< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 3 >
1 ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।
І обернулися ми, та й пішли дорогою до Батану. І вийшов навпере́йми нас Оґ, цар башанський, він та ввесь його наро́д, на війну до Едреї.
2 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”
І сказав Господь до мене: „Не бійся його, бо в твою руку Я дав його, і ввесь наро́д його та край його, і зробиш йому, як зробив ти Сигонові, цареві амореян, що сидів у Хешбоні“.
3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।
І дав Господь, Бог наш, у нашу руку також Оґа, царя башанського, та ввесь його народ, — і побили ми його, так що нікого не позоста́лося в нього.
4 ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ)।
І здобули́ ми всі міста́ його, і того ча́су не було мі́ста, що не взяли б ми від них, — шістдеся́т міст, усю арґовську околицю, ца́рство Оґа в Башані.
5 ସେହି ସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।
Усі ці міста́ укріплені, — мур високий, воро́та й за́сув, окрім дуже багатьох відкритих міст.
6 ଆମ୍ଭେମାନେ ହିଷ୍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।
І вчинили ми їх закля́ттям, як зробили були Сигонові, цареві хешбонському, — учинили закляттям усе місто, чоловіків, жінок та дітей.
7 ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।
А всю худобу й захоплене з міст забрали ми собі на здо́бич.
8 ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
І взяли ми того ча́су той край з руки обох царів амореянина, що по другому боці Йорда́ну, від Арнонського пото́ку аж до гори Гермо́н, —
9 (ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍ କହନ୍ତି)।
сидо́няни кличуть на Гермо́н Сірйо́н, а амореяни кличуть на нього Сені́р, —
10 ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।
усі міста́ на рівни́ні, і ввесь Ґілеад, і ввесь Баша́н аж до Салхи й Едреї, міст царства Оґа в Башані.
11 (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
Бо тільки Оґ, цар башанський, позостав із решти рефаїв. Оце його ло́же, ложе залізне; чи ж не воно в Раббі Аммонових синів, — дев'ять ліктів довжина́ його, і чотири лікті ширина́ його, на міру ліктем чоловіка.
12 ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।
А край той того ча́су посіли ми. Від Ароеру, що над Арнонським пото́ком, і половину гори Ґілеад, і міста́ його я дав Руви́мовим та Ґадовим.
13 ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍, ଓଗ୍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।
А решту Ґілеаду та ввесь Башан, царство Оґа, віддав я половині пле́менн Манасіїного, усю околицю арґовську, — на ввесь той Башан кличеться: край рефаїв.
14 ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)।
Яір, син Манасіїн, узяв всю Арґову околицю аж до границі ґешурів та маахатів, і він назвав їх своїм і́менем: Баша́н, се́ла Яіра, і так їх кли́чуть аж до цього дня.
15 ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।
А Махірові дав я Ґілеад.
16 ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ;
А Рувимовим та Ґадовим дав я від Ґілеаду й аж до Арнонського пото́ку, сере́дину потоку та границю, і аж до потоку Яббоку, границі Аммонових синів,
17 ଆଉ କିନ୍ନେରତ୍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।
і степ, і Йорда́н, і границю його від Кіннерету аж до моря сте́пу, моря Солоного, у узбіччя Пісґі на схід.
18 ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
І ча́су того́ наказав я вам, говорячи: „Господь, Бог ваш, дав вам цей край, щоб ви посіли його; узброєні пере́йдете перед вашими братами, Ізраїлевими синами, усі військо́ві.
19 ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।
Тільки ваші жінки, і ваші діти та ваша худоба, — я знаю, що худоба ваша велика! — будуть сидіти по ваших міста́х, що я дав вам,
20 ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”
аж Господь дасть спочи́нок братам вашим, як вам, і посядуть також вони той край, що Господь, Бог ваш, дає вам по той бік Йорда́ну, — і ве́рнетесь кожен до спа́дку свого, що я дав вам“.
21 ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।
А Ісусові наказав я того ча́су, говорячи: „Ото твої очі бачили все, що зробив був Господь, Бог ваш, обом тим царям, — так зробить Господь усім ца́рствам, куди ти переходиш.
22 ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”
Не будеш боятися їх, бо Господь, Бог ваш, Він Той, що воює для вас“.
23 ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି,
І благав я того ча́су Господа, говорячи:
24 “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
„Владико Господи, — Ти зачав показувати рабові Своєму ве́лич Свою та міцну́ Свою руку! Бо хто інший Бог на небі та на землі, що зробить, як чи́ни Твої, як великі діла́ Твої?
25 ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”
Нехай перейду́ ж я та побачу той хороший край, що по тім боці Йорда́ну, ту гарну гірську́ землю та Лива́н!“
26 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
Та Господь розгнівався на мене через вас, і не послухав мене. І сказав Господь до мене: „До́сить тобі, — не говори більше до Мене в цій справі!
27 ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।
Вийди на верхі́в'я Пісґі, і зведи свої очі на за́хід, і на північ, і на пі́вдень, і на схід, і побач своїми очима, — бо ти не пере́йдеш цього Йорда́ну!
28 ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।”
І напоуми́ Ісуса, і зміцни його, й укріпи його, бо він пере́йде перед цим наро́дом, і він зробить, що вони посядуть той край, який ти побачиш“.
29 ଏହିରୂପେ ଆମ୍ଭେମାନେ ବେଥ୍-ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ।
І осіли ми в долині навпроти Бет-Пеору.