು ಮಹತ್ಕಾರ್ಯಗಳನ್ನು ನೀವು ನೋಡೇ ನೋಡಿದ್ದೀರಿ.
4 ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।
ಆದರೂ ಗ್ರಹಿಸುವ ಬುದ್ಧಿ, ನೋಡುವ ಕಣ್ಣು ಮತ್ತು ಕೇಳುವ ಕಿವಿ ಇವುಗಳನ್ನು ಯೆಹೋವನು ಇಂದಿನವರೆಗೂ ನಿಮಗೆ ಅನುಗ್ರಹಿಸಲಿಲ್ಲ.
5 ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।
ನಲ್ವತ್ತು ವರ್ಷ ನಾನು ನಿಮ್ಮನ್ನು ಅರಣ್ಯದಲ್ಲಿ ನಡೆಸಿಕೊಂಡು ಬಂದಿದ್ದೇನೆ. ನಿಮ್ಮ ಮೈಮೇಲಿದ್ದ ಉಡುಪು ಹರಿಯಲ್ಲಿಲ್ಲ ಅಥವಾ ಕಾಲಿನಲ್ಲಿದ್ದ ಕೆರವಾಗಲಿ ಸವೆದು ಹೋಗಲಿಲ್ಲ;
6 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।
ನೀವು ರೊಟ್ಟಿಯನ್ನು ತಿನ್ನಲಿಲ್ಲ, ದ್ರಾಕ್ಷಾರಸವನ್ನಾಗಲಿ ಯಾವ ಮದ್ಯವನ್ನಾಗಲಿ ಕುಡಿಯಲೇ ಇಲ್ಲ. ಯೆಹೋವನೇ ನಿಮ್ಮ ದೇವರು ಎಂಬುದು ನಿಮಗೆ ತಿಳಿಯಬೇಕೆಂಬ ಉದ್ದೇಶದಿಂದ ಹೀಗಾಯಿತು.
7 ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।
ನೀವು ಈ ಸ್ಥಳಕ್ಕೆ ಬಂದಾಗ ಹೆಷ್ಬೋನಿನ ಅರಸನಾದ ಸೀಹೋನನೂ, ಬಾಷಾನಿನ ಅರಸನಾದ ಓಗನೂ ನಮ್ಮೊಡನೆ ಯುದ್ಧಮಾಡುವುದಕ್ಕೆ ಬರಲಾಗಿ ನಾವು ಅವರನ್ನು ಸೋಲಿಸಿದೆವು.
8 ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।
ಅವರ ರಾಜ್ಯಗಳನ್ನು ಸ್ವಾಧೀನಮಾಡಿಕೊಂಡು ರೂಬೇನ್ಯರಿಗೂ, ಗಾದ್ಯರಿಗೂ ಹಾಗು ಮನಸ್ಸೆ ಕುಲದವರಲ್ಲಿ ಅರ್ಧಜನರಿಗೂ ಸ್ವತ್ತಾಗಿ ಕೊಟ್ಟೆವಷ್ಟೆ.
9 ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।
ಈ ಸಂಗತಿಗಳನ್ನೆಲ್ಲಾ ನೀವು ಜ್ಞಾಪಕಮಾಡಿಕೊಂಡು ಈ ಒಡಂಬಡಿಕೆಯ ವಾಕ್ಯಗಳನ್ನು ಅನುಸರಿಸಿ ನಡೆಯಬೇಕು; ಆಗ ನೀವು ನಡಿಸುವ ಎಲ್ಲಾ ಕೆಲಸಗಳಲ್ಲಿಯೂ ಜಾಣರಾಗಿ ಅಭಿವೃದ್ಧಿಹೊಂದುವಿರಿ.
