< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 29 >
1 ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।
होरेबमा परमप्रभुले इस्राएलीहरूसित बाँध्नुभएको करारबाहेक मोआब देशमा परमप्रभुले मोशामार्फत इस्राएलीहरूलाई दिनुभएका वचनहरू यी नै हुन् ।
2 ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,
मोशाले सारा इस्राएलीलाई डाकेर भने, “मिश्र देशमा फारो, तिनका सबै अधिकारी र तिनका सबै देशमा परमप्रभुले तिमीहरूका सामु गर्नुभएको हरेक कुरा तिमीहरूले देखेका छौ ।
3 ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି,
तिमीहरूका आँखाले डरलाग्दो दुःखकष्ट, चिन्ह र आश्चर्यहरू देख्यौ ।
4 ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।
तर आजको दिनसम्म परमप्रभुले तिमीहरूलाई जान्ने ह्रदय, देख्ने आँखा वा सुन्ने कान दिनुभएको छैन ।
5 ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।
मैले तिमीहरूलाई चालिस वर्षसम्म उजाड-स्थानमा अगुवाइ गरेको छु । तिमीहरूका लुगा फाटिएन, न त तिमीहरूका जुत्ता च्यातिए ।
6 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।
तिमीहरूले अरू कुनै रोटी खाएनौ, न त तिमीहरूले कुनै अरू मद्य पियौ ताकि म नै परमप्रभु तिमीहरूका परमेश्वर हुँ भनी तिमीहरूले जान्न सक ।
7 ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।
तिमीहरू यस ठाउँमा आउँदा हेश्बोनका राजा सीहोन र बाशानका राजा ओग तिमीहरूको विरुद्धमा युद्ध गर्न आए र हामीले तिनीहरूलाई परास्त गर्यौँ ।
8 ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।
हामीले तिनीहरूको देश कब्जा गरी रूबेनीहरू, गादीहरू र मनेश्शेको आधा कुललाई पैतृक सम्पत्तिको रूपमा दियौँ ।
9 ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।
त्यसकारण, तिमीहरूले गर्ने हरेक कुरामा तिमीहरूको उन्नति होस् भनेर यस करारका वचनहरू पालग गर र मान ।
10 ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;
आज तिमीहरूका नायक, कुल, धर्म-गुरु, अधिकृत र इस्राएलका सबै मानिस परमप्रभु तिमीहरूका परमेश्वरको सामु खडा छौ ।
11 ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,
तिमीहरूका छोराछोरीहरू, पत्नीहरू, तिमीहरूको छाउनीमा भएका परदेशी, दाउरे र पनेरे सबै उहाँको सामु खडा छौ ।
12 ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
आज तिमीहरू परमप्रभु तिमीहरूका परमेश्वरको करारभित्र प्रवेश गर्न र परमप्रभु तिमीहरूका परमेश्वरले तिमीहरूसित खान लाग्नुभएको शपथभित्र प्रवेश गर्दै छौ
13 ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।
ताकि आज उहाँले तिमीहरूलाई आफ्नै जाति बनाउनुभएको होस् र उहाँले भन्नुभएझैँ उहाँले तिमीहरूका पिता-पुर्खाहरू अब्राहाम, इसहाक र याकूबसित प्रतिज्ञा गर्नुभएअनुसार उहाँ तिमीहरूका परमेश्वर होऊन् ।
14 ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;
किनकि मैले यो करार र यो शपथ आज परमप्रभु तिमीहरूका परमेश्वरको सामु
15 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।
यहाँ उभिनेहरूसित मात्र नभएर आज हामीसित यहाँ नहुनेहरूसित पनि बाँध्दै छु ।
16 କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;
हामी मिश्रमा कसरी बस्यौँ र जाति-जातिहरूका बिचबाट हामी कसरी आयौँ भनी तिमीहरू जान्दछौ ।
