< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 31 >

1 ଏଥିଉତ୍ତାରେ ମୋଶା ଯାଇ ସମୁଦାୟ ଇସ୍ରାଏଲକୁ ଏହି କଥା କହିଲେ।
וילך משה וידבר את הדברים האלה אל כל ישראל
2 ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’
ויאמר אלהם בן מאה ועשרים שנה אנכי היום--לא אוכל עוד לצאת ולבוא ויהוה אמר אלי לא תעבר את הירדן הזה
3 ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇପାର ହୋଇଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇପାର ହେବେ।
יהוה אלהיך הוא עבר לפניך הוא ישמיד את הגוים האלה מלפניך--וירשתם יהושע הוא עבר לפניך כאשר דבר יהוה
4 ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍‍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।
ועשה יהוה להם כאשר עשה לסיחון ולעוג מלכי האמרי ולארצם--אשר השמיד אתם
5 ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।
ונתנם יהוה לפניכם ועשיתם להם--ככל המצוה אשר צויתי אתכם
6 ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”
חזקו ואמצו אל תיראו ואל תערצו מפניהם כי יהוה אלהיך הוא ההלך עמך--לא ירפך ולא יעזבך
7 ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।
ויקרא משה ליהושע ויאמר אליו לעיני כל ישראל חזק ואמץ--כי אתה תבוא את העם הזה אל הארץ אשר נשבע יהוה לאבתם לתת להם ואתה תנחילנה אותם
8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”
ויהוה הוא ההלך לפניך הוא יהיה עמך--לא ירפך ולא יעזבך לא תירא ולא תחת
9 ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ।
ויכתב משה את התורה הזאת ויתנה אל הכהנים בני לוי הנשאים את ארון ברית יהוה ואל כל זקני ישראל
10 ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣ କ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ,
ויצו משה אותם לאמר מקץ שבע שנים במעד שנת השמטה--בחג הסכות
11 ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ।
בבוא כל ישראל לראות את פני יהוה אלהיך במקום אשר יבחר תקרא את התורה הזאת נגד כל ישראל--באזניהם
12 ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।
הקהל את העם האנשים והנשים והטף וגרך אשר בשעריך--למען ישמעו ולמען ילמדו ויראו את יהוה אלהיכם ושמרו לעשות את כל דברי התורה הזאת
13 ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେକାଳ ପ୍ରାଣ ଧାରଣ କରିବ, ସେତେକାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ଶିଖିବେ।”
ובניהם אשר לא ידעו ישמעו ולמדו--ליראה את יהוה אלהיכם כל הימים אשר אתם חיים על האדמה אשר אתם עברים את הירדן שמה לרשתה
14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।
ויאמר יהוה אל משה הן קרבו ימיך למות--קרא את יהושע והתיצבו באהל מועד ואצונו וילך משה ויהושע ויתיצבו באהל מועד
15 ଏଥିରେ ସଦାପ୍ରଭୁ ସେହି ତମ୍ବୁରେ ମେଘସ୍ତମ୍ଭ ମଧ୍ୟରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ବୁଦ୍ୱାର ଉପରେ ସ୍ଥିର ହୋଇ ରହିଲା।
וירא יהוה באהל בעמוד ענן ויעמד עמוד הענן על פתח האהל
16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।
ויאמר יהוה אל משה הנך שכב עם אבתיך וקם העם הזה וזנה אחרי אלהי נכר הארץ אשר הוא בא שמה בקרבו ועזבני והפר את בריתי אשר כרתי אתו
17 ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’
וחרה אפי בו ביום ההוא ועזבתים והסתרתי פני מהם והיה לאכל ומצאהו רעות רבות וצרות ואמר ביום ההוא הלא על כי אין אלהי בקרבי מצאוני הרעות האלה
18 ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେଉଁ ଯେଉଁ କୁକର୍ମ କରିବେ, ତହିଁ ନିମନ୍ତେ ସେହି ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା।
ואנכי הסתר אסתיר פני ביום ההוא על כל הרעה אשר עשה כי פנה אל אלהים אחרים
19 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।
ועתה כתבו לכם את השירה הזאת ולמדה את בני ישראל שימה בפיהם למען תהיה לי השירה הזאת לעד--בבני ישראל
20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।
כי אביאנו אל האדמה אשר נשבעתי לאבתיו זבת חלב ודבש ואכל ושבע ודשן ופנה אל אלהים אחרים ועבדום ונאצוני והפר את בריתי
21 ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”
והיה כי תמצאן אתו רעות רבות וצרות וענתה השירה הזאת לפניו לעד כי לא תשכח מפי זרעו כי ידעתי את יצרו אשר הוא עשה היום בטרם אביאנו אל הארץ אשר נשבעתי
22 ଏଣୁ ମୋଶା ସେହି ଦିନ ଏହି ଗୀତ ଲେଖି ଇସ୍ରାଏଲ-ସନ୍ତାନଗଣକୁ ଶିଖାଇଲେ।
ויכתב משה את השירה הזאת ביום ההוא וילמדה את בני ישראל
23 ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”
ויצו את יהושע בן נון ויאמר חזק ואמץ--כי אתה תביא את בני ישראל אל הארץ אשר נשבעתי להם ואנכי אהיה עמך
24 ଏଥିଉତ୍ତାରେ ମୋଶା ସମାପ୍ତି ପର୍ଯ୍ୟନ୍ତ ଏହି ବ୍ୟବସ୍ଥାର ସକଳ ବାକ୍ୟ ପୁସ୍ତକରେ ଲେଖି ସାରିଲା ଉତ୍ତାରେ
ויהי ככלות משה לכתב את דברי התורה הזאת--על ספר עד תמם
25 ମୋଶା ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟମାନଙ୍କୁ ଆଜ୍ଞା ଦେଇ କହିଲେ,
ויצו משה את הלוים נשאי ארון ברית יהוה לאמר
26 “ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।
לקח את ספר התורה הזה ושמתם אתו מצד ארון ברית יהוה אלהיכם והיה שם בך לעד
27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?
כי אנכי ידעתי את מריך ואת ערפך הקשה הן בעודני חי עמכם היום ממרים היתם עם יהוה ואף כי אחרי מותי
28 ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି।
הקהילו אלי את כל זקני שבטיכם ושטריכם ואדברה באזניהם את הדברים האלה ואעידה בם את השמים ואת הארץ
29 ଯେହେତୁ ମୋʼ ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”
כי ידעתי אחרי מותי כי השחת תשחתון וסרתם מן הדרך אשר צויתי אתכם וקראת אתכם הרעה באחרית הימים--כי תעשו את הרע בעיני יהוה להכעיסו במעשה ידיכם
30 ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା: -
וידבר משה באזני כל קהל ישראל את דברי השירה הזאת--עד תמם

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 31 >