10 ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;
೧೦ಇಸ್ರಾಯೇಲ್ ಪುರುಷರೇ, ನೀವೆಲ್ಲರೂ ಈಹೊತ್ತು ನಿಮ್ಮ ದೇವರಾದ ಯೆಹೋವನ ಸನ್ನಿಧಿಯಲ್ಲಿ ನಿಂತಿರುವುದಕ್ಕೆ ಕಾರಣವೇನೆಂದರೆ, ನಿಮ್ಮ ದೇವರಾದ ಯೆಹೋವನು ನಿಮಗೆ ಹೇಳಿದಂತೆ ನಿಮ್ಮ ಪ್ರಧಾನರು, ಗೋತ್ರದವರು, ಹಿರಿಯರು, ಅಧಿಕಾರಿಗಳು,
11 ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,
೧೧ಹೆಂಗಸರು, ಮಕ್ಕಳು, ನಿಮ್ಮ ಪಾಳೆಯದಲ್ಲಿರುವ ಅನ್ಯರಾದ ಕಟ್ಟಿಗೆ ಒಡೆಯುವವರು ಮತ್ತು ನೀರು ಸೇದುವವರು ಮುಂತಾದ ಆಳುಗಳು,
12 ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
೧೨ಹೀಗೆ ನಿಮ್ಮೆಲ್ಲರ ಸಂಗಡ ಈ ಹೊತ್ತು ನಿಮ್ಮ ದೇವರಾದ ಯೆಹೋವನು ಪ್ರಮಾಣಪೂರ್ವಕವಾಗಿ ಒಂದು ಒಡಂಬಡಿಕೆಯನ್ನು ಮಾಡಿಕೊಳ್ಳುತ್ತಾನೆ. ನೀವು ಅದರಲ್ಲಿ ಸೇರುವುದಕ್ಕಾಗಿ ಕೂಡಿಬಂದಿದ್ದೀರಿ. ನಿಮ್ಮ ದೇವರಾದ ಯೆಹೋವನು ನಿಮಗೆ ಹೇಳಿದಂತೆ,
13 ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।
೧೩ನಿಮ್ಮ ಪೂರ್ವಿಕರಾದ ಅಬ್ರಹಾಮ್, ಇಸಾಕ್ ಮತ್ತು ಯಾಕೋಬರಿಗೆ ವಾಗ್ದಾನ ಮಾಡಿದಂತೆಯೂ ನಿಮ್ಮನ್ನು ತನಗೆ ಸ್ವಕೀಯಜನರನ್ನಾಗಿಯೂ, ತನ್ನನ್ನು ನಿಮಗೆ ದೇವರನ್ನಾಗಿಯೂ ಸ್ಥಾಪಿಸಿಕೊಳ್ಳುತ್ತಾನೆ.
14 ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;
೧೪“ಆತನು ಈ ಒಡಂಬಡಿಕೆಯನ್ನು ಕೇವಲ ನಮ್ಮೊಡನೆ ಮಾಡಿಕೊಳ್ಳುವುದಿಲ್ಲ.
15 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।
೧೫ನಮ್ಮ ದೇವರಾದ ಯೆಹೋವನ ಸನ್ನಿಧಿಯಲ್ಲಿ ಸಿದ್ಧರಾಗಿ ನಿಂತಿರುವ ನಮ್ಮೊಡನೆ ಮತ್ತು ಮುಂದೆ ಹುಟ್ಟುವ ನಮ್ಮ ಸಂತತಿಯವರೊಡನೆಯೂ ಪ್ರಮಾಣಪೂರ್ವಕವಾದ ಈ ಒಡಂಬಡಿಕೆಯನ್ನು ಮಾಡಿಕೊಳ್ಳುವವನಾಗಿದ್ದಾನೆ.
16 କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;
೧೬ನಾವು ಐಗುಪ್ತದೇಶದಲ್ಲಿ ವಾಸಮಾಡಿದ್ದೂ ಹಾಗೂ ಅನೇಕ ಜನಾಂಗಗಳ ಪ್ರದೇಶಗಳನ್ನು ದಾಟಿಬಂದದ್ದೂ ನಿಮಗೆ ತಿಳಿದೇ ಇದೆ.
17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।
೧೭ಆ ಜನಾಂಗಗಳಲ್ಲಿ ನಡೆಯುವ ಅಸಹ್ಯವಾದ ಆಚಾರಗಳನ್ನೂ ಹಾಗು ಅವರು ಮರ, ಕಲ್ಲು, ಬೆಳ್ಳಿ ಮತ್ತು ಬಂಗಾರ ಇವುಗಳಿಂದ ಮಾಡಿಕೊಂಡು ಪೂಜಿಸುವ ಬೊಂಬೆಗಳನ್ನೂ ನೋಡಿದ್ದೀರಿ.