17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।
तिनीहरूका बिचमा भएका काठ र ढुङ्गा, चाँदी र सुनले बनेका घिनलाग्दा मूर्तिहरूलाई तिमीहरूले देखेका छौ ।
18 ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
तिमीहरूका बिचमा भएका कुनै पुरुष, स्त्री, घराना, कुलको ह्रदय परमप्रभु हाम्रा परमेश्वरबाट तर्केर गई ती जातिहरूका देवताहरूको पुजा गर्न पछि नलागोस् भन्ने कुरामा निश्चित होओ । तिमीहरूका बिचमा यस्तो तितो विष उत्पन्न गर्ने कोही नहोस् ।
19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
त्यस्तो व्यक्तिले यो श्रापका वचनहरू सुन्दा त्यसले आफैलाई आशिष् दिई आफ्नो ह्रदयमा यसो भन्छ, 'म मेरो ह्रदयको हठीपनामा हिँडे तापनि मसित शान्ति हुने छ ।' यसले सुक्खा जमिनसँगै भिजेको जमिनलाई पनि नष्ट गर्ने छ ।
20 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
परमप्रभुले त्यसलाई क्षमा दिनुहुने छैन, बरु परमप्रभुको क्रोध र उहाँको डाह त्यो मानिसको विरुद्धमा दन्कने छ अनि यस पुस्तकमा लेखिएका सबै श्राप त्यसमाथि आउने छन् । यसरी परमप्रभुले आकाशमुनिबाट त्यसको नाउँ मेटिदिनुहुने छ ।
21 ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।
व्यवस्थाको यस पुस्तकमा लेखिएका करारका सबै श्रापअनुसार परमप्रभुले त्यसलाई इस्राएलका सबै कुलबाट विनाशको निम्ति अलग गर्नुहुने छ ।
22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
तिमीहरूपछि आउने पुस्ता अर्थात् तिमीहरूका सन्तान र सुदूर देशबाट आउने परदेशीले यस देशमा आइपरेका विपत्तिहरू र परमप्रभुले ल्याउनुभएका विपत्तिहरू देख्दा तिनीहरूले यस बारेमा भन्ने छन् ।
23 ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
परमप्रभुले आफ्नो रिस र क्रोधमा सदोम र गमोरा, अदमा र सबोयीमलाई नष्ट पार्नुभएझैँ समस्त देशमा गन्धक र नून जलेको खाक मात्र हुने छ ।
24 ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”
अन्य जातिहरूसँगै तिनीहरूले भन्ने छन्, 'किन परमप्रभुले यस देशलाई यसो गर्नुभएको? यो डरलाग्दो रिसको मतलब के हो?'
25 ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।
मानिसहरूले भन्ने छन्, 'तिनीहरूले मिश्रबाट ल्याउनुहुने परमप्रभु तिनीहरूका पिता-पुर्खाहरूका परमेश्वरले तिनीहरूसित बाँध्नुभएको करार त्यागेकाले गर्दा यसो भएको हो ।
26 ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।
तिनीहरू आफूले नचिनेका र उहाँले तिनीहरूलाई नदिनुभएको अन्य देवताहरूको पछि लागी तिनीहरूको सेवा गरेकाले र तिनीहरूका सामु निहुरेकाले गर्दा यसो भएको हो ।
27 ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
त्यसकारण, यस पुस्तकमा लेखिएका सबै श्राप आउने गरी परमप्रभुको रिस यस देशको विरुद्धमा दन्किएको हो ।
28 ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।”
परमप्रभुले आफ्नो रिस, क्रोध र भयानक कोपमा तिनीहरूलाई तिनीहरूको देशबाट जरैदेखि उखेली अर्को देशमा फ्याँक्नुभएको छ, जस्तो आज छ ।'
29 ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।
गुप्त कुराहरू परमप्रभु हाम्रा परमेश्वरका मात्र हुन् । तर प्रकट भएका कुराहरू सदाको निम्ति हाम्रा र हाम्रा सन्तानहरूका हुन् ताकि हामीले यस व्यवस्थाका सबै वचन पालन गर्न सकूँ ।