< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 30 >

1 ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ;
It shall happen, when all these things have come on you, the blessing and the curse, which I have set before you, and you shall call them to mind among all the nations, where Jehovah your God has driven you,
2 ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
and shall return to Jehovah your God, and shall obey his voice according to all that I command you this day, you and your children, with all your heart, and with all your soul;
3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
that then Jehovah your God will turn your captivity, and have compassion on you, and will return and gather you from all the peoples, where Jehovah your God has scattered you.
4 ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।
If any of you are driven out to the farthest horizon, from there will Jehovah your God gather you, and from there he will bring you back:
5 ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।
and Jehovah your God will bring you into the land which your fathers possessed, and you shall possess it; and he will do you good, and multiply you above your fathers.
6 ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
Jehovah your God will circumcise your heart, and the heart of your descendants, to love Jehovah your God with all your heart, and with all your soul, that you may live.
7 ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।
Jehovah your God will put all these curses on your enemies, and on those who hate you, who persecuted you.
8 ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।
You shall return and obey the voice of Jehovah, and do all his commandments which I command you this day.
9 ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;
Jehovah your God will make you plenteous in all the work of your hand, in the fruit of your womb, and in the fruit of your ground, and in the fruit of your livestock, for Jehovah will again rejoice over you for good, as he rejoiced over your fathers;
10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।
if you shall obey the voice of Jehovah your God, to keep his commandments and his statutes which are written in this book of the law; if you turn to Jehovah your God with all your heart, and with all your soul.
11 ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।
For this commandment which I command you this day is not too difficult for you, nor is it far off.
12 ତାହା ସ୍ୱର୍ଗରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସ୍ୱର୍ଗକୁ ଯାଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
It is not in heaven, that you should say, "Who will go up into heaven for us, and get it for us, and proclaim it to us, that we may obey it?"
13 କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
And it is not in the deep of the sea, that you should say, "Who will go down into the deep of the sea for us, and get it for us, and proclaim it to us, so that we may obey it?"
14 ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।
But the word is very near to you; it is in your mouth and in your heart and in your hand, so that you can do it.
15 ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।
Look, I have set before you this day life and good, and death and evil.
16 ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
If you obey the commandments of Jehovah your God that I command you this day to love Jehovah your God, to walk in his ways, and to keep his commandments and his statutes and his ordinances, then you will live and multiply, and Jehovah your God will bless you in the land where you are going to possess it.
17 ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
But if your heart turns away, and you will not hear, but shall be drawn away, and worship other gods, and serve them;
18 ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।
I declare to you this day that you will certainly perish; you will not live long in the land you are crossing the Jordan to enter and possess.
19 ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
I call heaven and earth to witness against you this day, that I have set before you life and death, the blessing and the curse: therefore choose life, that you may live, you and your descendants;
20 ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
to love Jehovah your God, to obey his voice, and to cling to him; for he is your life, and the length of your days; that you may dwell in the land which Jehovah swore to your fathers, to Abraham, to Isaac, and to Jacob, to give them."

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 30 >