18 ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
೧೮“ಎಚ್ಚರಿಕೆಯಿಂದಿರಿ, ನಮ್ಮ ದೇವರಾದ ಯೆಹೋವನನ್ನು ಬಿಟ್ಟು ಆ ಜನಾಂಗಗಳ ದೇವರುಗಳನ್ನು ಸೇವಿಸುವ ಯಾವ ಕುಲವಾಗಲಿ, ಕುಟುಂಬವಾಗಲಿ, ಸ್ತ್ರೀಯರಾಗಲಿ, ಪುರುಷರಾಗಲಿ ನಿಮ್ಮಲ್ಲಿ ಇರಲೇ ಬಾರದು; ನಿಮ್ಮಲ್ಲಿ ಯಾವ ವಿಷದ ಬಳ್ಳಿಯ ಬೇರೂ ಇರಬಾರದು.
19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
೧೯ಶಾಪದಿಂದ ಕೂಡಿರುವ ಈ ಪ್ರತಿಜ್ಞೆಯನ್ನು ಕೇಳಿದ ಯಾವನಾದರೂ ತನ್ನೊಳಗೆ, ‘ನಾನು ಹಟವನ್ನು ಹಿಡಿದು ಅವಿಧೇಯನಾದರೂ ನನಗೆ ಕ್ಷೇಮವಾಗಿಯೇ ಇರುವುದು’ ಅಂದುಕೊಂಡು ಹಿಗ್ಗಬಾರದು. ಹಾಗೆ ಮಾಡುವವನು ದೋಷಿಗಳಿಗೂ ಮತ್ತು ನಿರ್ದೋಷಿಗಳಿಗೂ ನಾಶನವನ್ನು ಉಂಟುಮಾಡುವವನಾಗಿರುತ್ತಾನೆ.
20 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
೨೦ಯೆಹೋವನು ಅಂಥವನನ್ನು ಎಂದಿಗೂ ಕ್ಷಮಿಸದೆ ಬಹಳ ಮಹಾಕೋಪದಿಂದ, ತನ್ನ ಗೌರವವನ್ನು ಕಾಪಾಡಿಕೊಳ್ಳುವವನಾಗಿ ಈ ಗ್ರಂಥದಲ್ಲಿ ಬರೆದಿರುವ ಎಲ್ಲಾ ಶಾಪೋಕ್ತಿಗಳಿಗೂ ಅವನನ್ನು ಗುರಿಪಡಿಸಿ ಅವನ ಹೆಸರನ್ನು ಭೂಮಿಯ ಮೇಲೆ ಇಲ್ಲದಂತೆ ಮಾಡುವನು.
21 ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।
೨೧ಈ ಧರ್ಮಶಾಸ್ತ್ರದಲ್ಲಿ ಬರೆದಿರುವ ನಿಬಂಧನೆಯನ್ನು ಮೀರುವವರಿಗೆ ಉಂಟಾಗುವ ಶಾಪಗಳು ಅವನಲ್ಲಿ ನೆರವೇರಲೆಂದು ಯೆಹೋವನು ಅವನನ್ನು ಇಸ್ರಾಯೇಲರ ಎಲ್ಲಾ ಕುಲಗಳಿಂದ ಪ್ರತ್ಯೇಕಿಸಿ ದಂಡಿಸುವನು.
22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
೨೨“ಮುಂದೆ ಹುಟ್ಟುವ ನಿಮ್ಮ ಸಂತತಿಯವರೂ ದೇಶಾಂತರಗಳಿಂದ ಬರುವ ಅನ್ಯರೂ ನಿಮ್ಮ ದೇಶಕ್ಕೆ ಯೆಹೋವನು ಉಂಟುಮಾಡಿದ ರೋಗ ಮತ್ತು ಉಪದ್ರವಗಳನ್ನು ಕಂಡು ಆಶ್ಚರ್ಯಪಡುವರು.
23 ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
೨೩ಎಲ್ಲಾ ಜನಾಂಗಗಳವರೂ ನಿಮ್ಮ ದೇಶವು ಯಾವ ವ್ಯವಸಾಯವೂ ಇಲ್ಲದೆ, ಹುಲ್ಲಾದರೂ ಬೆಳೆಯದೆ, ಹಾಳುಬಿದ್ದಿರುವುದನ್ನು ಕಾಣುವರು. ಯೆಹೋವನು ಕೋಪ ಮತ್ತು ರೋಷದಿಂದ ಕೆಡವಿದ ಸೊದೋಮ್ ಮತ್ತು ಗೊಮೋರ, ಅದ್ಮಾ ಮತ್ತು ಚೆಬೋಯಿಮ್ ಎಂಬ ಪಟ್ಟಣಗಳ ಪ್ರದೇಶದಂತೆ ಸುಟ್ಟು ಹೋಗಿ, ಎಲ್ಲಾ ಕಡೆಗಳಲ್ಲಿಯೂ ಗಂಧಕ ಉಪ್ಪುಗಳಿಂದ ತುಂಬಿರುವುದನ್ನು ಕಂಡು,
24 ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”
೨೪‘ಯೆಹೋವನು ಈ ದೇಶಕ್ಕೆ ಹೀಗೆ ಮಾಡಿದ್ದೇಕೆ? ಇಂಥ ಕೋಪಾಗ್ನಿಗೆ ಕಾರಣವೇನಿದ್ದೀತು?’ ಎಂಬುದಾಗಿ ವಿಚಾರಿಸುವರು.
25 ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।
೨೫ಅದಕ್ಕೆ ಜನರು, ‘ಈ ದೇಶದವರ ಪೂರ್ವಿಕರ ದೇವರಾದ ಯೆಹೋವನು ಅವರನ್ನು ಐಗುಪ್ತದೇಶದಿಂದ ಬಿಡಿಸಿದ ಮೇಲೆ ಅವರೊಡನೆ ಮಾಡಿದ ಒಡಂಬಡಿಕೆಯನ್ನು ಅವರು ಉಲ್ಲಂಘಿಸಿದರು.
26 ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।
೨೬ಅವರು ತಮಗೆ ನೇಮಿಸಲ್ಪಡದೆಯೂ ಮತ್ತು ಗೊತ್ತಿಲ್ಲದೆಯೂ ಇದ್ದ ಇತರ ದೇವರುಗಳನ್ನು ಸೇವಿಸಿ ಪೂಜಿಸಿದ್ದರಿಂದ,
27 ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
೨೭ಯೆಹೋವನು ಅವರ ದೇಶದ ಮೇಲೆ ಕೋಪಮಾಡಿ, ಈ ಗ್ರಂಥದಲ್ಲಿ ಬರೆದಿರುವ ಶಾಪಗಳನ್ನು ಅವರ ಮೇಲೆ ಬರಮಾಡಿದನು.
28 ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।”
೨೮ಅವನು ಮಹಾಕೋಪೋದ್ರೇಕದಿಂದ ಆ ಜನರನ್ನು ದೇಶದಿಂದ ಕಿತ್ತುಹಾಕಿ, ಈಗ ಅನುಭವಕ್ಕೆ ಬಂದಿರುವಂತೆ ದೇಶಾಂತರದಲ್ಲಿ ಹಾಕಿಬಿಟ್ಟನು’ ಎಂದು ಉತ್ತರ ಕೊಡುವರು.
29 ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।
೨೯“ರಹಸ್ಯವಾದವುಗಳು ನಮ್ಮ ದೇವರಾದ ಯೆಹೋವನವು; ಆದರೆ ಆತನಿಂದ ಪ್ರಕಟವಾದವುಗಳು ಸದಾ ನಮ್ಮ ಮತ್ತು ನಮ್ಮ ಸಂತತಿಯವರ ಪಾಲಾಗಿರುವುದರಿಂದ ನಾವು ಈ ಧರ್ಮಶಾಸ್ತ್ರನಿಯಮಗಳನ್ನು ಅನುಸರಿಸಿ ನಡೆಯಬೇಕಾದ ಹಂಗಿನಲ್ಲಿದ್ದೇವೆ.”

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 29 >